Advertisement

ନାମାଙ୍କନ ଦାଖଲ କଲେ ବିଜେଡି ପ୍ରାର୍ଥିନୀ ବର୍ଷା ସିଂ ବରିହା

ପଦ୍ମପୁର, ୧୭।୧୧(ଡିଏନଏ) : ବରଗଡ଼ ଜିଲା ପଦ୍ମପୁର ଉପନିର୍ବାଚନ ପାଇଁ ଗୁରୁବାର ବିଜେଡି ପ୍ରାର୍ଥିନୀ ବର୍ଷା ସିଂ ବରିହା ପ୍ରାର୍ଥିପତ୍ର ଦାଖଲ କରିଛନ୍ତି। ଦଳୀୟ ନେତୃବୃନ୍ଦଙ୍କ ସହିତ ବର୍ଷା ପଦ୍ମପୁର ଉପଜିଲାପାଳଙ୍କ କାର୍ଯ୍ୟାଳୟକୁ ଯାଇଥିଲେ ଏବଂ ରିଟର୍ନିଂ ଅଫିସରଙ୍କ ପାଖରେ ପ୍ରାର୍ଥିପତ୍ର ଦାଖଲ କରିଥିଲେ। ଏହି ସମୟରେ ଦଳର ରାଜ୍ୟ ଉପସଭାପତି ପ୍ରସନ୍ନ ଆଚାର୍ଯ୍ୟ, ମନ୍ତ୍ରୀ ରୀତା ସାହୁ, ରାଜ୍ୟ ମହିଳା ବିଜେଡି ସଭାନେତ୍ରୀ ସ୍ନେହାଙ୍ଗିନୀ ଛୁରିଆ ପ୍ରମୁଖ ଉପସ୍ଥିତ ଥିଲେ।

Subscribe to Dharitri WhatsApp ChannelSubscribe to Dharitri WhatsApp Channel

Share