Posted inଖେଳ

ସେମିଫାଇନାଲରେ ଆଫଗାନିସ୍ତାନର ଆଶା ଧୂଳିସାତ, ଫାଇନାଲରେ ପ୍ରବେଶ କରି ଇତିହାସ ରଚିଲା ଦକ୍ଷିଣ ଆଫ୍ରିକା 

ତ୍ରିନିଦାଦ,୨୭।୬: ଟି୨୦ ବିଶ୍ୱକପ୍‌ ଫାଇନାଲରେ ପ୍ରବେଶ କରି ଇତିହାସ ରଚିଛି ଦକ୍ଷିଣ ଆଫ୍ରିକା। ଗୁରୁବାର ଆଫଗାନିସ୍ତାନ ବିପକ୍ଷରେ ଦଳ ପ୍ରଥମ ସେମିଫାଇନାଲରେ ପ୍ରତିଦ୍ୱନ୍ଦ୍ୱିତା କରି ବିଜୟୀ ହୋଇଛି। ଫଳରେ ଆଫଗାନିସ୍ତାନର ଫାଇନାଲ ଖେଳିବା ଆଶା ଧୂଳିସାତ ହୋଇଛି।
ସେମିଫାଇନାଲରେ ଆଫଗାନିସ୍ତାନ ଟସ୍‌ ଜିତି ବ୍ୟାଟିଂ ନିଷ୍ପତ୍ତି ନେଇଥିଲା। ହେଲେ  ଦଳ ୨୦ ଓଭର ଖେଳିପାରି ନ ଥିଲା। ମାତ୍ର ୧୧.୫ ଓଭରରେ ୫୬ ରନ୍‌ କରି ଅଲଆଉଟ୍‌ ହୋଇଯାଇଥିଲା। ଜବାବରେ ଦକ୍ଷିଣ ଆଫ୍ରିକା ୮.୫ ଓଭରରେ ୧ ଉଇକେଟ ହରାଇ ୬୦ ରନ୍‌ କରିବାରେ ସଫଳ ହୋଇଥିଲା। ଫଳରେ ମ୍ୟାଚ୍‌କୁ ଦଳ ୬୭ ବଲ୍‌ ଥାଇ ୯ ଉଇକେଟରେ ଜିତି ନେଇଛି। ଟି୨୦ ଅନ୍ତର୍ଜାତୀୟ ମୁକାବିଲାରେ ଏହା ଦଳର ସବୁଠାରୁ ବଡ଼ ବିଜୟ ବୋଲି କୁହାଯାଉଛି। ଏହାପୂର୍ବରୁ ଦକ୍ଷିଣ ଆଫ୍ରିକା ୨୦୦୭ରେ ୫୧ ବଲ୍‌ ଥାଇ ପାକିସ୍ତାନକୁ ହରାଇଥିଲା।
ପ୍ରକାଶ ଯେ, ଆଫଗାନିସ୍ତାନ ଓ ଦକ୍ଷିଣ ଆଫ୍ରିକା ଦଳ କେବେ ହେଲେ ଟି୨୦ ବିଶ୍ୱକପ୍‌ ଫାଇନାଲରେ ପ୍ରବେଶ କରି ନ ଥିବା ବେଳେ ଏକ ଆକର୍ଷଣୀୟ ମ୍ୟାଚ୍‌ ଦେଖିବାକୁ ମିଳିଛି। ଦକ୍ଷିଣ ଆଫ୍ରିକା ତୃତୀୟ ଥର ସେମି ଫାଇନାଲରେ ପ୍ରବେଶ କରିଥିବା ବେଳେ ଇତିହାସ ସୃଷ୍ଟି କରି ପ୍ରଥମ ଥର ସେମିରେ ପ୍ରବେଶ କରିଥିଲା ଆଫଗାନିସ୍ତାନ। ଅଷ୍ଟ୍ରେଲିଆ ଓ ନ୍ୟୁଜିଲାଣ୍ଡ ଭଳି ଶକ୍ତିଶାଳୀ ଦଳକୁ ପରାସ୍ତ କରି ଆଗକୁ ଆସିଥିବା ଆଫଗାନିସ୍ତାନ ଏହି ମ୍ୟାଚ୍‌ ଜିତି ଆଉ ଏକ ବିପର୍ଯ୍ୟୟ ସୃଷ୍ଟି କରିବାକୁ ଲକ୍ଷ୍ୟ ରଖିଥିଲା। ହେଲେ ଦଳର ଆଶା ଅଧାରେ ରହିଯାଇଛି।

Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

୧୧୯ ବର୍ଷ ପୂର୍ବେ କରିଥିଲେ ଡେବ୍ୟୁ, ୨୯ ବର୍ଷ ଖେଳି ହାସଲ କଲେ ୧୯୯ ଶତକ: ତାଙ୍କ ଆଖପାଖରେ ନାହାନ୍ତି ସଚିନ-କୋହଲି

ନୂଆଦିଲ୍ଲୀ,୧୯।୯: କ୍ରିକେଟରେ ଶତକ ସ୍କୋର କରିବା ଏକ ବଡ଼ ସଫଳତା। ୧୦୦ ରନ ପୂରଣ କରିବାକୁ ଜଣେ ବ୍ୟାଟ୍ସମ୍ୟାନଙ୍କୁ ଅନେକ ଘଣ୍ଟା ପାଇଁ କ୍ରିଜରେ ରହିବାକୁ...

ପଡିଆରେ ଏହି ମନ୍ତ୍ର ଜପ କରନ୍ତି ବିରାଟ କୋହଲି, ଆଉ ଗୌତମ ଗମ୍ଭୀର…

ନୂଆଦିଲ୍ଳୀ,୧୯ା୯(ପି.ଟି.): ଭାରତୀୟ ଦଳର ଷ୍ଟାର ବ୍ୟାଟର ବିରାଟ କୋହଲି ଓ ମୁଖ୍ୟ କୋଚ୍‌ ଗୌତମ ଗମ୍ଭୀରଙ୍କ ସାକ୍ଷାତକାର ଅବସରରେ ଉଭୟଙ୍କ ଆଧ୍ୟାତ୍ମିକତାର ରୁଚି ସାମ୍ନାକୁ ଆସିଛି।...

ଗମ୍ଭୀର-ବିରାଟ ବିବାଦ ଚର୍ଚ୍ଚାରେ ପୂର୍ଣ୍ଣଚ୍ଛେଦ

ଚେନ୍ନାଇ,୧୯ା୯(ପି.ଟି.):ଭାରତୀୟ ଦଳର ଷ୍ଟାର ବ୍ୟାଟର ବିରାଟ କୋହଲି ଓ ମୁଖ୍ୟ କୋଚ୍‌ ଗୌତମ ଗମ୍ଭୀରଙ୍କ ମଧ୍ୟରେ ପଡିଆ ବାହାରେ ବିବାଦକୁ ନେଇ ସର୍ବଦା ଖବର ଦେଖିବାକୁ...

ରାଜ୍ୟଗୋଷ୍ଠୀ ଭାରୋତ୍ତୋଳନ: ସ୍ବୟମ୍‌ଜିତଙ୍କୁ ସ୍ବର୍ଣ୍ଣ

ଭୁବନେଶ୍ୱର, ୧୯।୯ (ତପନ ସ୍ବାଇଁ): ଫିଜିର ସୁଭାରେ ଚାଲିଥିବା ରାଜ୍ୟଗୋଷ୍ଠୀ ୟୁଥ୍‌, ଜୁନିୟର ଓ ସିନିୟର ଭାରୋତ୍ତୋଳନ ଚାମ୍ପିୟନଶିପ୍‌ରେ ଓଡ଼ିଶାର ସ୍ବୟମଜିତ ପ୍ରସାଦ ସାହୁ ବୁଧବାର...

ପ୍ରଥମ ଦିବସରେ ଏକାଧିକ ମିଟ୍‌ ରେକର୍ଡ

ଭୁବନେଶ୍ୱର, ୧୯।୯ (ତପନ ସ୍ବାଇଁ): ରାଜ୍ୟ ସରକାରଙ୍କ କ୍ରୀଡ଼ା ବିଭାଗ ଓ ଓଡ଼ିଶା ଆଥଲେଟିକ୍ସ ଆସୋସିଏଶନର ମିଳିତ ଆନୁକୂଲ୍ୟରେ ୭୦ତମ ରାଜ୍ୟ ସିନିୟର ଆଥଲେଟିକ୍ସ ଚାମ୍ପିୟନଶିପ୍‌...

ଆସିଲା ଆଇପିଏଲ ମେଗା ନିଲାମୀ ତାରିଖ: ଜାଣନ୍ତୁ କେବେ ହେବ ?

ନୂଆଦିଲ୍ଲୀ,୧୮ା୯: ଇଣ୍ଡିଆନ୍ ପ୍ରିମିୟର ଲିଗ୍ (ଆଇପିଏଲ୍) ୨୦୨୫ ପାଇଁ ମେଗା ନିଲାମ ଖୁବଶୀଘ୍ର ଅନୁଷ୍ଠିଟି ହେବାକୁ ଯାଉଛି। ନଭେମ୍ବର ଶେଷ କିମ୍ବା ଡିସେମ୍ବର ଆରମ୍ଭରେ ଅନୁଷ୍ଠିତ...

ପଞ୍ଜାବ କିଙ୍ଗ୍ସର ମୁଖ୍ୟ କୋଚ୍‌ ହେଲେ ପଣ୍ଟିଂ

ନୂଆଦିଲ୍ଲୀ,୧୮ା୯: ଆଇପିଏଲ୍‌ ଫ୍ରାଞ୍ଚାଇଜ ପଞ୍ଜାବ କିଙ୍ଗ୍ସର ନୂତନ ମୁଖ୍ୟ କୋଚ୍‌ ଭାବରେ ବୁଧବାର ରିକି ପଣ୍ଟିଂଙ୍କ ନାମ ଘୋଷଣା କରାଯାଇଛି। ଟ୍ରେଭର ବେଲିସ୍‌ଙ୍କ ସ୍ଥାନରେ ପୂର୍ବତନ...

ପୁଣି ମୁହାଁମୁହିଁ ହେଲେ କୋହଲି-ଗମ୍ଭୀର: ଦେଖନ୍ତୁ ଟ୍ରେଲର୍‌…

ନୂଆଦିଲ୍ଲୀ,୧୮।୯: ଭାରତୀୟ ଦଳର କିମ୍ବଦନ୍ତୀ ବ୍ୟାଟ୍ସମ୍ୟାନ୍‌ଙ୍କ ମଧ୍ୟରୁ ବିରାଟ କୋହଲି ଅନ୍ୟତମ। ଗୌତମ ଗମ୍ଭୀର ଟିମ ଇଣ୍ଡିଆର ମୁଖ୍ୟ କୋଚ ଦାୟିତ୍ୱ ତୁଲାଉଛନ୍ତି। ଟିମ ଇଣ୍ଡିଆରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri