Posted inଖେଳ

ପ୍ରଥମ ମହିଳା ଭାବେ ପଏଣ୍ଟ ସ୍କୋର କଲେ ସୋଫିଆ

ନୂଆଦିଲ୍ଲୀ, ୩ା୭: ପ୍ରଥମ ମହିଳା ଖେଳାଳି ଭାବରେ ଫର୍ମୁଲା-୩ ଗ୍ରାଁ ପ୍ରିରେ ପଏଣ୍ଟ ସ୍କୋର କରି ଇତିହାସ ରଚିଛନ୍ତି ଜର୍ମାନୀର ସୋଫିଆ ଫ୍ଲୋରେସ। ରବିବାର ଶେଷ ହୋଇଥିବା ଅଷ୍ଟ୍ରିଆନ୍‌ ଗ୍ରାଣ୍ଡ ପ୍ରିରେ ସେ ନବମ ସ୍ଥାନରେ ରହି ରେସ୍‌ ଫିନିଶ କରିଥିଲେ। ପିଏଚ୍‌ଏମ୍‌ ରେସିଂ କମ୍ପାନୀ ପକ୍ଷରୁ ସେ ରେସ୍‌ କରିଥିଲେ। ୨୦ତମ ସ୍ଥାନରୁ ରେସ୍‌ ଆରମ୍ଭ କରିଥିବା ବେଳେ ନବମ ସ୍ଥାନରେ ରେସ୍‌ କରିଥିଲେ। ଏହି ପ୍ରଦର୍ଶନ ସହିତ ତାଙ୍କ ଟିମ୍‌କୁ ୨ ବିଶ୍ୱ ଚାମ୍ପିୟନଶିପ୍‌ ପଏଣ୍ଟ ମଧ୍ୟ ମିଳିଛି। ୨୬ ଲାପ୍‌ ସମାପ୍ତ କରିବା ପାଇଁ ସୋଫିଆଙ୍କୁ ୩୮:୦୫.୭୬୫ ସେକେଣ୍ଡର ସମୟ ଲାଗିଥିଲା। ପ୍ରେମା ପାଓ୍ବାର ଟିମ୍‌ର ବ୍ରିଟନ୍‌ ଜ୍ୟାକ୍‌ ଓ ସୁଲିଭାନ୍‌ ପ୍ରଥମ ସ୍ଥାନରେ ରହିଥିଲେ। ଟ୍ରାଇଡେଣ୍ଟର ଗାବ୍ରିଏଲ ବୋର୍ଟୋଲେଟୋ ଦ୍ୱିତୀୟ ସ୍ଥାନରେ ରହିଥିବା ବେଳେ ସି କୋଲେଟ୍‌ ତୃତୀୟ ସ୍ଥାନରେ ରହିଥିଲେ। ଫର୍ମୁଲା-୩ ରେସ୍‌ରେ ପଏଣ୍ଟ ହାସଲ କରିଥିବା ସୋଫିଆଙ୍କୁ ଫର୍ମୁଲା ଓ୍ବାନ୍‌ ସୋସିଆଲ ମିଡିଆ ଆକାଉଣ୍ଟରୁ ଶୁଭେଚ୍ଛା ପ୍ରଦାନ କରାଯାଇଛି। ସୋଫିଆ ଆଲପିନ୍‌ ଡ୍ରାଇଭର ଏକାଡେମୀରେ ପ୍ରଶିକ୍ଷଣ ଗ୍ରହଣ କରନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଗିଲ୍‌ଙ୍କ ଚମତ୍କାର ଶତକ: ବାଂଲାଦେଶକୁ ବିଶାଳ ଟାର୍ଗେଟ୍‌

ଚେନ୍ନାଇ,୨୧।୯: ବାଂଲାଦେଶ ବିପକ୍ଷରେ ୨୮୭/୪ ସ୍କୋରରେ ଭାରତ ଦ୍ୱିତୀୟ ଇନିଂସ ଘୋଷଣା କରିଛି। ଟିମ ଇଣ୍ଡିଆ ପ୍ରଥମ ଇନିଂସରେ ୩୭୬ ରନ ସଂଗ୍ରହ କରିଥିଲା। ଏଥି...

କିଛି ଜିନିଷ ସିକ୍ରେଟ୍‌ ରହିବା ଭଲ: ରିଷଭ ପନ୍ତଙ୍କ ସହ ଡେଟିଂଙ୍କୁ ନେଇ ମୁହଁ ଖୋଲିଲେ ଉର୍ବଶୀ

ବଲିଉଡ ଅଭିନେତ୍ରୀ ଉର୍ବଶୀ ରଉତେଲା ପ୍ରାୟତଃ ଭାରତୀୟ କ୍ରିକେଟର ରିଷଭ ପନ୍ତଙ୍କ ସହ ଡେଟିଂ ବିଷୟରେ ଗୁଜବ ପ୍ରଚାର କରିଥା’ନ୍ତି। ସୋସିଆଲ ମିଡିଆରେ ବାରମ୍ବାର ଆଲୋଚନା...

