ଖଣି ଅଞ୍ଚଳରେ ଦକ୍ଷତା ବିକାଶ କେନ୍ଦ୍ର ପ୍ରତିଷ୍ଠା ହେବ

ଭୁବନେଶ୍ୱର, ୧୮।୧୧(ବ୍ୟୁରୋ): ଖଣିଜ କ୍ଷେତ୍ରରେ କାର୍ଯ୍ୟ କରିବା ନିମନ୍ତେ ଯୁବବର୍ଗଙ୍କୁ କୁଶଳୀ କରିବାକୁ ରାଜ୍ୟ ସରକାର ପ୍ରୟାସ ଆରମ୍ଭ କରିଛନ୍ତି। ଏନେଇ ଦକ୍ଷତା ବିକାଶ ମନ୍ତ୍ରୀ ପ୍ରୀତିରଞ୍ଜନ ଘଡ଼େଇ ଗୁରୁବାର ଲୋକସେବା ଭବନରେ ଟାଟା ଗ୍ରୁପ୍‌ର ସ୍କିଲ କାଉନସିଲ୍‌ ଫର୍‌ ମାଇନିଂ ସେକ୍ଟର (ଏସ୍‌ସିଏମ୍‌ଏସ୍‌) ଅଧିକାରୀଙ୍କ ସହ ଆଲୋଚନା କରିଛନ୍ତି। ଓଡ଼ିଶାର ଅଧିକାଂଶ ଜିଲା ଖଣି ପ୍ରଭାବିତ ଅଞ୍ଚଳ। ସେଥିପାଇଁ ଜିଲାସ୍ତରରେ ଖଣି ପ୍ରଭାବିତ ଅଞ୍ଚଳରେ ଦକ୍ଷତା ବିକାଶ କେନ୍ଦ୍ର ପ୍ରତିଷ୍ଠା କରିବାକୁ ଯୋଜନା ହେଉଛି। ଫଳରେ ସ୍ଥାନୀୟ ଯୁବପିଢ଼ିଙ୍କୁ ଟ୍ରେନିଂ ଦେଇ ଦକ୍ଷତା ବୃଦ୍ଧି କରାଯିବ। ଗୁରୁତ୍ୱପୂର୍ଣ୍ଣ କଥା ହେଲା, ସ୍ବାସ୍ଥ୍ୟ ଏବଂ ପରିବେଶ ସୁରକ୍ଷାକୁ ଟ୍ରେନିଂ ପ୍ରଦାନର ମୁଖ୍ୟ ଅଂଶ ଭାବେ ଗ୍ରହଣ କରାଯିବ। ଏହାଦ୍ୱାରା ଖଣି ପ୍ରଭାବିତ ଅଞ୍ଚଳରେ ନିଯୁକ୍ତିର ସୁଯୋଗ ସୃଷ୍ଟି ହେବା ସହ ପରିବେଶ ସୁରକ୍ଷିତ ରଖାଯାଇପାରିବ ବୋଲି ମନ୍ତ୍ରୀ ଘଡ଼େଇ କହିଛନ୍ତି। ତେବେ ସ୍ଥାନୀୟ ଖଣିଜ କେନ୍ଦ୍ରର ଆବଶ୍ୟକତାକୁ ଦୃଷ୍ଟିରେ ରଖି ଦକ୍ଷତା ବିକାଶ କେନ୍ଦ୍ର ସ୍ଥାପନ କରାଯିବ। ଏଥିଲାଗି ଆବଶ୍ୟକ ଭିତ୍ତିଭୂମି ରାଜ୍ୟ ସରକାର ଯୋଗାଇଦେବେ। ଖଣି ଅଞ୍ଚଳର ଯୁବପିଢ଼ିଙ୍କୁ କୁଶଳୀ କରିବାରେ ସଫଳ ହୋଇଥିବା ଏସ୍‌ସିଏମ୍‌ଏସ୍‌ ଖୁବ୍‌ଶୀଘ୍ର ଏକ ରାଜ୍ୟସ୍ତରୀୟ ବ୍ଲୁ-ପ୍ରିଣ୍ଟ ପ୍ରସ୍ତୁତ କରିବ। ଏହି ବୈଠକରେ ବୈଷୟିକ ଶିକ୍ଷା ନିର୍ଦ୍ଦେଶକ ରେଘୁଜୀ, ଏସ୍‌ସିଏମ୍‌ଏସ୍‌ର ଏମ୍‌ଡି ପଙ୍କଜ ସତେଜା, ସିଇଓ ସଞ୍ଜୟ ଶର୍ମା, ଅପରେଶନ ମୁଖ୍ୟ ନଭନୀତ କୁମାର ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବନ ବିଭାଗର ବଡ଼ ଧରଣର ଚଢ଼ାଉ: ଧରାପଡ଼ିଲେ ବାଘ ଛାଲ ରାକେଟ୍‌

ଭୁବନେଶ୍ୱର,୨୩।୧୨: ବାଲେଶ୍ୱର ଏବଂ ମୟୂରଭଞ୍ଜ ଜିଲାରେ ସୋମବାର ବନ ବିଭାଗ ଏବଂ ସ୍ପେଶାଲ ସ୍କ୍ବାଡ୍‌ ପକ୍ଷରୁ ବଡ଼ ଧରଣର ଚଢ଼ାଉ କରାଯାଇଛି। ଚଢାଉ ବେଳେ ଅଧିକାରୀମାନେ...

ଜିନ୍ନତକୁ ଟ୍ରାଙ୍କୁଲାଇଜ ପାଇଁ ଚାଲିଛି ଉଦ୍ୟମ

ଭୁବନେଶ୍ୱର,୨୩।୧୨: ଶିମିଳିପାଳରୁ ଖସି ପଳାଇଥିବା ବାଘୁଣୀ ଜିନ୍ନତକୁ ଓଡ଼ିଶା ଫେରାଇ ଆଣିବାକୁ ବନ ବିଭାଗ କସରତ ଆରମ୍ଭ କରିଦେଇଛି। ବାଘୁଣୀ ଜିନ୍ନତ ଏବେ ପଶ୍ଚିମବଙ୍ଗ ପୁରୁଲିଆରେ...

ରୁବେନ ବାନାର୍ଜୀଙ୍କ ବହିକୁ ନେଇ ବିଜେଡିରେ କମ୍ପନ: ମୁହଁ ଖୋଲିଲେ ଅରୁଣ ସାହୁ

ଭୁବନେଶ୍ୱର,୨୩।୧୨: ବଙ୍ଗାଳୀ ଲେଖକ ରୁବେନ ବାନାର୍ଜୀଙ୍କ ପୁସ୍ତକ ‘ନବୀନ ପଟ୍ଟନାୟକ-ଦ ଅଥରେଟିଭ୍‌ ବାୟୋଗ୍ରାଫି ରିଭାଇଜ୍‌ଡ୍‌ ଆଫ୍ଟର ୨୦୨୪ ଇଲେକ୍ସନ’କୁ ନେଇ ବିଜେଡିରେ କମ୍ପନ ସୃଷ୍ଟି ହୋଇଛି।...

ଓଡ଼ିଶାର ଆଉ ଏହି ୩ଟି ସ୍ଥାନରେ ଲାଗିବ ଡପଲର ରାଡାର

ଭୁବନେଶ୍ୱର,୨୩।୧୨: ଓଡ଼ିଶାର ଆଉ ୩ଟି ସ୍ଥାନରେ ଡପଲର ରାଡାର ଲାଗିବ ବୋଲି ଆଇଏମ୍‌ଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର ଏବଂ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ସୋମବାର...

ଭୁବନେଶ୍ୱରରେ ଲେଫ୍ଟ ଫ୍ରି’ ନିୟମ ବାଟବଣା

ଭୁବନେଶ୍ୱର,୨୩ା୧୨(ସତ୍ୟଜିତ୍‌ ରାଉତ): ରାଜଧାନୀ ଭୁବନେଶ୍ୱରରେ ଟ୍ରାଫିକ୍‌ ଯନ୍ତ୍ରଣା ଅସହ୍ୟ ହେଉଛି। ବିଭିନ୍ନ ସମୟରେ ଅସମ୍ଭାଳ ଭିଡ଼ ଯୋଗୁ ଲୋକେ ରାସ୍ତାରେ ଘଣ୍ଟାଘଣ୍ଟା ଧରି ଅପେକ୍ଷା କରି...

କାଲି ଘରୁ ବାହାରକୁ ଯାଇ ଆଉ ଫେରି ନ ଥିଲେ ଯୁବକ, ଆଜି ଟ୍ରେନ୍‌ ଲାଇନ୍‌ରୁ ମିଳିଲା ମୃତଦେହ

ପରଜଙ୍ଗ,୨୩ା୧୨(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ଅନୁଗୋଳ-ଡ଼ୁବୁରୀ ନୂତନ ରେଳପଥର ପରଜଙ୍ଗ ରେଳ ଷ୍ଟେଶନଠାରୁ ଅଳ୍ପ ଦୂରରେ ଟ୍ରେନ୍‌ରେ କଟି ରବିବାର ବିଳମ୍ବିତ ରାତିରେ...

୩୫ ଲକ୍ଷ ଟଙ୍କାରେ ବଜ୍ରକାପ୍ତା ବିକ୍ରି ପାଇଁ ହୋଇଥିଲା ଡିଲ୍‌: ମାଡ଼ିବସିଲା ବନ ବିଭାଗ

ଟିଟିଲାଗଡ଼,୨୩।୧୨(ଶରତ ମିଶ୍ର): ବଲାଙ୍ଗୀର ଜିଲା ଟିଟିଲାଗଡ଼ ବନାଞ୍ଚଳ ଅଧୀନ ବର୍ଣ୍ଣେଇ ରିଜର୍ଭ ଜଙ୍ଗଲରୁ ଏକ ବଜ୍ରକାପ୍ତା ଧରି ବିକ୍ରି କରୁଥିବା ବେଳେ ବନ ବିଭାଗ ହାତରେ...

ପାଟଣାଗଡ଼ ପାର୍ସଲ ବୋମା ମାମଲା: ଆଜି ସାକ୍ଷୀ ଦେବେ କି ଅରୁଣ ବୋଥ୍ରା

ବଲାଙ୍ଗୀର,୨୩ା୧୨: ବଲାଙ୍ଗୀର ପାଟଣାଗଡ଼ର ବହୁଚର୍ଚ୍ଚିତ ପାର୍ସଲ ବୋମା ମାମଲାରେ ସୋମବାର ପାଟଣାଗଡ଼ ଏଡିଜେ କୋର୍ଟରେ ସାକ୍ଷ୍ୟ ଗହଣ କରାଯିବ। ଏହି ଘଟଣାରେ ତତ୍କାଳୀନ କ୍ରାଇମ୍‌ବ୍ରାଞ୍ଚ ଏଡିଜି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri