ବାଂଲାଦେଶରେ ସ୍ଥଳଭାଗ ଛୁଇ ତାଣ୍ଡବ ରଚିଲା ସିତ୍ରାଙ୍ଗ

ଢାକା,୨୫।୧୦: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ବାତ୍ୟା ସିତ୍ରାଙ୍ଗ ଉତ୍ତର-ଉତ୍ତରପୂର୍ବ ଦିଗରେ ଗତି କରି ମଙ୍ଗଳବାର ଭୋରରେ ବାଂଲାଦେଶର ଭାଲା ନିକଟ ବାରିଶାଲ-ଚାଟୋଗ୍ରାମ ନିକଟରେ ସ୍ଥଳଭାଗ ଅତିକ୍ରମ କରିଛି। ବାତ୍ୟା ଯୋଗୁ ପ୍ରବଳ ବେଗରେ ପବନ ବହିବା ସାଙ୍ଗକୁ ବର୍ଷା ହୋଇଛି। ବାତ୍ୟାରେ ବାଂଲାଦେଶରେ ୭ ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ଏକାଧିକ ଲୋକ ଆହତ ହୋଇଥିବା ଜଣାପଡିଛି। ଏପରି କି ବିପଦ ପୂର୍ଣ୍ଣ ସ୍ଥାନରେ ପଶି ରହିଥିବା ଲୋକଙ୍କୁ ନିରାପଦ ସ୍ଥାନକୁ ଆଣିବାକୁ ପ୍ରଶାସନ ପକ୍ଷରୁ ଉଦ୍ୟମ ଜାରି ରହିଛି।

ସିତ୍ରାଙ୍ଗ ଲ୍ୟାଣ୍ଡଫଲ କରିବା ବେଳେ ପବନର ବେଗ ସର୍ବାଧିକ ୧୦୦ କିମି ରହିଥିଲା ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି। ତେବେ ସିତ୍ରାଙ୍ଗ ଦୁର୍ବଳ ହୋଇ ଆସନ୍ତା ୬ ଘଣ୍ଟା ମଧ୍ୟରେ ଲଘୁଚାପରେ ପରିଣତ ହେବ ବୋଲି ଭାରତୀୟ ପାଣିପାଗ ଆକଳନ କରିଛି। ବାତ୍ୟାର ପ୍ରଭାବରେ ପଶ୍ଚିମବଙ୍ଗ, ଆସାମ, ଅରୁଣାଚଳ ପ୍ରଦେଶ, ନାଗାଲାଣ୍ଡ, ମଣିପୁର, ମିଜୋରାମ, ମେଘାଳୟ ଓ ତ୍ରିପୁରାର କେତେକ ଅଞ୍ଚଳରେ ପ୍ରବଳ ବର୍ଷା ଲାଗି ରହିଛି।

Share