କଣ୍ଠଶିଳ୍ପୀ ତପୁଙ୍କୁ ମିଳିଲା ସହାୟତା

ଭୁବନେଶ୍ୱର,୧୮।୬: ରାଜ୍ୟ ସଂସ୍କୃତି ବିଭାଗ ପକ୍ଷରୁ କଣ୍ଠଶିଳ୍ପୀ ତପୁ ମିଶ୍ରଙ୍କୁ ଶୁକ୍ରବାର ଚିକିତ୍ସା ପାଇଁ ୧ ଲକ୍ଷ ଟଙ୍କା ଆର୍ଥିକ ସହାୟତା ଯୋଗାଇ ଦିଆଯାଇଛି। ରାଜ୍ୟ କଳାକାର ଓ୍ବେଲଫେୟାର ଫଣ୍ଡରୁ ଏହି ସହାୟତା ଦିଆଯାଇଥିବା ବିଭାଗ ପକ୍ଷରୁ କୁହାଯାଇଛି।

ତପୁ କରୋନାରୁ ସୁସ୍ଥ ହେବା ପରେ ବର୍ତ୍ତମାନ ଫୁସଫୁସ ସଂକ୍ରମିତ ହୋଇ ଗୁରୁତର ଅବସ୍ଥାରେ ଚିକିତ୍ସାଧୀନ ଅଛନ୍ତି। ଅନ୍ୟପକ୍ଷେ ତପୁଙ୍କ ଚିକିତ୍ସା ପାଇଁ ପରିବାର ଲୋକ ଆର୍ଥିକ ସହାୟତା ଯୋଗାଇ ଦେବାକୁ ଗୁରୁବାର ଅନୁରୋଧ କରିଥିଲେ। ତପୁଙ୍କ ଅସୁସ୍ଥତା ଖବର ଶୁଣି ଶୁଭେଛୁ ତାଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି।

Share