ଛତ୍ରପୁର,୮ା୭(ସନ୍ତୋଷ ପାଢ଼ୀ): ପାଟପୁର ଥାନା ପୋଲିସର ମନମୁଖୀ କାର୍ଯ୍ୟ ବିରୋଧରେ ଗଞ୍ଜାମ ଏସ୍ପିଙ୍କ ନିକଟରେ ଯୁବକମାନେ ଫେରାଦ ହୋଇଛନ୍ତି । ପାଟପୁର ଥାନା ପୋଲିସ କିଛି କାରଣ ନ ଥାଇ ନିର୍ଯାତନା ଦେଉଥିବା ପି. ରାମଚନ୍ଦ୍ରପୁରର ଯୁବକମାନେ ଅଭିଯୋଗ ଆଣିଛନ୍ତି। ଗ୍ରାମର ବଳରାମ ପ୍ରଧାନ ନାମକ ଜଣେ ଯୁବକ ନିଜ ଜମିରେ ଘର ତିଆରି କରୁଥିବା ବେଳେ କିଛି କାରଣ ନ ଥାଇ ପୋଲିସ ତାଙ୍କୁ ହଇରାଣ କରୁଛି। ଏପରିକି ଉକ୍ତ ଘରକୁ ଭାଙ୍ଗିଦେବାକୁ ଧମକ ଦେଉଥିବା ବଳରାମ ଅଭିଯୋଗ କରିଛନ୍ତି। ଶୁକ୍ରବାର ରାତିରେ ନିଜ ଘର ବାରଣ୍ଡାରର ବସିଥିବା ସମୟରେ ବିନା କାରଣରେ ପୋଲିସ ମାଡ଼ ମାରିଥିବା ସେ କହିଛନ୍ତି । ନିଜ ଜାଗାରେ ଛୋଟ ରେଷ୍ଟୁରାଣ୍ଟଟିଏ କରିବାକୁ ଚାହୁଁଥିବା ବେଳେ ଏହାକୁ ବିରୋଧ କରି ପୋଲିସ ଏଭଳି କାଣ୍ଡ ଭିଆଉଥିବା କହିଛନ୍ତି। ଶନିବାର ଅତିରିକ୍ତ ଏସପିଙ୍କୁ ଭେଟି ସେ ଏକ ଦାବିପତ୍ର ପ୍ରଦାନ କରିଛନ୍ତି । ଘଟଣାର ତଦନ୍ତ ଚାଲିଛି, ତଦନ୍ତ ଭାର ସ୍ଥାନୀୟ ଏଡିପିଓଙ୍କୁ ଦିଆଯାଇଛି ବୋଲି ସୂଚନା ମିଳିଛି।
Posted inHome Left, ଆଞ୍ଚଳିକ ଖବର, ଗଞ୍ଜାମ View All
ସ୍ବାମୀଙ୍କୁ ଛାଡ଼ି ପ୍ରେମିକଙ୍କ ସହ ଫେରାର ହୋଇଯାଇଥିଲେ, ପ୍ରତାରଣା ପରେ ଫେରିଲେ…ତା’ ପରେ ଯାହା ହେଲା ଜାଣିଲେ…
ଇନ୍ଦୌର,୧୬।୧୨: ମଧ୍ୟପ୍ରଦେଶର ଇନ୍ଦୌରର ଚନ୍ଦନନଗର ଥାନା ଅଞ୍ଚଳରେ ଏକ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି। ଜଣେ ମହିଳା ପ୍ରେମର ଫାଶରେ ପଡ଼ି ନିଜ ସ୍ବାମୀଙ୍କୁ...
ଚାଷୀଙ୍କ ଖରିଫ ଧାନ ସଂଗ୍ରହ: ଦିଗପହଣ୍ଡିରେ ପ୍ରସ୍ତୁତି ବୈଠକ
ଦିଗପହଣ୍ଡି,୧୬|୧୨(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ତହସିଲ କାର୍ଯ୍ୟାଳୟ ସଭାଗୃହ ପରିସରରେ ଚାଷୀଙ୍କ ଅମଳ ଧାନ ସଂଗ୍ରହ ନିମନ୍ତେ ଏକ ପ୍ରସ୍ତୁତି ବୈଠକ ମଙ୍ଗଳବାର...
ଏପଟେ ଚାଲିଥିଲା IPL ନିଲାମ; ସେପଟେ ପ୍ରଥମ ଭାରତୀୟ ଭାବେ ଦ୍ୱିଶତକ ମାରିଲେ ୧୭ ବର୍ଷୀୟ ବ୍ୟାଟର
ନୂଆଦିଲ୍ଲୀ,୧୬।୧୨: ଭାରତୀୟ କ୍ରିକେଟ୍ ଇତିହାସରେ ଏକ ନୂଆ ଅଧ୍ୟାୟ ଯୋଡ଼ିଛନ୍ତି ୧୭ ବର୍ଷୀୟ ବାମହାତୀ ବ୍ୟାଟ୍ସମ୍ୟାନ୍ ଅଭିଜ୍ଞାନ କୁଣ୍ଡୁ। ସେ ଏସିଆ କପ୍ ୨୦୨୫ ରେ...
ଦିଗପହଣ୍ଡିରେ ଜନବସତିକୁ ମାଡ଼ି ଆସୁଛନ୍ତି ହାତୀପଲ,ରାତିରେ ପଡିଯାଉଛି ତାଟି କବାଟ; ଫସଲ…
ଦିଗପହଣ୍ଡି,୧୬ା୧୨(ଅଶେଷ ନାଥ ମିଶ୍ର): ସାନଖେମୁଣ୍ଡି ବ୍ଲକ ନୂଆଗଡ, ପଳାସପୁର, ଲୁଣିନାଠୀ, ଇନ୍ଦିରା ଆବାସ କଲୋନୀ ଆଦି ଗ୍ରାମଗୁଡିକରେ ଗତ କିଛିଦିନ ହେଲା ହାତୀ ଉପଦ୍ରବ ଯୋଗୁ...
ଗୁଜରାଟରେ ‘ରୋଲିଂ ପେପର’ ଉପରେ କଟକଣା: ନିଶା ସେବନ ରୋକିବା ପାଇଁ ସରକାରଙ୍କ ବଡ଼ ପଦକ୍ଷେପ
ନୂଆଦିଲ୍ଲୀ,୧୬।୧୨: ଯୁବପିଢ଼ିଙ୍କ ମଧ୍ୟରେ ବଢୁଥିବା ନିଶା ସେବନକୁ ରୋକିବା ଉଦ୍ଦେଶ୍ୟରେ ଗୁଜରାଟ ସରକାର ମଙ୍ଗଳବାର ରାଜ୍ୟରେ ‘ରୋଲିଂ ପେପର’, ‘ସ୍ମୋକିଂ କୋନ୍’, ପ୍ୟାକେଜ୍ଡ ରୋଲିଂ କିଟ୍...
୬ ବଲ୍ରେ ମାରିଥିଲେ ୬ ଛକା, ଏବେ ୧୦ ଗୁଣା ଅଧିକ ଟଙ୍କା ଦେଇ କିଣିଲା KKR, ମିଳିଲା ଏତିକି…
ଅବୁଧାବୀ,୧୬।୧୨: ଆଇପିଏଲ୍ ୨୦୨୬ର ମିନି ନୀଲାମୀରେ ଭାରତୀୟ ଯୁବ ଖେଳାଳିମାନଙ୍କ ଉପରେ ଟଙ୍କା ବର୍ଷା ହୋଇଛି। ଏଥର ଅନେକ ଯୁବ ଖେଳାଳି ଉପରେ ଫ୍ରାଞ୍ଚାଇଜିଗୁଡ଼ିକ ବଡ଼...
କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର: ଚିକିତ୍ସା ଅବହେଳାରୁ ନବଜାତ ଶିଶୁପୁତ୍ର, ପ୍ରସୂତି ମହିଳାଙ୍କ ମୃତ୍ୟୁ
କେସିଙ୍ଗା,୧୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଚିକିତ୍ସା ଅବହେଳାରୁ ଏକ ନବଜାତ ଶିଶୁପୁତ୍ର ସହ...
ତପ୍ତପାଣି ଘାଟିରେ ଭୟଙ୍କର ଦୁର୍ଘଟଣା: ଦୁଇ ସାଙ୍ଗ ବୁଲିବାକୁ ଜାଇ…
ଦିଗପହଣ୍ଡି,୧୬।୧୨(ଅଶେଷ ନାଥ ମିଶ୍ର):ଗଞ୍ଜାମ-ଗଜପତି ସୀମାନ୍ତ ସାନଖେମୁଣ୍ଡି ବ୍ଳକ ପାଟପୁର ଥାନା ତପ୍ତପାଣି ଘାଟି ଛେଦନଇ ନିକଟରେ ଏକ ବାଇକ ଦୁର୍ଘଟଣାରେ ଜଣେ ମତ୍ୟୁବରଣ କରିଥିବା ବେଳେ...
Archives


