ବାଟବଣା ହରିଣକୁ ମାରି ଖାଇଗଲେ

ବୈଶିଙ୍ଗା,୨୬ା୬(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅଧୀନ କଳମା ପଞ୍ଚାୟତର ପୁରୁଷୋତ୍ତମପୁର ଗ୍ରାମ ମଧ୍ୟକୁ ପଶି ଆସିଥିବା ଏକ ବାଟବଣା ହରିଣକୁ କେତେଜଣ ଲୋକ ତୀର ବିଦ୍ଧ କରି ମାରି ତାର ମାଂସକୁ ବାଣ୍ଟି ଖାଇବା ଚାଞ୍ଚଲ୍ୟ ସୃଷ୍ଟି କରିଛି। ଏହି ଘଟଣାରେ ବନବିଭାଗ ୫ ଜଣଙ୍କୁ ଅଟକ ରଖି ପଚରାଉଚରା କରୁଛି।
  ଅନୁୟୀୟୀ, ମଙ୍ଗଳବାର ଅପରାହ୍ନରେ ପୁରୁଷୋତ୍ତମପୁର ଗ୍ରାମ ୟୁକାଲିପଟାସ ଜଙ୍ଗଲ ମଧ୍ୟକୁ ଏକ ହରିଣ ଭୀତତ୍ରସ୍ଥ ହୋଇ ପଶି ଆସିଥିଲା। ଗ୍ରାମର କେତେଜଣ ଲୋକ ସଂଘବଦ୍ଧ ଭାବେ ଧନୁତୀର ଦ୍ୱାରା ହରିଣଟିକୁ ଶିକାର କରିଥିଲେ। ପରେ ମୃତ ହରିଣକୁ ବାଇକ୍‌ରେ ଲଦି ଗ୍ରାମକୁ  ନେଇଆସି ଏହାର ମାଂସକୁ ବାଣ୍ଟି ଦେଇଥିଲେ। ଶିକାର କରିବା ସମୟରେ ଉତ୍ତୋଳନ କରାଯାଇଥିବା ଏକ ଭିଡିଓ ଭାଇରାଲ ହେବାପରେ ବନ ବିଭାଗ ଅଧିକାରୀଙ୍କ ନଜରକୁ ଆସିଥିଲା। ଏହାକୁ ଭିତ୍ତି କରି ବେତନଟୀ ରେଞ୍ଜ ଅଧିକାରୀ ମନୱର ଖଁା ଜିଲା ମୂଖ୍ୟାଳୟକୁ ଖବର ଦେଇଥିଲେ। ଜିଲା ଅତିରିକ୍ତ ଜଙ୍ଗଲ ସଂରକ୍ଷକ ରବିନାରାୟଣ ମହାନ୍ତିଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ବାରିପଦା, ବେତନଟୀ ଓ ଡୁକୁରା ରେଞ୍ଜ କାର୍ଯ୍ୟାଳୟରୁ ଅଧିକାରୀମାନଙ୍କ ଏକ ଟିମ ବୈଶିଙ୍ଗା ପୋଲିସର ସହଯୋଗରେ ପୁରୁଷୋତ୍ତମପୁର ଗ୍ରାମରେ ଚଢ଼ାଉ କରିଥିଲେ। ତେବେ ଚଢ଼ାଉ ଖବର ପାଇ ଗ୍ରାମ ପୁରୁଷ ଶୂନ୍ୟ ହୋଇପଡ଼ିଥିଲା ବେଳେ ୫ ଜଣଙ୍କୁ ବନ ବିଭାଗ ଉଠାଇ ନେଇଥିଲା। ଏହି ଖବର ଲେଖା ହେବା ପର୍ଯ୍ୟନ୍ତ ଏହି ଚଢ଼ାଉ ଜାରି ରହିଥିବା ସୂଚନା ମିଳିିଛି। ଏହି ହରିଣଟି କୁଲଡିହା ଅଭୟାରଣ୍ୟରୁ ପଶିଆସିଥିବା ବନବିଭାଗ ଅନୁମାନ କରିଛି।

Enter your email to get our daily news in your inbox.

All Right Reserved By Dharitri.Com

ରଥଯାତ୍ରାରେ ଜଗିବେ ୧୮୦ ପ୍ଲାଟୁନ ଫୋର୍ସ

ପୁରୀ,୧।୭: ଆଉ କିଛି ଦିନ ପରେ ବିଶ୍ୱପ୍ରସିଦ୍ଧ ପୁରୀ ରଥଯାତ୍ରା। ଏନେଇ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ପ୍ରାୟ ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଶାନ୍ତି ଶୃଙ୍ଖଳାକୁ ଦୃଷ୍ଟିରେ...

ଘରେ କଳାକନା ବୁଲାଇଲେ ଦୁର୍ବୃତ୍ତ

ଗୋପାଳପୁର,୧।୭(ନବୀନ ରାଜ ଆଚାରୀ): ଗଞ୍ଜାମ ଜିଲା ଗୋପାଳପୁର ଥାନା ଅଞ୍ଚଳରେ ଚୋର ଦଳ ସକ୍ରିୟ ହୋଇପଡ଼ିଛନ୍ତି l ଗୋଟିଏ ପରେ ଗୋଟିଏ ଘରେ କଳାକନା ବୁଲାଇ...

୨ଜଣଙ୍କୁ ଦଳିଦେଲା ହାତୀ

ରାଉରକେଲା/ଟେନ୍‌ସା,୧ା୭(ସଙ୍ଗୀତା ଜେନା/ ସମୀର ପାଢ଼ୀ): ସୁନ୍ଦରଗଡ଼ ଜିଲାରେ ହାତୀ ଆତଙ୍କ ଥମୁନାହିଁ। ସୋମବାର ଜିଲାର ପୃଥକ୍‌ ପୃଥକ୍‌ ସ୍ଥାନରେ ହାତୀ ଆକ୍ରମଣରେ ୨ଜଣଙ୍କ ମୃତ୍ୟୁ ଘଟିଛି।...

ଗାଡ଼ି ଧକ୍କାରେ ଚାଲିଗଲା ହେଟା ବାଘର ଜୀବନ

ଖଡ଼ିଆଳ,୧ା୭(ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ଖଡ଼ିଆଳ ୩୫୩ନଂ. ଜାତୀୟ ରାଜପଥର ପୋଡାପାଲି କେନାଲ ତ୍ରିବେଣୀ ଛକ ନିକଟରେ ସୋମବାର ଅଜଣା ଗାଡ଼ି ଧକ୍କାରେ ଏକ...

ପାଟ୍ରୋଲିଂ ବେଳେ ୧୪୩ କେଜି ଗଞ୍ଜେଇ ଜବତ, ସର୍ଚ୍ଚ ଅପରେଶନ ଜାରି

ଦାରିଙ୍ଗବାଡ଼ି,୧।୭ (ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁ ପୋଲିସକୁ ପୁଣି ଏକ ବଡ଼ ସଫକତା ମିଳିଛି। ଜଙ୍ଗଲରେ ପାଟ୍ରୋଲିଂ ବେଳେ ୧୪୩...

ରଥଯାତ୍ରାରେ ପୁରୀ ଆସୁଥିବା ଭକ୍ତଙ୍କ ହେବ ଗଣନା: ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧।୭: ଆଉ କିଛି ଦିନ ପରେ ବିଶ୍ୱପ୍ରସିଦ୍ଧ ପୁରୀ ରଥଯାତ୍ରା। ଏନେଇ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ପ୍ରାୟ ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଏହି ପରିପ୍ରେକ୍ଷୀରେ ଉପମୁଖ୍ୟମନ୍ତ୍ରୀ...

ଛାତ୍ରୀଛାତ୍ରଙ୍କୁ ଆଣୁଥିବା ବେଳେ ଟ୍ରକକୁ ପିଟିଲା ସ୍କୁଲ ବସ୍‌

ଘସିପୁରା,୭।୧(ନିରଞ୍ଜନ ସାହୁ): ଗାଡ଼ି ଚାଳକଙ୍କ ବେପରୁଆ ଯୋଗୁ ଏକ ଘରୋଇ ସ୍କୁଲ ବସ୍‌ ଦୁର୍ଘଟଣା ଗ୍ରସ୍ତ ହୋଇଛି। ଦୁର୍ଘଣାରେ ୨ଜଣ ଛାତ୍ର, ଜଣେ ଶିକ୍ଷୟିତ୍ରୀ ଏବଂ...

ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ଗଜପତି ମହାରାଜା

ଭୁବନେଶ୍ୱର,୧।୭: ରଥଯାତ୍ରା ପୂର୍ବରୁ ରାଜ୍ୟ ଅତିଥି ଭବନରେ ସୋମବାର ପୁରୀ ଗଜପତି ମହାରାଜା ଦିବ୍ୟସିଂହ ଦେବ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ ଆଇନ ମନ୍ତ୍ରୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri