Advertisement

ବିଧାନସଭାରୁ ନିଲମ୍ବିତ ହେଲେ ସୋଫିଆ ଫିର୍ଦ୍ଦୋସ, ଆହୁରି ୧୨ କଂଗ୍ରେସ ବିଧାୟକ…

ଭୁବନେଶ୍ୱର,୨୫।୩:ବିଧାନସଭାରୁ ଆସିଛି ବଡ଼ ଖବର। ନିଲମ୍ବିତ ହୋଇଛନ୍ତି କଂଗ୍ରେସର ୧୨ ଜଣ ବିଧାୟକ। ଗୃହ ଭିତରେ ବିଶୃଙ୍ଖଳିତ ଆଚରଣ ପାଇଁ ୧୨ଜଣ ବିଧାୟକଙ୍କୁ ୭ ଦିନ ପାଇଁ ନିଲମ୍ବିତ କରାଯାଇଛି । ବାଚସ୍ପତିଙ୍କ ପ୍ରତି ଅସମ୍ମାନ, ବିଧାନସଭାରେ ଅଶୋଭନୀୟ ଆଚରଣ ଓ ବିଧାନସଭାର ନିୟମ ଉଲ୍ଲଘଂନ ପାଇଁ କଂଗ୍ରେସ ସଦସ୍ୟ ରାମଚନ୍ଦ୍ର କାଡାମ, ରାଜନ ଏକ୍କା, ଦାଶରଥୀ ଗମାଙ୍ଗ, ଅଶୋକ ଦାସ, ସତ୍ୟଜିତ ଗମାଙ୍ଗ, ସାଗର ଦାସ, କାଡ୍ରାକା ଆପଲ ସ୍ବାମୀ, ପ୍ରଫୁଲ୍ଲ ପ୍ରଧାନ, ପବିତ୍ର ସାଉଁତା, ସୋଫିଆ ଫିର୍ଦ୍ଦୋସ, ମଙ୍ଗୁ ଖିଲ ଓ ନୀଳମାଧବ ହିକକାଙ୍କୁ ନିଲମ୍ବନ କରାଯାଇଛି।

ବିଧାୟକଙ୍କ ନିଲମ୍ବନ ପାଇଁ ପ୍ରସ୍ତାବ ଆଣିଛନ୍ତି ସରକାରୀ ଦଳ ମୁଖ୍ୟ ସଚେତକ।କଂଗ୍ରେସର ମୋଟ ୧୪ ବିଧାୟକଙ୍କ ଭିତରୁ ୧୨ ଜଣ ନିଲମ୍ବିତ ହୋଇଛନ୍ତି। ତାରା ବାହିନୀପତି ଏବଂ ରମେଶ ଜେନାଙ୍କୁ ଛାଡ଼ି ଅନ୍ୟ ସମସ୍ତେ ନିଲମ୍ବିତ। ତେବେ ନିଲମ୍ବନ ପରେ ବାଚସ୍ପତିଙ୍କ ପୋଡିୟମ ତଳେ କଂଗ୍ରେସ ବିଧାୟକ ପ୍ରତିବାଦ କରିଛନ୍ତି।

Subscribe to Dharitri WhatsApp ChannelSubscribe to Dharitri WhatsApp Channel

Share