ବାପା ଆଗରେ ଚାଲିଗଲା ପୁଅ ଜୀବନ:ବାଇକ ଇଏମଆଇ ଟଙ୍କା ପଇଠ କରିବାକୁ ଯିବା ସମୟରେ ଦୁର୍ଘଟଣା

ଥୁଆମୂଳ ରାମପୁର,୩୧।୩(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ବେପରୁଆ ଭାବରେ ଗାଡିମଟର ଚଳାଚଳ ଯୋଗୁ ସଡ଼କ ଦୁର୍ଘଟଣା ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ଏହି କ୍ରମରେ ରହିବାର ବାଇକ ଦୁର୍ଘଟଣାରେ ଜଣଙ୍କ ମୃତୁ ହୋଇଥିବାବେଳେ ସୋମବାର ଆଉ ଜଣଙ୍କ ଜୀବନ ଯାଇଛି।

ମିଳିଥିବା ସୂଚନା ମୁତାବକ କଳାହାଣ୍ଡି ଜିଲା ଥୁଆମୁଳ ରାମପୁର ଥାନା ଅନ୍ତର୍ଗତ ଜବାଙ୍ଗ ଗ୍ରାମର ଚେରୁଙ୍ଗୁ ଗଉଡ଼ (୫୫) ଏବଂ ତାଙ୍କ ବଡ଼ ପୁଅ ରାମେଶ୍ବର ଗଉଡ଼ (୩୫) ଦୁହେଁ ମିଶି ନିଜ ଘରୁ ବାହାରି ବାଇକର ଇଏମଆଇ ପଇସା ପୈଠ କରିବାକୁ ଜୁନାଗଡ଼ ଯାଉଥିବାବେଳେ ଜବାଙ୍ଗ ଗ୍ରାମର ବିଦ୍ୟାଳୟ ନିକଟରେ ମଟରସାଇକେଲ ଭାରସାମ୍ୟ ହରାଇାରୁ କଜବାଇ ପାଖରେ ଛିଟିକି ପଡ଼ିଥିଲେ। ଫଳରେ ଘଟଣାସ୍ଥଳରେ ପୁଅ ରାମେଶ୍ବରଙ୍କ ମୃତ୍ୟୁ ଘଟିଥିବାବେଳେ ବାପା ଚେରୁଙ୍ଗୁ ଅଳ୍ପକେ ବର୍ତ୍ତି ଯାଇଛନ୍ତି l

ଖବର ପାଇ ଥୁଆମୂଳ ରାମପୁର ପୋଲିସ ଘଟଣା ସ୍ଥଳରେ ପହଞ୍ଚି ମୃତଦେହ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ଥୁଆମୁଳ ରାମପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ପଠାଇ କେସ ନଂ ୪୧/୨୫ନ୍ଦରେ ଏକ ମାମଲା ରୁଜୁ ଅଧିକ ତଦନ୍ତ ଆରମ୍ଭ କରିଥିବା ପୋଲିସ ପକ୍ଷରୁ ସୂଚନା ମିଳିଛି l ଅନ୍ୟପଟେ ଗରିବ ରାମେଶ୍ବରଙ୍କ ୧ ବର୍ଷର କୁନି ଝିଅ ଥିବାବେଳେ ତାଙ୍କ ସ୍ତ୍ରୀ ଗର୍ଭବତୀ ରହିଛି। ତେବେ ବର୍ତ୍ତମାନ କୁନି ଝିଅ ସହ ସ୍ତ୍ରୀ ପେଟରେ ବଢ଼ୁଥିବା ଶିଶୁର ଭବିଷ୍ୟତ ଅନ୍ଧାରରେ ବୋଲି ଗ୍ରାମବାସୀ ପ୍ରକାଶ କରିବା ସହ ସରକାରଙ୍କ ତରଫରୁ ଏ ପରିବାରଙ୍କୁ ସହାୟତା ଯୋଗାଇ ଦେବାପାଇଁ ଗ୍ରାମବାସୀ ଦାବି ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନୂଆ ବର୍ଷରେ ନୂଆ ପଦକ୍ଷେପ

ଯାଜପୁର,୩୧ା୧୨: : କର୍କଟ ପୀଡିତଙ୍କ ପାଇଁ 14 ଇଞ୍ଚ କେଶଦାନ କଲେ ଜୟ ମହାକାଳ ଫାଉଣ୍ଡେସନର ସଦସ୍ୟା ପୂଜାରାଣୀ ବେହେରା । ଇଂରାଜୀ ନୂଆବର୍ଷ ଆରମ୍ଭକୁ...

କେମିତି ରହିବ ମୋଦି-ଟ୍ରମ୍ପଙ୍କ ୨୦୨୬? ଭବିଷ୍ୟବାଣୀରେ ଜଣାପଡିଲା ସତ!

୨୦୨୫ ବର୍ଷ ଶେଷ ହେବାକୁ ଯାଉଛି। ୨୦୨୬ ଏବେ ପାଖେଇ ଆସୁଛି। ୨୦୨୬ ବର୍ଷ ଲୋକଙ୍କ ପାଇଁ କିପରି ହେବ ସେ ବିଷୟରେ ଜ୍ୟୋତିଷମାନେ ଭବିଷ୍ୟବାଣୀ...

ଡେଲିଭରି ଏଜେଣ୍ଟଙ୍କ ପାଇଁ କମ୍ପାନୀ କଲା ବଡ଼ ଘୋଷଣା, ବଢିବ ଇନକମ୍‌

ନୂଆଦିଲ୍ଲୀ,୩୧।୧୨:ଡିସେମ୍ୱର 31 ତାରିଖରେ ଡେଲିଭରି କର୍ମଚାରୀମାନେ ଧର୍ମଘଟ ଘୋଷଣା କରିଛନ୍ତି। ଏହି ସମୟରେ, ଜୋମାଟୋ ଏବଂ ସ୍ୱିଗି ଅଧିକ ଦରମା ଏବଂ ବୀମା ପାଇଁ ପ୍ରତିବାଦ...

ନୂଆବର୍ଷ ଗୋଟିଏ ଦିନ ପୂର୍ୱରୁ ସରକାରୀ କର୍ମଚାରୀଙ୍କୁ ଝଟ୍‌କା! ଏମାନଙ୍କୁ ମିଳିବନି ଗ୍ରାଚ୍ୟୁଇଟି

ନୂଆଦିଲ୍ଲୀ,୩୧।୧୨: କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନସନଭୋଗୀଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଖବର ଆସିଛି। ପେନସନ ଏବଂ ପେନସନଭୋଗୀ କଲ୍ୟାଣ ବିଭାଗ (DoPPW) ଗ୍ରାଚ୍ୟୁଇଟି ସମ୍ୱନ୍ଧୀୟ...

ଏମିତି ସ୍ଥାନ, ଯେଉଁଠି ବିବାହ ପରେ କନ୍ୟା ନୁହନ୍ତି, ବର ଯାଆନ୍ତି ଶାଶୁଘର

ଭାରତରେ ଜାତି, ଧର୍ମ, ବର୍ଣ୍ଣ ସମେତ ବିଭିନ୍ନ ସ୍ଥାନରେ ଭିନ୍ନଭିନ୍ନ ପରମ୍ପରା ରହିଛି। ଏହି ଅନନ୍ୟ ପରମ୍ପରା ଭାରତକୁ ଅନ୍ୟ ଦେଶଠାରୁ ସ୍ବତନ୍ତ୍ର କରେ। ଭାରତରେ...

ପ୍ରଥମ ମହିଳା ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ବ ନେଲେ ଅନୁ ଗର୍ଗ, କହିଲେ ନୂଆ ସରକାରରେ…

ଭୁବନେଶ୍ବର,୩୧ା୧୨: ନୂଆ ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ବ ନେଲେ ଅନୁ ଗର୍ଗ । ସେ ରାଜ୍ୟର ପ୍ରଥମ ମହିଳା ମୁଖ୍ୟ ଶାସନ ସଚିବ ।...

କୁକୁର ମୁଁହରୁ ହରିଣକୁ ଉଦ୍ଧାରକଲେ ସରପଞ୍ଚ ପ୍ରତିନିଧି, ଚିକିତ୍ସା ପରେ ବନବିଭାଗକୁ କଲେ ହସ୍ତାନ୍ତର

ଗଞ୍ଜାମ,୩୧ା୧୨(ବିଦ୍ୟାଧର ସାହୁ ): କୁକୁର ମୁଁହରୁ ଆହତ ହରିଣକୁ ଉଦ୍ଧାର କଲେ ମଲାଡ଼ ସରପଞ୍ଚ ପ୍ରତିନିଧି ସୁଦାମ ବେହେରା । ମଲାଡ଼ ପଞ୍ଚାୟତ କାର୍ଯ୍ୟାଳୟ ଠାରୁ...

ଭୋଜି ଖାଇ ୧୦୦ରୁ ଊର୍ଦ୍ଧ୍ୱ ଝାଡ଼ାବାନ୍ତିରେ ଆକ୍ରାନ୍ତ, ଡାକ୍ତର କହିଲେ…

କେସିଙ୍ଗା,୩୧ା୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ବେଲଖଣ୍ଡି ଗ୍ରାମର କଲୋନୀରେ ଏକ ଭୋଜି ଭାତ ଖାଇ ଶତାଧିକ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇ କେସିଙ୍ଗା ଗୋଷ୍ଠୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri