ଭୁବନେଶ୍ୱର,୨୩ା୬(ଅନିଲ ଦାସ):ରାଜ୍ୟ ସରକାର ଗଜପତି ଜିଲାପାଳ ଲିଙ୍ଗରାଜ ପଣ୍ଡାଙ୍କୁ ବଦଳି କରିଛନ୍ତି। ତାଙ୍କ ସ୍ଥାନରେ ମତ୍ସ୍ୟ ନିର୍ଦ୍ଦେଶକ ସ୍ମୃତି ରଞ୍ଜନ ପ୍ରଧାନଙ୍କୁ ଗଜପତି ଜିଲାପାଳ ଭାବେ ନିଯୁକ୍ତି ଦେଇଛନ୍ତି। ଗୁରୁବାର ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ଏ ନେଇ ବିଜ୍ଞପ୍ତି ପ୍ରକାଶ କରାଯାଇଛି। ଲିଙ୍ଗରାଜ ପଣ୍ଡାଙ୍କୁ ମହିଳା ଓ ଶିଶୁ ବିକାଶ ବିଭାଗ ସାମାଜିକ କଲ୍ୟାଣ ନିର୍ଦ୍ଦେଶକ ଭାବେ ନିଯୁକ୍ତି ଦିଆଯାଇଛି।