Posted inଜାତୀୟ

ସ୍ଲିପ୍‌ ଅଫ ଟଙ୍ଗ୍‌: ପୁଣି ଭୁଲ କହିଲେ ରାହୁଲ, ଚା‘ ଗରମ ପାଇଁ ଷ୍ଟୋଭ୍‌ରେ କୋଇଲା ପକାଇବା ଦରକାର…

ଗୁଆହାଟୀ,୨୫।୧ : ରାହୁଲ ଗାନ୍ଧୀଙ୍କ ଭାରତ ଯୋଡୋ ନ୍ୟାୟ ଯାତ୍ରା ଉପରେ ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଏଥିରେ ରାହୁଲ ଏକ ସାଧାରଣ ସଭାରେ ସମ୍ବୋଧିତ କରିବାବେଳେ କହୁଛନ୍ତି, ସକାଳେ ଉଠି, ଚା ଗରମ କରିବା ପାଇଁ ଷ୍ଟୋଭ୍‌ରେ କୋଇଲା ରଖି, ଏହାକୁ ଜଳା ଯାଏ। ଏହି ୧୩ ସେକେଣ୍ଡର ଭିଡିଓ ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱ ଶର୍ମା ସୋସିଆଲ ମିଡିଆରେ ଶେୟାର କରିଛନ୍ତି। ରାହୁଲ ବର୍ତ୍ତମାନ ତାଙ୍କ ଭାରତ ଯୋଡୋ ନ୍ୟାୟ ଯାତ୍ରାରେ ଆସାମରେ ଅଛନ୍ତି। ଏହି ଭିଡିଓକୁ ସମାଲୋଚନା କରି ହିମନ୍ତ ତାଙ୍କ ସୋସିଆଲ ମିଡିଆ ପୋଷ୍ଟରେ କୋଇଲା ଉପରେ ଲେଖିଛନ୍ତି ଷ୍ଟୋଭରେ କୋଇଲା? ଆପଣ ଷ୍ଟୋଭ୍‌ରେ କୋଇଲା ରଖି ଆମକୁ ଦ୍ୱନ୍ଦ୍ୱରେ ପକାଇଛନ୍ତି ଆଳୁରୁ ସୁନା ତିଆରି କରିବାର କଳ୍ପନା ଆମେ ଏଥିରୁ ପାଇବୁ ବୋଧେ।

ରାହୁଲ ଅଗ୍ନିପଥ ଯୋଜନାକୁ ନେଇ କେନ୍ଦ୍ର ସରକାରଙ୍କୁ ସମାଲୋଚନା କରିଥିଲେ। ସେ ସାମରିକ ନିଯୁକ୍ତିର ଏହି ଯୋଜନା ସମ୍ପର୍କରେ ଭାଜପାକୁ କଡ଼ା ସମାଲୋଚନା କରି ପୂର୍ବ ପ୍ରକ୍ରିୟା ଅନୁଯାୟୀ ନିଯୁକ୍ତି ଦିଆଯାଇଥିବା ୧.୫ ଲକ୍ଷ ଯୁବବର୍ଗ ବର୍ତ୍ତମାନ ବେକାର ଏବଂ ନିରାଶ ହୋଇଛନ୍ତି। ଭାରତ ଯୋଡୋ ନ୍ୟାୟ ଯାତ୍ରା ସମୟରେ କିଛି ଯୁବକଙ୍କ ସହ କଥାବାର୍ତ୍ତା କରି ୟୁଟ୍ୟୁବରେ ସେ ଭିଡିଓ ପୋଷ୍ଟ କରିଥିଲେ। ଏଥିରେ ସେ ସେହି ଯୁବକମାନଙ୍କ ସହ କଥାବାର୍ତ୍ତା କରୁଛନ୍ତି ଯେଉଁମାନେ ପୂର୍ବ ନିଯୁକ୍ତି ପ୍ରକ୍ରିୟାରେ ଅନୁମୋଦନ ପାଇବା ପରେ ମଧ୍ୟ ନିଯୁକ୍ତ ହୋଇ ନ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭାରତ-ଚାଇନା ଚୁକ୍ତିକୁ ନେଇ ଜୟଶଙ୍କର କହିଲେ ସଫଳତା ପଛରେ…

ପୁଣେ,୨୬ା୧୦: ଦୀର୍ଘ ୪ ବର୍ଷରୁ ଊର୍ଦ୍ଧ୍ୱ ସମୟ ଧରି ପୂର୍ବ ଲଦାଖ ଅନ୍ତର୍ଗତ ଏଲ୍‌ଏସିରେ ଲାଗି ରହିଥିବା ଅଚଳାବସ୍ଥା ଦୂର ପାଇଁ ଉଭୟ ଭାରତ ଓ...

ଖାଲିଟାରେ ଗର୍ଜୁ ନାହାଁନ୍ତି ଗିରିରାଜ…

ପାଟନା,୨୬।୧୦: ବିହାରରେ ଯେଉଁ ଆଡେ ନଜର ପକାଇଲେ ଦେଖିବେ, ଆଜିକାଲି କେବଳ ଭାଜପାର ଫାୟାର ବ୍ରାଣ୍ଡ ନେତା ତଥା କେନ୍ଦ୍ର ମନ୍ତ୍ରୀ ଗିରିରାଜ ସିଂଙ୍କ ‘ହିନ୍ଦୁ...

ଭାରତ ଆଡକୁ କାହିଁକି ଆକର୍ଷିତ ହେଉଛି ବିଶ୍ୱ? ଜୟଶଙ୍କର ଦେଲେ ଏମିତି ଜବାବ

ପୁଣେ,୨୬।୧୦: ଶନିବାର ଅର୍ଥାତ୍‌ ଅକ୍ଟୋବର ୨୬ରେ ପୁଣେରେ ଛାତ୍ରମାନଙ୍କ ସହ କଥାବାର୍ତ୍ତା ବେଳେ ବୈଦେଶିକ ବ୍ୟାପାର ମନ୍ତ୍ରୀ ଡକ୍ଟର ଏସ ଜୟଶଙ୍କର କହିଛନ୍ତି ଯେ ଆଜି...

ବାବା ସିଦ୍ଦିକୀ ହତ୍ୟାକାଣ୍ଡର ଖୋଲିଲା ବଡ଼ ଗୁମର, ପୋଲିସ କହିଲା କିଏ ମାମଲାର ମୋଷ୍ଟ ଓ୍ବାଣ୍ଟେଡ

ମୁମ୍ବାଇ,୨୬।୧୦: ବରିଷ୍ଠ ଏନସିପି ନେତା ବାବା ସିଦ୍ଦିକୀଙ୍କ ହତ୍ୟା ମାମଲାରେ ଏକ ବଡ଼ ଥା ସାମ୍ନାକୁ ଆସିଛି। ଏହି ହତ୍ୟା ମାମଲାରେ ମୁମ୍ବାଇ କ୍ରାଇମ ବ୍ରାଞ୍ଚ...

ସ୍ବାମି ଅଭିମୁକ୍ତେଶ୍ୱରାନନ୍ଦଙ୍କଠାରୁ ଆଶୀର୍ବାଦ ନେଲେ ପରିଣିତି-ରାଘବ

ନୂଆଦିଲ୍ଲୀ,୨୬।୧୦: ଶନିବାର ଶଙ୍କରାଚାର୍ଯ୍ୟ ସ୍ବାମୀ ଅଭିମୁକ୍ତେଶ୍ୱରାନନ୍ଦ ସରସ୍ବତୀ ମହାରାଜ ଆମ ଆଦମୀ ପାର୍ଟି ରାଜ୍ୟ ସଭା ଏମପି ରାଘବ ଚଢା ଏବଂ ଅଭିନେତ୍ରୀ ପରିଣିତି ଚୋପ୍ରାଙ୍କ...

ବିମାନକୁ ବୋମା ଧମକ ପରେ ସହାୟତା ଲୋଡ଼ିଲେ କେନ୍ଦ୍ର ସରକାର

ନୂଆଦିଲ୍ଲୀ,୨୬ା୧୦: କେନ୍ଦ୍ର ଇଲେକ୍ଟ୍ରୋନିକ୍ସ ଏବଂ ସୂଚନା ପ୍ରଯୁକ୍ତିବିଦ୍ୟା ମନ୍ତ୍ରଣାଳୟ ଶନିବାର ବିମାନ କମ୍ପାନୀଗୁଡ଼ିକ ପ୍ରତିଦିନ ବୋମା ଧମକ ଦେଉଥିବା ଗୁଜବ ସମ୍ପର୍କରେ ଏକ ଆଡ୍‌ଭାଇଜରି ଜାରି...

ଲରେନ୍ସ ବିଷ୍ଣୋଇଙ୍କ ଗ୍ୟାଙ୍ଗର ଟାର୍ଗେଟରେ ଅଛନ୍ତି ୟୁପିର ବିଧାୟକ!

ମୁମ୍ବାଇ,୨୬।୧୦: ଲରେନ୍ସ ବିଷ୍ଣୋଇ ଗ୍ୟାଙ୍ଗ ଏପର୍ଯ୍ୟନ୍ତ ଅନେକ ରାଜନେତାଙ୍କୁ ଟାର୍ଗେଟ କରି ହତ୍ୟା କରିନ୍ତି। ନିକଟରେ ମୁମ୍ବାଇରେ ବାବା ସିଦ୍ଦିକୀଙ୍କ ହତ୍ୟା ମାମଲା ସମଗ୍ର ଦେଶରେ...

ଝାଡ଼ଖଣ୍ଡ ନିର୍ବାଚନ ମଇଦାନକୁ ଓହ୍ଲାଇଲେ ମହେନ୍ଦ୍ର ସିଂ ଧୋନୀ

ନୂଆଦିଲ୍ଲୀ,୨୬।୧୦: ନିର୍ବାଚନ ମଇଦାନରେ ନଜର ଆସିବେ ଭାରତର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ। ନିକଟରେ ହେବାକୁ ଥିବା ଝାଡ଼ଖଣ୍ଡ ବିଧାନସଭା ନିର୍ବାଚନରେ ତାଙ୍କୁ ଦେଖିବାକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri