କାଳ ସାଜୁଛି ମୁକୁଳା ଡ୍ରେନ୍‌, ଚେତୁନି ପ୍ରଶାସନ

ଭୁବନେଶ୍ୱର,୧୯।୬ (ବନ୍ଦନା ସେଠୀ):ସ୍ମାର୍ଟସିଟି ଭୁବନେଶ୍ୱରବାସୀଙ୍କ ପାଇଁ କାଳ ସାଜୁଛି ମୁକୁଳା ଡ୍ରେନ୍‌। ସହରର ବିପର୍ଯ୍ୟସ୍ତ ଡ୍ରେନ୍‌ ବ୍ୟବସ୍ଥା ପାଇଁ ମୃତ୍ୟୁର କରାଳ ଆଁରେ ଚାଲି ଯାଉଛି ଗୋଟିଏ ପରେ ଗୋଟିଏ ଅମୂଲ୍ୟ ଜୀବନ। ମଙ୍ଗଳବାର ମୁକୁଳା ଡ୍ରେନ୍‌ରେ ପଡ଼ି ଜଣେ ନାବାଳକଙ୍କ ମୃତ୍ୟୁ ହୋଇଛି। ବିଏମ୍‌ସିର ବିଫଳତା ପାଇଁ ବାରମ୍ବାର ଏଭଳି ଅଘଟଣ ଘଟୁଥିବାବେଳେ କର୍ତ୍ତୃପକ୍ଷ ନିଦା ବିଷ୍ଣୁ ସାଜିଥିବା ମନେହେଉଛି। ଫଳରେ ଗତ ୯ବର୍ଷରେ ୮ଜଣଙ୍କ ଜୀବନ ଗଲାଣି। ଡ୍ରେନ ନିର୍ମାଣ ଠାରୁ ଆରମ୍ଭ କରି ଡ୍ରେନ ସଫା ପର୍ଯ୍ୟନ୍ତ ବିଏମ୍‌ସି ପ୍ରତିବର୍ଷ କୋଟିକୋଟି ଟଙ୍କା ଖର୍ଚ୍ଚ କରୁଛି। ମାତ୍ର ଅଧିକାଂଶ ଡ୍ରେନ ମୁକୁଳା ପଡ଼ିଥିବାବେଳେ ଆଉ କେତେକ ସ୍ଥାନରେ କୌଣସି ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଉ ନାହିଁ। ଅପରପକ୍ଷେ ସମସ୍ତ ଡ୍ରେନ୍‌ ଉପରେ ସ୍ଲାବ୍‌ ପକାଇବା ବାଧ୍ୟତାମୂଳକ ବୋଲି ପୂର୍ବରୁ ସୁପ୍ରିମକୋର୍ଟ ଏକ ରାୟରେ ନିର୍ଦ୍ଦେଶ ଦେଇଥିଲେ ମଧ୍ୟ ବିଏମ୍‌ସି ଏହାକୁ ପାଳନ କରୁନାହିଁ। ସେହିପରି ମୁକୁଳା ଡ୍ରେନ୍‌ ଗୋଟିଏ ପରେ ଗୋଟିଏ ଜୀବନ ନେଉଥିଲେ ମଧ୍ୟ ବିଏମ୍‌ସି କର୍ତ୍ତୃପକ୍ଷ ଚେତୁ ନାହାନ୍ତି। ବିଶେଷକରି ବର୍ଷାଦିନ ପୂର୍ବରୁ ଡ୍ରେନ୍‌ ସଫା କାମ ନ ସାରିବା, ସଫା ପରେ ସମ୍ପୃକ୍ତ ଡ୍ରେନ୍‌ରେ ତୁରନ୍ତ ଘୋଡ଼ଣୀ ନ ପକାଇବା, ଅଧିକାଂଶ ଡ୍ରେନ୍‌ ମୁକୁଳା ପଡ଼ିଥିବାବେଳେ ସେଥିରେ ସ୍ଲାବ ନ ପକାଇବା କିମ୍ବା ସତର୍କତାମୂଳକ ବାଉଁଶ ବ୍ୟାରିକେଡ୍‌ ବା ସତର୍କ ସୂଚନା ଫଳକ ନ ଲଗାଇବା କାରଣରୁ ବାରମ୍ବାର ଏଭଳି ଅଘଟଣ ଘଟି ଚାଲିଛି।
ସହରରେ ୭୭କି.ମି.ର ୧୦ଟି ମୁଖ୍ୟ ଡ୍ରେନ୍‌ ରହିଥିବାବେଳେ ୯୨୪.୨୭କି.ମି ଆଭ୍ୟନ୍ତରୀଣ ବା ଶାଖା ଡ୍ରେନ୍‌ ରହିଛି। ପ୍ରତିବର୍ଷ ନୂଆ ଡ୍ରେନ ନିର୍ମାଣ, ପୁନରୁଦ୍ଧାର ଓ ମରାମତି ବାବଦକୁ ବିଏମ୍‌ସି କୋଟିକୋଟି ଟଙ୍କା ଖର୍ଚ୍ଚ କରୁଥିବାବେଳେ ଏକାଧିକ ଏଜେନ୍ସି ଲଗାଇ କାମ କରାଉଛି। ଖରା କିମ୍ବା ଶୀତ ଦିନେ ଡ୍ରେନ୍‌ କାମ ନ ହୋଇ ବର୍ଷା ଆରମ୍ଭରୁ କାମ କରାଯାଉଛି। ଫଳରେ ଅଧିକାଂଶ ଅଞ୍ଚଳରେ ଅଧାପନ୍ତରିଆ ସଫେଇ କାମ ସହ ଡ୍ରେନ୍‌ ମୁକୁଳା ପକାଇ ଠିକାଦାର ଚାଲିଯାଉଛନ୍ତି। ଏପରି କି ନିର୍ମାଣ ସାମଗ୍ରୀ ଏବଂ ସଫେଇରୁ ବାହାରୁଥିବା ବର୍ଜ୍ୟ ଠିକ୍‌ ଭାବେ ଉଠାଯାଉ ନ ଥିବାରୁ ବର୍ଷା ହେଲେ ଜଳ ନିଷ୍କାସନ ବାଟ ବନ୍ଦ ହେଉଛି। ଅସରାଏ ବର୍ଷା ହେଲେ ଡ୍ରେନ୍‌, ରାସ୍ତା ସବୁ ଏକାକାର ହୋଇ ବାରମ୍ବାର ଦୁର୍ଘଟଣା ପଡୁଛି।


Enter your email to get our daily news in your inbox.

All Right Reserved By Dharitri.Com

୫୦ ଟଙ୍କା ନେଇ ଧରାପଡ଼ିଲେ ମୋ ସେବା କେନ୍ଦ୍ର ମାଲିକ

ରାଉରକେଲା,୨୧।୯(ସଙ୍ଗୀତା ଜେନା): ପ୍ଲାଣ୍ଟସାଇଟ୍‌ ଥାନା ଅନ୍ତର୍ଗତ ଷ୍ଟେଶନ ରୋଡ୍‌ରେ ଥିବା ଏକ ମୋ ସେବା କେନ୍ଦ୍ରର ମାଲିକ ସୁଭଦ୍ରା ଯୋଜନା ପାଇଁ ହିତାଧିକାରୀଙ୍କୁ ୫୦ ଟଙ୍କା...

ଲାଞ୍ଚ ନେଇ ଧରା ପଡିଲେ ୨ ପୋଲିସ ବାବୁ, ଜବତ ବାଇକ୍‌ ଫେରାଇବା ପାଇଁ…

ନବରଙ୍ଗପୁର,୨୧।୯: ଲାଞ୍ଚ ନେଇ ଧରାପଡ଼ଛନ୍ତି ୨ ପୋଲିସ କର୍ମଚାରୀ। ନବରଙ୍ଗପୁର ପାପଡ଼ାହାଣ୍ଡି ଥାନାର ୨ କର୍ମଚାରୀ ଲାଞ୍ଚ ନେଉଥିବା ଅବସ୍ଥାରେ ଧରା ପଡିଛନ୍ତି। ସେମାନେ ହେଲେ...

ଏମାନଙ୍କୁ ଆଦୌ ମିଳିବନି ସୁଭଦ୍ରା ଟଙ୍କା, ଆବେଦନ କଲେ ବି କଟିଯିବ…

ଭୁବନେଶ୍ୱର,୨୧।୯: ସୁଭଦ୍ରା ଯୋଜନାର ଶୁଭାରମ୍ଭ ପରେ ୨୫ ଲକ୍ଷ ମହିଳାଙ୍କ ଆକାଉଣ୍ଟକୁ ଟଙ୍କା ଯାଇଛି। ପ୍ରାୟ ୧୨ ଶହ ୫୦ କୋଟି ଟଙ୍କା ସୁଭଦ୍ରା ହିତାଧିକାରୀଙ୍କ...

ଅଭିଯୋଗ ପ୍ରକୋଷ୍ଠରେ ରହିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ନିଜ ଘର ଦେଇଦେଲେ…

ଭୁବନେଶ୍ୱର,୨୧।୯: ଉଦାହରଣ ସୃଷ୍ଟିକଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଲୋକଙ୍କ ପାଇଁ ନିଜ ଘର ଦେଇଦେଲେ ମୁଖ୍ୟମନ୍ତ୍ରୀ। କେନ୍ଦୁଝରରେ ଥିବା ନିଜ ମଣ୍ଡୁଆ ବାସଭବନକୁ ଲୋକଙ୍କୁ ଉତ୍ସର୍ଗ...

ଗୋଟିଏ ଟ୍ରାକ୍‌ରେ ୨ ଟ୍ରେନ୍‌ ସାମ୍‌ନା ସାମ୍‌ନି

ରାଉରକେଲା,୨୧।୯(ଦିନେଶ ମିଶ୍ର): ରାଉରକେଲା ବାସନ୍ତୀ ରେଲୱେ ଓଭରବ୍ରିଜ ନିକଟରେ ଶନିବାର ଗୋଟିଏ ରେଳ ଦୁର୍ଘଟଣା ଟଳିଯାଇଛି। ଗୋଟିଏ ରେଳ ଟ୍ରାକ୍‌ରେ ଗୋଟିଏ ମାଲବାହୀ ଓ ଅନ୍ୟଟି...

ସୃଷ୍ଟିହେଲା ୨ଟି ଘୂର୍ଣ୍ଣିବଳୟ, ୧୨ଜିଲାରେ ଅତି ପ୍ରବଳ ବର୍ଷିବ

ଭୁବନେଶ୍ୱର,୨୧।୯: ବଙ୍ଗୋପସାଗର ଓ ତତ୍‌ ସଂଲଗ୍ନ ଅଞ୍ଚଳରେ ୨ଟି ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଏହାର ପ୍ରଭାବରେ ୨୩ ତାରିଖ ସୁଦ୍ଧା ଲଘୁଚାପ କ୍ଷେତ୍ର ସୃଷ୍ଟି...

ଯାଆଁଳା ଉଉଣୀଙ୍କୁ ଚାପିଦେଲା ଟ୍ରକ, ଆଉ ତା’ପରେ…

ଢେଙ୍କାନାଳ,୨୧।୯: ପୁରୁଣାକଟକ-ସମ୍ବଲପୁର ରାସ୍ତା ଶୁକିଆବାଉତି ଛକରେ ରବିବାର ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏକ ଟ୍ରକ ଚାପାରେ ଦୁଇ ଯାଆଁଳା ଉଉଣୀଙ୍କ ମୃତ୍ୟୁ ଘଟିଥିବା ବେଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri