କଟକ ଅଫିସ,୬।୧: ବହୁଚର୍ଚ୍ଚିତ ମଡେଲ ସୌମ୍ୟ ରଞ୍ଜନ ପାଣିଗ୍ରାହୀଙ୍କ ମୃତ୍ୟୁ ଘଟଣାର ତଦନ୍ତ କରିବ କ୍ରାଇମବ୍ରାଞ୍ଚ। ଏନେଇ ଶୁକ୍ରବାର ହାଇକୋର୍ଟ କ୍ରାଇମବ୍ରାଞ୍ଚ ଏସ୍ପିଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ତେବେ ୩ ମାସ ମଧ୍ୟରେ ତଦନ୍ତ ସାରିବାକୁ ହାଇକୋର୍ଟ କହିଛନ୍ତି। ସୂଚନାଯୋଗ୍ୟ, ଗତ ବର୍ଷ ଜାନୁୟାରୀ ୩୦ତାରିଖରେ ସୌମ୍ୟ ରଞ୍ଜନ ପାଣିଗ୍ରାହୀ ଆତ୍ମହତ୍ୟା କରିଥିଲେ। ଏହାକୁ ନେଇ ସୌମ୍ୟଙ୍କ ପରବାର ଲୋକେ ଫେବୃୟାରୀ ୨ରେ ଇନଫୋସିଟି ଥାନାରେ ଅଭିଯୋଗ କରିଥିଲେ। ହେଲେ ପୋଳିସ ଘଟଣାର ଉପଯୁକ୍ତ ପଦକ୍ଷେପ ଗ୍ରହଣ କରୁ ନ ଥିବା ଦର୍ଶାଇ ପରିବାର ଲୋକେ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ।