ଜାଣନ୍ତୁ ବାପାଙ୍କ ସ୍ବାସ୍ଥ୍ୟବସ୍ଥାକୁ ନେଇ କ’ଣ କହିଲେ ପୁଅ

ବଲିଉଡ ଭେଟେରାନ ଅଭିନେତା ମିଥୁନ ଚକ୍ରବର୍ତ୍ତୀଙ୍କ ସ୍ବାସ୍ଥ୍ୟ ଅବସ୍ଥା ଖରାପ ଯୋଗୁ ତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ମିଥୁନଙ୍କ ସ୍ବାସ୍ଥ୍ୟକୁ ନେଇ ଅନେକ ଗୁଜବ ଉଠିଥିଲା। ଯାହାକୁ ନେଇ ତାଙ୍କ ପୁଅ ସୋସିଆଲ ମିଡିଆରେ ତାଙ୍କ ସ୍ବାସ୍ଥ୍ୟକୁ ନେଇ ସୂଚନା ଦେଇଛନ୍ତି ।
ମିଥୁନଙ୍କ ପୁଅ ମିମୋ ଚକ୍ରବର୍ତ୍ତୀ କହିଛନ୍ତି କି, ତାଙ୍କ ବାପା ମିଥୁନ ଚକ୍ରବର୍ତ୍ତୀଙ୍କୁ ଷ୍ଟୋନ ସମସ୍ୟା ହେତୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ତାଙ୍କ କିଡନୀରେ ଏକ ଷ୍ଟୋନ ଚିହ୍ନଟ ହୋଇଥିଲା। ଯାହା ପରେ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରିବାକୁ ପଡିଲା। ଏବେ ସ୍ବାସ୍ଥ୍ୟ ସମ୍ପୂର୍ଣ୍ଣ ଭଲ ଅଛି। ବର୍ତ୍ତମାନ ତାଙ୍କୁ ବାଙ୍ଗାଲୋରର ଡାକ୍ତରଖାନାରୁ ଡିସଚାର୍ଜ କରାଯାଇଥିବା ପୁଅ ମିମୋ କହିଛନ୍ତି।

Share