ଚିଲିକାରେ ଚାଲିବ ସୌରଚାଳିତ ବୋଟ୍‌

ଭୁବନେଶ୍ୱର, ୧୭।୧୦(ସୁନିତ୍‌ ମିଶ୍ର):ଚିଲିକାରେ ଚାଲିବ ସୌରଚାଳିତ ବା ବ୍ୟାଟେରିଚାଳିତ ବୋଟ୍‌। ଏଥିପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ପ୍ରସ୍ତୁତି ଜାରି ରହିଛି। ଚିଲିକାରେ ପ୍ରଦୂଷଣ କମାଇବା ଏବଂ କାର୍ବନ ନିର୍ଗମନ ମାତ୍ରାକୁ ହ୍ରାସ କରିବା ଉଦ୍ଦେଶ୍ୟରେ ରାଜ୍ୟ ସରକାରଙ୍କ ଦୀର୍ଘଦିନର ପ୍ରସ୍ତାବିତ ପଦକ୍ଷେପ ଖୁବ୍‌ଶୀଘ୍ର କାର୍ଯ୍ୟକାରୀ ହେବାକୁ ଯାଉଛି। ଏ ସମ୍ପର୍କରେ ଶୁକ୍ରବାର ଓଡ଼ିଶା ଅକ୍ଷୟ ଶକ୍ତି ଉନ୍ନୟନ ସଂସ୍ଥା (ଓରେଡା) ତରଫରୁ ଏକ ପ୍ରସ୍ତାବ ଉପସ୍ଥାପନ କରାଯାଇଛି। ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ଶକ୍ତି ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ନିକୁଞ୍ଜ ବିହାରୀ ଧଳ, ପର୍ଯ୍ୟଟନ ବିଭାଗ ନିର୍ଦ୍ଦେଶକ ସଚିନ ରାମଚନ୍ଦ୍ର ଯାଦବଙ୍କ ସମେତ ଅନ୍ୟ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ।
ଚିଲିକା ହେଉଛି ଏସିଆର ସବୁଠାରୁ ବଡ଼ ଲବଣାକ୍ତ ହ୍ରଦ। ଅନେକ ପ୍ରଜାତିର ସ୍ଥାନୀୟ ଏବଂ ପ୍ରବାସୀ ପକ୍ଷୀଙ୍କ ଏକ ବାସସ୍ଥଳୀ ହେତୁ ଏହା ‘ରାମସାର ଅଧୀନ ୱେଟ୍‌ ଲ୍ୟାଣ୍ଡ ଅଫ୍‌ ଇଣ୍ଟରନ୍ୟାଶନାଲ ଇମ୍ପୋର୍ଟାନ୍ସରେ ସ୍ଥାନିତ ହୋଇଛି। ହଜାର ହଜାର ପ୍ରବାସୀ ପକ୍ଷୀଙ୍କ ଦୀର୍ଘ ଯାତ୍ରାରେ ଚିଲିକା ଏକ ଗୁରୁତ୍ୱପୂର୍ଣ୍ଣ ଅସ୍ଥାୟୀ ରହଣି (ଷ୍ଟପ୍‌ ଓଭର ପଏଣ୍ଟ) ଭାବେ କାର୍ଯ୍ୟ କରେ। ବିଭିନ୍ନ ପ୍ରଜାତିର ମାଛ, କଙ୍କଡ଼ା, ଚିଙ୍ଗୁଡ଼ି ଓ ଅନ୍ୟାନ୍ୟ ଜଳଜୀବଙ୍କ ସହ ବିରଳ ଇରୱାଡି ଡଲଫିନ୍‌ ମାଛଙ୍କ ଘର ଭାବେ ଚିଲିକାର ସ୍ବତନ୍ତ୍ର ପରିଚୟ ରହିଛି। ଏଥିସହିତ ଚିଲିକାର ଲୁଣାପାଣି ଏକ ସମୃଦ୍ଧ ଜୈବ ବିବିଧତାକୁ ସମର୍ଥନ କରେ। ଚିଲିକାରୁ ମାଛ ଧରିବା ହଜାର ହଜାର ପରିବାରଙ୍କ ଜୀବିକାର୍ଜନର ମାଧ୍ୟମ ହୋଇଛି ଓ ସେମାନଙ୍କ ଆଞ୍ଚଳିକ ଅର୍ଥନୀତି ପ୍ରତି ଯୋଗଦାନ ରହିଛି। ବିଦେଶାଗତ ପକ୍ଷୀ, ଡଲଫିନ୍‌ ମାଛ, କାଳିଜାଈ ମନ୍ଦିର ଏବଂ ବିଭିନ୍ନ ଜଳ କ୍ରୀଡା କାର୍ଯ୍ୟକଳାପ ଯୋଗୁ ଚିଲିକା ପର୍ଯ୍ୟଟକଙ୍କ ଏକ ପ୍ରମୁଖ ଲକ୍ଷ୍ୟସ୍ଥଳ ହୋଇପାରିଛି। ଚିଲିକାରେ ଡିଜେଲ ଚାଳିତ ମୋଟର ବୋଟ୍‌ ବ୍ୟବହାର ଦ୍ୱାରା ଏହା ବିଭିନ୍ନ ପ୍ରକାର ପ୍ରଦୂଷଣର କାରଣ ହେଉଛି। ଏହି ପ୍ରକାର ବୋଟ୍‌ରେ ବ୍ୟବହୃତ ହେଉଥିବା ତେଲ ଅଧିକାଂଶ ସମୟରେ ହ୍ରଦରେ ମିଶୁଥିବାରୁ ଜଳ ପ୍ରଦୂଷଣ, ବାୟୁ ପ୍ରଦୂଷଣ ଏବଂ ବୋଟ୍‌ ଶବ୍ଦରୁ ଶବ୍ଦ ପ୍ରଦୂଷଣ ହୋଇଥାଏ। ଏଥିଯୋଗୁ ଜଳ ପରିସଂସ୍ଥାରେ ଅସନ୍ତୁଳନ ଦେଖାଦେବା ସହ ବିଦେଶାଗତ ପକ୍ଷୀମାନଙ୍କ ସଂଖ୍ୟା କମୁଛି ଓ ଡଲଫିନ୍‌ ମାଛଙ୍କ ଗତିପଥ ମଧ୍ୟ ହ୍ରଦରୁ ଦୂରେଇ ଯାଉଥିବା ଆଶଙ୍କା ରହୁଛି। ସୌରଚାଳିତ ବା ବ୍ୟାଟେରି ଚାଳିତ ବୋଟ୍‌ ପ୍ରାରମ୍ଭିକ ପର୍ଯ୍ୟାୟରେ କିଛିକାଂଶରେ ବ୍ୟୟସାପେକ୍ଷ ହେଉଥିଲେ ମଧ୍ୟ ପରବର୍ତ୍ତୀ ସମୟରେ ଏହାର ବାର୍ଷିକ ପରିଚାଳନା ଓ ରକ୍ଷଣାବେକ୍ଷଣ ଖର୍ଚ୍ଚ କମ୍‌ ହୋଇଥାଏ। ଏହି ଅବସରରେ ଓରେଡା ତରଫରୁ ଦେଶର ବିଭିନ୍ନ ରାଜ୍ୟରେ ରହୁଥିବା ସୌରଚାଳିତ ଓ ବ୍ୟାଟେରିଚାଳିତ ବୋଟ୍‌ ମଡେଲଗୁଡ଼ିକ ପ୍ରଦର୍ଶିତ କରାଯାଇଥିଲା। ବର୍ତ୍ତମାନ ରହିଥିବା ମାଛଧରା, ପର୍ଯ୍ୟଟକ ଡଙ୍ଗାଗୁଡ଼ିକରେ ନିର୍ମାଣ ଶୈଳୀରେ ଆବଶ୍ୟକ ପରିବର୍ତ୍ତନ କରାଯାଇ ତାହାକୁ ସୌରଚାଳିତ ବୈଦ୍ୟୁତିକ ବୋଟରେ ପରିଣତ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଥାନାକୁ ଆସିବା ପୂର୍ବରୁ ମେଜର-ବାନ୍ଧବୀଙ୍କ ଭିଡିଓ ଭାଇରାଲ, କିଛି ରୋଡ୍‌ ରୋମିଓ…

ଭୁବନେଶ୍ୱର,୨୧ା୯: ଭରତପୁର ଥାନାକୁ ଜଣେ ମେଜର ଏବଂ ତାଙ୍କ ବାନ୍ଧବୀ ଏତଲା ଦେବାକୁ ଆସି ନିର୍ଯାତନାର ଶିକାର ହୋଇଥିବା ଅଭିଯୋଗ ହୋଇଛି। ଏହି ଘଟଣାରେ ଦିନକୁ...

ଆମେରିକାରେ ଅଚ୍ୟୁତ ସାମନ୍ତଙ୍କ ନାମରେ ଖୋଲିବ ଗବେଷଣା କେନ୍ଦ୍ର

ଭୁବନେଶ୍ୱର,୨୧ା୯(ଶର୍ମିଷ୍ଠା ପାଣିଗ୍ରାହୀ):ଆମେରିକାର ସରକାରୀ ବିଶ୍ୱବିଦ୍ୟାଳୟ ସିଟି ୟୁନିଭର୍ସିଟି ଅଫ୍‌ ନ୍ୟୁୟର୍କ(କ୍ୟୁନି)ରେ ଶିକ୍ଷାବିତ୍‌, ସାମାଜିକ କର୍ମୀ ତଥା କିଟ୍‌ ଓ କିସ୍‌ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତଙ୍କ ନାମରେ...

‘ଶାରଳା ପୁରସ୍କାର’ ଘୋଷଣା: ଚଳିତବର୍ଷ ଏହି ମହିଳାଙ୍କୁ ମିଳିବ ପୁରସ୍କାର

ଭୁବନେଶ୍ୱର,୨୧ା୯(ଶର୍ମିଷ୍ଠା ପାଣିଗ୍ରାହୀ):ଚଳିତବର୍ଷ ବିଶିଷ୍ଟ ଲେଖିକା ସରୋଜିନୀ ସାହୁ ପାଇବେ ୪୫ତମ ‘ଶାରଳା ପୁରସ୍କାର’। ୨୦୧୯ରେ ସୃଜନ ଇଣ୍ଡିଆ ଦ୍ୱାରା ପ୍ରକାଶିତ ତାଙ୍କ ଉପନ୍ୟାସ ‘ଅସ୍ଥିର ପାଦ’...

ଭରତପୁର ଥାନା ଭିତର ଭିଡିଓ ଭାଇରାଲ, ସେଦିନ ରାତିରେ ଘଟିଥିଲା ଏପରି…

ଭୁବନେଶ୍ୱର,୨୧ା୯: ଭରତପୁର ଥାନାରେ ସେଦିନ ରାତିରେ ଘଟିଥିବା ଘଟଣାର କିଛି ଦୃଶ୍ୟ ଏବେ ଭାଇରାଲ ହେଉଛି। ପୋଲିସ ଓ ମେଜରଙ୍କ ବାନ୍ଧବୀଙ୍କ ମଧ୍ୟରେ ଚାଲିଥିବା କଥା...

ନବୀନ ପଟ୍ଟନାୟକଙ୍କୁ ଟାର୍ଗେଟ କଲେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ

କଟକ,୨୦।୯(ଶିଳ୍ପା ପ୍ରିୟଦର୍ଶିନୀ) କଟକ ବାଲିଯାତ୍ରା ଉପର ପଡିଆରେ ଗଣେଶ ମହୋତ୍ସବ ଶୁକ୍ରବାର ଉଦ୍‌ଯାପିତ ହୋଇଯାଇଛି। ଉଦ୍‌ଯାପନୀ ଉତ୍ସବରେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ ଯୋଗଦେଇଥିଲେ। ଏହାପରେ...

ଭରତପୁର ଥାନା ଘଟଣା: ଉଦ୍‌ବେଗ ପ୍ରକାଶ କଲେ ରାହୁଲ ଗାନ୍ଧି

ଭୁବନେଶ୍ୱର,୨୦ା୯: ଭରତପୁର ଥାନାରେ ମେଜର ଏବଂ ତାଙ୍କ ବାନ୍ଧବୀଙ୍କ ପୋଲିସର ଅତ୍ୟାଚାର ଏବଂ ଯୌନ ନିର୍ଯାତନା ଅଭିଯୋଗ ମାମଲା ଓଡ଼ିଶାକୁ ସାରା ଦେଶରେ ଲଜ୍ଜିତ କରିଛି।...

ନିଆରା ଅନ୍ଦାଜରେ ମୁଖ୍ୟମନ୍ତ୍ରୀ: କ୍ରୀଡାବିତଙ୍କୁ କଲେ ଉତ୍ସାହିତ

କେନ୍ଦୁଝର ,୨୦ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): ଜିଲା କରଞ୍ଜିଆପଡା ଖେଳପଡିଆରେ ଆୟୋଜିତ ୧୮ ତମ ନକ ଆଉଟ୍ ଫୁଟବଲ ପ୍ରତିଯୋଗିତାରେ ସାମିଲ ହୋଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ...

ଝାଡ଼ାବାନ୍ତିରେ ୩ ମୃତ, ୩୦ରୁ ଊର୍ଦ୍ଧ୍ୱ ହସ୍ପିଟାଲରେ ଭର୍ତ୍ତି 

ବାରିପଦା,୨୦ା୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବଡ଼ସାହି ଥାନା ଅଧୀନ ଗୁଡ଼ିଆଲବନ୍ଧ ପଞ୍ଚାୟତ ଆଲବନ୍ଧ ଗ୍ରାମ ବାଥୁଡ଼ିସାହିରେ ଝାଡ଼ାବାନ୍ତି ଜନିତ ରୋଗରେ ୩ ଜଣଙ୍କର ମୃତ୍ୟୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri