ଶ୍ୱଶୁରଙ୍କୁ ହତ୍ୟାକଲେ ଜ୍ବାଇଁ : ସ୍ତ୍ରୀ, ଶାଶୁ ଗୁରୁତର

ଲକ୍ଷ୍ମୀପୁର,୨୨ା୯(ଅନନ୍ତ ନାୟକ): କୋରାପୁଟ ଜିଲା ଲକ୍ଷ୍ମୀପୁର ସଦର ରେଲୱେ କଲୋନୀ ନିକଟ ଆମ୍ବଗୁଡ଼ା ସାହିରେ ଏକ ହତ୍ୟାକାଣ୍ଡ ଘଟିଛି। ଏଥିରେ ଶ୍ୱଶୁରଙ୍କୁ ଲୁହା ରଡ୍‌ରେ ପିଟି ଜ୍ବାଇଁ ହତ୍ୟା କରିଥିବା ପରିବାର ଲୋକେ ଅଭିଯୋଗ କରିଛନ୍ତି । ମୃତକ ହେଲେ ଲୋଚନ ବୈପାରୀ(୫୦)। ଏନେଇ ଲକ୍ଷ୍ମୀପୁର ପୋଲିସ ଏକ ମାମଲା(ନଂ. ୧୪୮/୨୪) ରୁଜୁକରି ଜ୍ୱାଇଁ କୃଷ୍ଣ ଜାନୀଙ୍କୁ ଗିରଫ କରିଛି। ଏଥିରେ ସମ୍ପୃକ୍ତ ଅନ୍ୟ ୨ ନାବାଳକ ସହଯୋଗୀଙ୍କୁ ପୋଲିସ ପଚରାଉଚରା କରୁଛି ।

ପ୍ରକାଶ ଯେ, ପାରିବାରିକ ଗଣ୍ଡଗୋଳରୁ କୃଷ୍ଣଙ୍କ ସ୍ତ୍ରୀ ପପି ବୈପାରୀ ୫ ରୁ ୬ ମାସ ହେବ ତାଙ୍କ ବାପଘରେ ରହୁଛନ୍ତି। ଶନିବାର ବିଳମ୍ବିିତ ରାତିରେ ଶ୍ୱଶୁର ଘରକୁ ଜ୍ବାଇଁ କୃଷ୍ଣ ଏବଂ ତାଙ୍କର ଦୁଇ ନାବାଳକ ସହଯୋଗୀ ଯାଇ ସ୍ତ୍ରୀ ପପିଙ୍କୁ ଘରୁ ବାହାରକୁ ଆସିବାକୁ ଡାକିଥିଲେ। ପପି ଘରୁ ବାହାରକୁ ଆସିବା ମାତ୍ରେ ସ୍ବାମୀ କୃଷ୍ଣ ତାଙ୍କୁ ମାରପିଟ କରିଥିଲେ। ଏହା ଦେଖି ବାପା ଲୋଚନ ଓ ତାଙ୍କ ମା’ ବଦ୍ଲି ଘର ବାହାରକୁ ଆସିଥିଲେ। ହେଲେ ଜ୍ୱାଇଁ କୃଷ୍ଣ ଉତ୍‌କ୍ଷିପ୍ତ ହୋଇ ଶ୍ୱଶୁର ଲୋଚନ ଏବଂ ଶାଶୁଙ୍କୁ ଲୁହାରଡ୍‌ରେ ଆକ୍ରମଣ କରିଥିଲେ। ଫଳରେ ଲୋଚନଙ୍କ ମୁଣ୍ଡରେ ଶକ୍ତ ଆଘାତ ଲାଗିଥିଲା। ସେ ଘଟଣାସ୍ଥଳରେ ଅଚେତ ହୋଇପଡ଼ିବାରୁ ଜ୍ବାଇଁ କୃଷ୍ଣ ଫେରାର ହୋଇଯାଇଥିଲେ। ପରିବାର ଲୋକେ ଲୋଚନଙ୍କୁ ଲକ୍ଷ୍ମୀପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ନେଇଥିଲେ। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ମୃତଦେହ ବ୍ୟବଚ୍ଛେଦ ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯାଇଛି।

ଏସ୍‌ଆଇ ମାନସ ପ୍ରଧାନ କହିଛନ୍ତି, କିଛି ଦିନ ପୂର୍ବେ କୃଷ୍ଣ ସ୍ତ୍ରୀ ପପିଙ୍କୁ ମାର୍‌ପିଟ କରି ନିର୍ଯାତନା ଦେଇଥିଲେ। ଏହାକୁ ପପି ସହି ନ ପାରି ନିଜ ବାପଘରେ ଆସି ରହୁଥିଲେ। ଶନିବାର ରାତିରେ କେତେକ ସହଯୋଗୀଙ୍କ ସହ କୃଷ୍ଣ ଏପରି କାଣ୍ଡ ଘଟାଇଛନ୍ତିି। କୃଷ୍ଣଙ୍କ ଆକ୍ରମଣରେ ସ୍ତ୍ରୀ ପପି ଓ ଶାଶୁ ବଦ୍ଲି ଗୁରୁତର ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୁରୁଷୋତ୍ତମପୁରରେ ବୁଲିଲା ଖଣ୍ଡା: ଭାଜପା କର୍ମୀଙ୍କୁ….

ପୁରୁଷୋତ୍ତମପୁର,୨୨।୯(ସିମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ରାଜନୈତିକ କାରଣକୁ ନେଇ ରବିବାର ଗୋଷ୍ଠୀ ସଂଘର୍ସ ଘଟିଛି। ଏଥିରେ ଉଭୟ ପକ୍ଷରୁ ଦୁଇଜଣ ଆହାତ ହୋଇଛନ୍ତି। ଆହାତମାନେ...

ଗଞ୍ଜେଇ ଜବତ, ଜେଲ ଗଲେ ଅଭିଯୁକ୍ତ

ଦିଗପହଣ୍ଡି,୨୨।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ପୋଲିସ ରବିବାର ସାନଖେମୁଣ୍ଡି ବ୍ଲକ ଧରମପୁର ଗ୍ରାମ ଶ୍ମଶାନ ନିକଟରୁ ୨ କିଣ୍ଟାଲ ୧୪ କେ.ଜି ୨...

ରାସ୍ତା ପାର୍‌ ହେଉଥିବା ବେଳେ ଧକ୍କା ଦେଲା ଟ୍ରଲର, ୨ ମହିଳା ଗୁରୁତର

କେନ୍ଦୁଝର,୨୨।୯(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ଥାନା ଅନ୍ତର୍ଗତ ୨୦ନମ୍ବର ଜାତୀୟ ରାଜପଥ ରାଇସୁଆଁ ପୁରୁଣା ଥାନା ନିକଟରେ ରବିବାର ସାରେ ରାସ୍ତା ଅତିକ୍ରମ କରୁଥିବାବେଳେ...

୨ ନାବାଳିକାଙ୍କୁ ଗଣବଳାତ୍କାର: ଅଭିଯୋଗ ପରେ ପୋଲିସର ତତ୍ପରତା, ୩ ଜଣ ଅଟକ

ରାଉରକେଲା, ୨୨।୯(ସଂଗୀତା ଜେନା): ରାଉରକେଲାରେ ଚାଞ୍ଚଲ୍ୟ। ଦୁଇ ଜଣ ନାବାଳିକାଙ୍କୁ ଗଣବଳାତ୍କାର ହୋଇଥିବା ଥାନାରେ ଅଭିଯୋଗ ହେବା ପରେ ପୋଲିସ ତତ୍ପର ହୋଇ ଉଠିଛି। ଏହି...

ଗାଁ ନିକଟରେ ଦିନ ଦି ପ୍ରହରରେ ବୁଲୁଛି ଗୋଠ ଛଡା ଭାଲୁ, ଲୋକେ ଆତଙ୍କିତ

କୋକସରା,୨୨।୯(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଆମପାଣି ଫରେଷ୍ଟ ସେକ୍ସନ ଅଧୀନରେ ଥିବା ପାତ୍ରବସା ଗାଁ ନିକଟରେ ଏକ ଭାଲୁ ଦିନ ଦି...

୪ ଘଣ୍ଟାରେ ଖାଇଗଲେ ୨ କୁଇଣ୍ଟାଲ ଚିକେନ ପକୋଡ଼ା

ପୁରୀ,୨୨।୯: ରାଜ୍ୟରେ ଏବେ ବି ରହିଛି ବାର୍ଡଫ୍ଲୁ ଆତଙ୍କ। ଖାସ୍‌ କରି ପୁରୀ ଜିଲାରେ ବାର୍ଡଫ୍ଲୁକୁ ନେଇ ସରକାରଙ୍କ ପକ୍ଷରୁ ସଚେତନତା ଜାରି ରହିଛି। ଏଭଳିସ୍ଥିତିରେ...

ଶେଷ ହେଲା ରତ୍ନଭଣ୍ଡାର ସର୍ଭେକ୍ଷଣ,ସୂଚନା ଦେଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ

ପୁରୀ,୨୨।୯: ଶ୍ରୀମନ୍ଦିର ରତ୍ନଭଣ୍ଡାର ସର୍ଭେକ୍ଷଣ ଶେଷ ହୋଇଛି। ଏନେଇ ସୂଚନା ଦେଇଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ । ବୈଜ୍ଞାନିକ ଆନନ୍ଦ କିଶୋର ପାଣ୍ଡେଙ୍କ ନେତୃତ୍ୱରେ ସର୍ଭେ...

ଜନ୍ମମାଟିରୁ ୧୦୦ ଦିନର ହିସାବ ଦେଲେ ମୁଖ୍ୟମନ୍ତ୍ରୀ

କେନ୍ଦୁଝର,୨୨।୯(ନରେଶ ଚନ୍ଦ୍ର ପଟ୍ଟନାୟକ): ରବିବାର କେନ୍ଦୁଝର ଧରଣୀଧର ବିଶ୍ୱବିଦ୍ୟାଳୟ ପଡ଼ିଆରୁ ଲୋକଙ୍କ ସରକାରର ୧୦୦ ଦିନର ସଫଳତାର ହିସାବ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। କାର୍ଯ୍ୟକ୍ରମରେ...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri