Categories: ଜାତୀୟ

ହସ୍ପିଟାଲରୁ ଡିସଚାର୍ଜ ହେଲେ ସୋନିଆ, ଇଡିରେ ହାଜର ହେବାକୁ ନୋଟିସ୍‌

ନୂଆଦିଲ୍ଲୀ,୨୦।୬: କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀ ହସ୍ପିଟାଲରୁ ଡିସଚାର୍ଜ ହୋଇଛନ୍ତି। ଏ ନେଇ ବରିଷ୍ଠ କଂଗ୍ରେସ ନେତା ଜୟରାମ ରମେଶ ଟୁଇଟ୍‌ ଯୋଗେ ସୂଚନା ଦେଇଛନ୍ତି। ଟୁଇଟ୍‌ରେ ଲେଖିଛନ୍ତି, “କଂଗ୍ରେସ ସଭାପତି ସୋନିଆ ଗାନ୍ଧୀଙ୍କୁ ଆଜି ସାରେ ସାର୍‌ ଗଙ୍ଗା ରାମ ହସ୍ପିଟାଲରୁ ଡିସଚାର୍ଜ କରାଯାଇଛି ଏବଂ ଘରେ ବିଶ୍ରାମ ନେବାକୁ ପରାମର୍ଶ ଦିଆଯାଇଛି।”କୋଭିଡ ସମ୍ବନ୍ଧୀୟ ସ୍ବାସ୍ଥ୍ୟ ସମସ୍ୟା ଯୋଗୁ ସୋନିଆ ସାର୍‌ ଗଙ୍ଗାରାମ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ। ସ୍ବାସ୍ଥ୍ୟବସ୍ଥାରେ ସୁଧାର ଆସିବାରୁ ସୋମବାର ତାଙ୍କୁ ଡିସଚାର୍ଜ କରାଯାଇଛି।

ସୂଚନାଯୋଗ୍ୟ, ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ନ୍ୟାଶନାଲ ହେରାଲ୍ଡ ମାମଲାରେ ସୋନିଆ ଗାନ୍ଧୀଙ୍କୁ ନୋଟିସ ଜାରି କରି ଜୁନ ୨୩ରେ ପଚରାଚଉଚୁରା ପାଇଁ ହାଜର ହେବାକୁ କହିଛି। କିନ୍ତୁ ସୋନିଆଙ୍କୁ ଏବେ ଡାକ୍ତର ବିଶ୍ରାମ ନେବା ପାଇଁ କହିଛନ୍ତି। ସେଥିପାଇଁ ଇଡି ସାମ୍ନାରେ ପଚରାଉଚୁରା ପାଇଁ ସୋନିଆଙ୍କ ଉପସ୍ଥିତି ହେବେ କି ନାହିଁ ସେନେଇ ପ୍ରଶ୍ନବାଚୀ ସୃଷ୍ଟି କରିଛି।

Share