Posted inଖେଳ

ଦକ୍ଷିଣ ଆଫ୍ରିକା ୨-୦ରେ ସିରିଜ ବିଜୟୀ

ଜୋହାନ୍ସବର୍ଗ, ୬ା୧(ଏ.ପି.)-ସ୍ଥାନୀୟ ଓ୍ବାଣ୍ଡର୍ସ ଷ୍ଟାଡିୟମରେ ଦକ୍ଷିଣ ଆଫ୍ରିକା ଓ ଶ୍ରୀଲଙ୍କା ମଧ୍ୟରେ ଚାଲିଥିବା ଦ୍ୱିତୀୟ ଓ ଅନ୍ତିମ ଟେଷ୍ଟ ମ୍ୟାଚ ୩ ଦିନ ଭିତରେ ଶେଷ ହୋଇଛି। ଏଥିରେ ଦକ୍ଷିଣଆଫ୍ରିକା ୧୦ ଉଇକେଟରେ ବିଜୟ ଲାଭ କରିବା ସହ ସିରିଜ ୨-୦ରେ ଜିତିନେଇଛି। ମଙ୍ଗଳବାର ୧୫୦/୪ ଅସମାପ୍ତ ଦ୍ୱିତୀୟ ଇନିଂସ ସ୍କୋରରୁ ଖେଳ ଆରମ୍ଭ କରିଥିବା ଶ୍ରୀଲଙ୍କାକୁ ଦକ୍ଷିଣ ଆଫ୍ରିକା ୨୧୧ ରନରେ ଅଲଆଉଟ କରିଦେଇଥିଲା। ପୂର୍ବଦିନରୁ ୯୧ରନ କରି ଅପରାଜିତ ରହିଥିବା ଅଧିନାୟକ ଦିମୁଥ କରୁଣାରନେତ୍ (୧୦୩) ଯଦିଓ ଶତକ ହାସଲ କରିଥିଲେ ୫ ଓଭର ଭିତରେ ସେ ଆଉଟ ହୋଇଯାଇଥିଲେ। ତାଙ୍କ ପରେ ଶ୍ରୀଲଙ୍କା ଏହାର ଅବଶିଷ୍ଟ ୫ଉଇକେଟ ମାତ୍ର ୩୫ରନରେ ହରାଇଥିଲା।
ପେସ୍‌ ବୋଲିଂକୁ ସୁହାଉଥିବା ଓ୍ବାଣ୍ଡର୍ସ ପିଚ୍‌ରେ ଘରୋଇ ଦଳ ୬୭ରନ ଟାର୍ଗେଟକୁ ମାତ୍ର ୧୩.୨ ଓଭରରେ ହାସଲ କରିନେଇଥିଲା। ଏଡେନ୍‌ ମାରକ୍ରମ ୩୬ ଓ ଡିନ୍‌ ଏଲ୍‌ଗାର ୩୧ ରନ କରି ଅପରାଜିତ ରହିଥିଲେ। ଏଲ୍‌ଗାର ଉଭୟ ମ୍ୟାନ ଅଫ୍‌ ଦି ମ୍ୟାଚ ଓ ସିରିଜ ବିବଚେିତ ହୋଇଥିଲେ।
ସଂକ୍ଷିପ୍ତ ସ୍କୋର
ଶ୍ରୀଲଙ୍କା ପ୍ରଥମ ଇନିଂସ: ୧୫୭
ଦକ୍ଷିଣ ଆଫ୍ରିକା ପ୍ରଥମ ଇନିଂସ: ୩୦୨
ଶ୍ରୀଲଙ୍କା ଦ୍ୱିତୀୟ ଇନିଂସ: ୨୧୧ (ଦିମୁଥ କରୁଣାରନେତ୍-୧୦୩, ନିରୋଶାନ ଡିକ୍‌ଓ୍ବେଲା-୩୬, ଲୁନ୍‌ଗି ଏନ୍‌ଗିଡି-୪/୪୪, ଲୁଥୋ ସିପାମ୍ଲା-୩/୪୦ )।
ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଇନିଂସ: ୬୭/୦ (ଏଡେନ୍‌ ମାରକ୍ରାମ-୩୬*, ଡିନ୍‌ ଏଲ୍‌ଗାର-୩୧*)।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଆରମ୍ଭ ହେଲା କବାଡ଼ି ପ୍ରମିୟର ଲିଗ୍‌: ସାମିଲ ହେଲେ ୧୨ ଦଳ

ସମ୍ବଲପୁର,୨୪ା୪(ବି.ଶଙ୍କର): ସମ୍ବଲପୁର କବାଡ଼ି କ୍ଲବ ଓ ସମ୍ବଲପୁର ବଏଜ ମିଳିତ ଆନୁକୂଲ୍ୟରେ ଆୟୋଜିତ ଦ୍ୱିତୀୟ ସମ୍ବଲପୁର କବାଡ଼ି ପ୍ରିମିୟର ଲିଗ(ଏସ୍‌କେପିଏଲ) ଗୁରୁବାର ରାତିରେ ଗଙ୍ଗାଧର ମୁକ୍ତ...

ଭାରତ ଆସିବେନି ନଦିମ

ନୂଆଦିଲ୍ଲୀ,୨୪ା୪: ଆସନ୍ତା ମେ’ ୨୪ ତାରିଖରୁ ବେଙ୍ଗାଲୁରୁରେ ହେବାକୁ ଥିବା ନୀରଜ ଚୋପ୍ରା କ୍ଲାସିକ ଇଭେଣ୍ଟରେ ପ୍ରତିଦ୍ୱନ୍ଦ୍ୱିତା କରିବାକୁ ପାକିସ୍ତାନର ଅଲିମ୍ପିକ ଚାମ୍ପିୟନ ଅର୍ଶଦ ନଦିମ...

ମାଡ୍ରିଡ୍‌ ଓପନରୁ ଓହରିଲେ ଅଲ୍‌କାରାଜ

ମାଡ୍ରିଡ୍‌,୨୪ା୪: ଇଞ୍ଜୁରୀ ଯୋଗୁ ଦର୍ଶକଙ୍କ ଫେଭରାଇଟ୍‌ କାର୍ଲୋସ ଅଲ୍‌କାରାଜ ମାଡ୍ରିଡ୍‌ ଓପନ ଟେନିସ ଟୁର୍ନାମେଣ୍ଟରୁ ଓହରି ଯାଇଛନ୍ତି। ଗତ ରବିବାର ବାର୍ସିଲୋନା ଓପନ ଫାଇନାଲ ବେଳେ...

ସଙ୍କଟରେ ପିଏସ୍‌ଏଲ୍‌: ଫେରି ଆସିବେ ଭାରତୀୟ ବ୍ରଡକାଷ୍ଟର

କରାଚୀ,୨୪ା୪: ଆଗାମୀ ଦିନରେ ପାକିସ୍ତାନ ସୁପର ଲିଗ (ପିଏସ୍‌ଏଲ୍‌)ର ପ୍ରସାରଣ ସଙ୍କଟରେ ପଡ଼ିପାରେ। ପହଲଗାମ ଆତଙ୍କବାଦୀ ଆକ୍ରମଣ ପରେ ଦୁଇ ଦେଶ ମଧ୍ୟରେ ଦେଖାଦେଇଥିବା ତିକ୍ତତା...

ପ୍ରେମିକାଙ୍କୁ ଧୋକା ଦେଇ ଅନ୍ୟ ଜଣେ ଯୁବତୀଙ୍କ ସହ ନଜର ଆସିଲେ ପୃଥ୍ବୀ ଶ’, କ୍ୟାମେରା ଦେଖି ଲୁଚାଇଲେ ମୁହଁ;Video

ନୂଆଦିଲ୍ଲୀ,୨୪।୪: ପ୍ରଥମ ପ୍ରେମିକାଙ୍କୁ ଧୋକା। ପୁଣି ଥରେ ପ୍ରେମରେ ପଡ଼ିଛନ୍ତି କ୍ରିକେଟର ପୃଥ୍ବୀ ଶ’। କିଛି ଏଭଳି ଚର୍ଚ୍ଚା ଏବେ ସୋସିଆଲ ମିଡିଆରେ ବଢ଼ିବାରେ ଲାଗିଛି।...

ପହଲଗାମ୍‌ ଆକ୍ରମଣ ପରେ ଭାରତ-ପାକିସ୍ତାନ କ୍ରିକେଟକୁ ନେଇ BCCI ଉପାଧ୍ୟକ୍ଷଙ୍କ ବଡ଼ ବୟାନ 

ନୂଆଦିଲ୍ଲୀ,୨୪।୪: କାଶ୍ମୀରର ପହଲଗାମରେ ହୋଇଥିବା ଭୟଙ୍କର ଆତଙ୍କବାଦୀ ଆକ୍ରମଣରେ ୨୬ରୁ ଅଧିକ ଭାରତୀୟଙ୍କ ଜୀବନ ଯିବା ପରେ ସାରା ଦେଶରେ ଆକ୍ରୋଶ ଦେଖିବାକୁ ମିଳୁଛି। ଏହି...

ଗୌତମ ଗମ୍ଭୀରଙ୍କୁ ହତ୍ୟା ଧମକ: ‘ଆଇଏସଆଇଏସ କଶ୍ମୀର’ରୁ ଆସିଲା ଇମେଲ

ନୂଆଦିଲ୍ଲୀ,୨୪।୪: ଭାରତୀୟ କ୍ରିକେଟ ଦଳର ମୁଖ୍ୟ କୋଚ ତଥା ପୂର୍ବତନ ଭାଜପା ଏମପି ଗୌତମ ଗମ୍ଭୀରଙ୍କୁ ‘ଆଇଏସଆଇଏସ କାଶ୍ମୀର’ ସଂଗଠନରୁ ମୃତ୍ୟୁ ଧମକ ମିଳିଛି। ଏପ୍ରିଲ...

BCCIର ବଡ଼ ନିଷ୍ପତ୍ତି: ଚିୟର ଗର୍ଲ, ଆତସବାଜୀ ବିନା ହେବ ଆଜିର IPL ମ୍ୟାଚ

ନୂଆଦିଲ୍ଲୀ,୨୩।୪: SRH Vs MI ଖେଳାଳିଙ୍କ ହାତରେ କଳା ପଟି। IPL ୨୦୨୫ର ୪୧ତମ ମ୍ୟାଚ ଆଜି ଅର୍ଥାତ୍‌ ୨୩ ଏପ୍ରିଲରେ ମୁମ୍ବାଇ ଇଣ୍ଡିଆନ୍ସ ଏବଂ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image