Advertisement

ସୋନିଆଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ମୋଦି, ସୋସିଆଲ ମିଡିଆରେ ଲେଖିଲେ ଏମିତି

ନୂଆଦିଲ୍ଲୀ,୯।୧୨: ପୂର୍ବତନ କଂଗ୍ରେସ ଅଧ୍ୟକ୍ଷ ସୋନିଆ ଗାନ୍ଧୀଙ୍କ ୭୮ତମ ଜନ୍ମଦିନରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସମେତ ବହୁ ନେତା ଶୁଭେଚ୍ଛା ଜଣାଇଛନ୍ତି। ସୋସିଆଲ ମିଡିଆ ପ୍ଲାଟଫର୍ମ ଏକ୍ସରେ ପିଏମ ମୋଦି ଲେଖିଛନ୍ତି, ସୋନିଆ ଗାନ୍ଧୀ ଜୀଙ୍କୁ ଜନ୍ମଦିନର ଶୁଭେଚ୍ଛା। ତାଙ୍କର ଦୀର୍ଘ ଜୀବନ ଏବଂ ସ୍ବାସ୍ଥ୍ୟ ପାଇଁ ମୁଁ ପ୍ରାର୍ଥନା କରୁଛି। କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ ମଧ୍ୟ ଶୁଭେଚ୍ଛା ଜଣାଇଛନ୍ତି।

ଖାର୍ଗେ କହିଛନ୍ତି, ସୋନିଆ ଗାନ୍ଧୀଙ୍କ ସାଧାରଣ ଜୀବନ ପ୍ରତି ଉତ୍ସର୍ଗୀକୃତ ଲକ୍ଷ ଲକ୍ଷ ଲୋକଙ୍କୁ ପ୍ରେରଣା ଦେଇଛି। ସେ ଲେଖିଛନ୍ତି, ଲୋକଙ୍କ ଅଧିକାର ପାଇଁ ଛିଡା ହୋଇ ସେ ସାହସ ଏବଂ ସମ୍ମାନର ସହ ପ୍ରତ୍ୟେକ ଚ୍ୟାଲେଞ୍ଜର ସାମ୍ନା କରିଛନ୍ତି। ତାଙ୍କର ଜନସେବା ସମାଜ ପାଇଁ ସର୍ବଦା ଏକ ନୂତନ ଦିଗ ଦେଇଛି।

Subscribe to Dharitri WhatsApp ChannelSubscribe to Dharitri WhatsApp Channel

Share