୬୩୭ ଦିନ ପରେ ଟେଷ୍ଟରେ କମାଲ୍‌ କଲେ ପନ୍ତ

ଚେନ୍ନାଇ,୨୧।୯: ଟିମ ଇଣ୍ଡିଆର ତାରକା ଉଇକେଟ କିପର-ବ୍ୟାଟ୍ସମ୍ୟାନ ରିଷଭ ପନ୍ତଙ୍କ ଟେଷ୍ଟ କ୍ରିକେଟ ପ୍ରତ୍ୟାବର୍ତ୍ତନ ଦୃଢ ଼ ପ୍ରମାଣିତ ହେଉଛି। ଦେଢ ବର୍ଷରୁ ଅଧିକ ସମୟ...

ପାଟିରେ କଳାଫିତା କାମୁଡି ବ୍ୟାଟିଂ କଲେ ବାଂଲାଦେଶ ବ୍ୟାଟ୍ସମ୍ୟାନ୍‌: ଜାଣନ୍ତୁ କାହିଁକି

ନୂଆଦିଲ୍ଲୀ,୨୧।୯: ଚେନ୍ନାଇ ଟେଷ୍ଟର ଦ୍ୱିତୀୟ ଦିନରେ ବାଂଲାଦେଶ ଅଲରାଉଣ୍ଡର ଶାକିବ ଅଲ ହାସନ ପାଟିରେ ଏକ କଳାଫିତା କାମୁଡି ବ୍ୟାଟିଂ କରିବାକୁ ବାହାରିଥିଲେ। ଶାକିବଙ୍କ ଭିଡିଓ...

୫୧ ବର୍ଷ ପୁରୁଣା ରେକର୍ଡ ଭାଙ୍ଗିଲେ ଯଶସ୍ବୀ ଜୟସ୍ବାଲ: ଗାଭାସ୍କରଙ୍କୁ ପଛରେ ପକାଇଲେ

ଚେନ୍ନାଇ,୨୧।୯: ଚେନ୍ନାଇରେ ଭାରତ ଏବଂ ବାଂଲାଦେଶ ମଧ୍ୟରେ ଖେଳାଯାଉଥିବା ଟେଷ୍ଟ ଏକ ରୋମାଞ୍ଚକର ମୋଡ଼ରେ ପହଞ୍ଚିଛି। ଦୁଇ ଦିନ ମଧ୍ୟରେ ଦୁଇଟି ଇନିଂସ ଶେଷ ହୋଇଛି।...

ଦକ୍ଷିଣ ଆଫ୍ରିକାକୁ ଧୂଳିଚଟାଇ ଇତିହାସ ରଚିଲା ଆଫଗାନିସ୍ତାନ

ନୂଆଦିଲ୍ଲୀ,୨୧।୯: ଆଫଗାନିସ୍ତାନ ଇତିହାସ ସୃଷ୍ଟି କରିଛି। ଦିନିକିଆ ସିରିଜରେ ଆଫଗାନିସ୍ତାନ ପ୍ରଥମ ଥର ପାଇଁ ଦକ୍ଷିଣ ଆଫ୍ରିକାକୁ ପରାସ୍ତ କରିଛନ୍ତି। ଆଫଗାନିସ୍ତାନ ଏବଂ ଦକ୍ଷିଣ ଆଫ୍ରିକା...

ଭାରତ ୩୦୮ ରନ୍‌ରେ ଆଗୁଆ

ଚେନ୍ନାଇ,୨୧ା୯: ଚେନ୍ନାଇରେ ଅନୁଷ୍ଠିତ ବାଂଲାଦେଶ ବିପକ୍ଷ ପ୍ରଥମ ଟେଷ୍ଟରେ ଭାରତୀୟ ପେସ୍‌ ବୋଲର ଚମତ୍କାର ବୋଲିଂ କରିଥିବା ବେଳେ ଦ୍ୱିତୀୟ ଦିନର ଷ୍ଟମ୍ପ ଅପସାରଣ ବେଳକୁ...

ପଦାର୍ପଣରେ ତେଜ ଦେଖାଇଲା କୋଣାର୍କ ସୂର୍ଯ୍ୟସ

ଯୋଧପୁର, ୨୧।୯ (ତପନ ସ୍ବାଇଁ): ଲିଜେଣ୍ଡ୍‌ସ ଲିଗ୍‌ କ୍ରିକେଟ ଟୁର୍ନାମେଣ୍ଟରେ ନିଜର ପ୍ରଥମ ପଦାର୍ପଣରେ ତେଜ ଦେଖାଇଛି ସନ୍‌ପ୍ରିୟା ଗ୍ରୁପ୍‌ ମାଲିକାନାରେ ଥିବା କୋଣାର୍କ ସୂର୍ଯ୍ୟସ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri