Posted inଜାତୀୟ

ମୋଦିଙ୍କ ରୋଡ ଶୋ’ରେ ସାମିଲ ହେଲେ ସ୍ପେନ ପ୍ରଧାନମନ୍ତ୍ରୀ

ଭଦୋଦରା,୨୮।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ଗୁଜୁରାଟ ଗସ୍ତରେ ଯାଇଛନ୍ତି। ଯେଉଁଠାରେ ସେ ରାଜ୍ୟ ତଥା ଦେଶକୁ କୋଟି କୋଟି ଟଙ୍କା ମୂଲ୍ୟର ଉପହାର ଦେବେ। ତାଙ୍କ ଗସ୍ତ ସମୟରେ ପ୍ରଧାନମନ୍ତ୍ରୀ ମୋଦି ସ୍ପେନର ପ୍ରଧାନମନ୍ତ୍ରୀ ପେଡ୍ରୋ ସାଞ୍ଚେଜଙ୍କ ସହ ଭଦୋଦରା ଠାରେ ଟାଟା ଏୟାରକ୍ରାଫ୍ଟ କମ୍ପ୍ଲେକ୍ସର ଟାଟା ଆଡଭାନ୍ସ ସିଷ୍ଟମ ଲିମିଟେଡ (TASL) ର ଉଦଘାଟନ କରିବେ। ସୂଚନାଯୋଗ୍ୟ, ସାମରିକ ବିମାନ ସି-୨୯୫ ଦେଶର ପ୍ରଥମ ଘରୋଇ ବିମାନ କାରଖାନାରେ ଉତ୍ପାଦିତ ହେବ।
ସିଏଏସଏଲ ଏହି କାରଖାନାରେ ୪୦ ସି-୨୯୫ ବିମାନ ଉତ୍ପାଦନ କରିବ। ଯାହା ଭାରତର ପ୍ରଥମ ସାମରିକ ବିମାନ ପାଇଁ ପ୍ରଥମ ବ୍ୟକ୍ତିଗତ ଆସେମ୍ବଲି ଲାଇନ ହେବ। ଯେଉଁଥିରେ ବିମାନ ଉତ୍ପାଦନ, ଆସେମ୍ବଲି, ପରୀକ୍ଷଣ, ବିତରଣ ଏବଂ ରକ୍ଷଣାବେକ୍ଷଣ ସହିତ ଜଡିତ ସମସ୍ତ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ କରାଯିବ। ସୂଚନା ଅନୁସାରେ ଏହି କାରଖାନା ଟାଟା ଆଡଭାନ୍ସ ସିଷ୍ଟମ ଲିମିଟେଡ (TASL) କ୍ୟାମ୍ପସରେ ନିର୍ମାଣ କରାଯାଇଛି। ସି-୨୯୫ କାର୍ଯ୍ୟକ୍ରମ ଅଧୀନରେ ସମୁଦାୟ ୫୬ ବିମାନ ଉତ୍ପାଦନ ହେବ। ସେଥିମଧ୍ୟରୁ ୧୬ଟି ସ୍ପେନରୁ ଏୟାରବସ ଦ୍ୱାରା ସିଧାସଳଖ ବିତରଣ କରାଯାଉଛି। ଅବଶିଷ୍ଟ ୪୦ଟି ଭାରତରେ ତିଆରି ହେବ। ଟାଟା ଆଡଭାନ୍ସଡ ସିଷ୍ଟମ ଲିମିଟେଡ ଏହି ୪୦ଟି ବିମାନ ଭାରତରେ ଉତ୍ପାଦନ କରିବ। ଯାହା ଦେଶର ଘରୋଇ କ୍ଷେତ୍ରର ଫଶଇନାଲ ଆସେମ୍ବଲି ଲାଇନ ହେବ।
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ଗୁଜୁରାଟକୁ ହଜାରେ କୋଟି ଟଙ୍କାର ବିକାଶମୂଳକ ପ୍ରକଳ୍ପ ଉପହାର ଦେବାକୁ ଯାଉଛନ୍ତି। ଏଥିପାଇଁ ସେି ଗୁଜୁରାଟରେ ପହଞ୍ଚିଛନ୍ତି। ସମ୍ପ୍ରତି ସେ ଭଦୋଦରା ଠାରେ ଏକ ରୋଡ ସୋ କରୁଛନ୍ତି । ତାଙ୍କ ସହିତ ସ୍ପେନର ପ୍ରଧାନମନ୍ତ୍ରୀ ପେଡ୍ରୋ ସାଞ୍ଚେଜ ମଧ୍ୟ ଉପସ୍ଥିତ ଅଛନ୍ତି। ଯେଉଁଠାରେ ବହୁ ନେତା ଉଭୟ ନେତାଙ୍କୁ ସ୍ବାଗତ କରିବାକୁ ଏକାଠି ହୋଇଥିଲେ। ଏମାନଙ୍କୁ ସ୍ବାଗତ କରିବାକୁ ରାସ୍ତା କଡରେ ମଧ୍ୟ ବହୁ ଜନତା ଉପସ୍ଥିତ ହୋଇଛନ୍ତି। ମୋଦିଙ୍କ ସହ ଜଣେ ବିଦେଶୀ ନେତାଙ୍କୁ ରୋଡ ଶୋ’ରେ ଦେଖିବାକୁକ ଲୋକଙ୍କ ମଧ୍ୟରେ ଉତ୍ସାହ ଦେଖା ଦେଇଛି।

 


Enter your email to get our daily news in your inbox.

All Right Reserved By Dharitri.Com

ଚପଲ ପିନ୍ଧି ମହାପ୍ରସାଦ ବାଣ୍ଟିଲେ, ଠିଆହୋଇ ଖାଇଲେ

ପୁରୀ,୩୧ା୧୨(ଅଜିତ୍‌ କୁମାର ମହାନ୍ତି): ମହାପ୍ରସାଦ ଓ ମହାପ୍ରଭୁଙ୍କୁ ଅପମାନ କଲାଭଳି ଦୃଶ୍ୟ ପୁଣି ଦେଖିବାକୁ ମିଳିଛି। ଏନେଇ ବିଭିନ୍ନ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି। କେତେଜଣ...

ନୂଆବର୍ଷ ପୂର୍ବରୁ ବଡ଼ ଧରଣର ଭୂକମ୍ପ ଝଟକା, ଭୟରେ…

ନୂଆଦିଲ୍ଲୀ,୩୧।୧୨: ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଜାପାନରେ ବଡ଼ ଧରଣର ଭୂକମ୍ପ ଅନୁଭୂତ ହୋଇଛି । ରିକ୍ଟର ସ୍କେଲରେ ତୀବ୍ରତା ୬ ରେକର୍ଡ କରାଯାଇଛି ।...

ଘରକୁ ଫେରିବା ବାଟରେ ଭୟଙ୍କର ଦୁର୍ଘଟଣା: ବାଇକ୍‌କୁ ଧକ୍କା ଦେଇ ଟ୍ରକ୍‌କୁ ପିଟିଲା ବୋଲେରୋ; ଯୁବକ ଗୁରୁତର; ଡ୍ରାଇଭର…

କେସିଙ୍ଗା,୩୧।୧୨( ତୁମେଶ୍ୱର ସାହୁ): ରାତି ପାହିଲେ ନୂଆବର୍ଷ। ଗାଁଠୁ ନେଇ ସହର ଯାଏ ନୂଆବର୍ଷ ପାଳନ ପାଇଁ ଚାଲିଛି ସଜ ବାଜ। ଏଭଳି ସମୟରେ କେସିଙ୍ଗା...

ବରିଷ୍ଠ IAS ଅରବିନ୍ଦ ପାଢ଼ୀଙ୍କୁ ମିଳିଲା ପ୍ରମୋଶନ

ଭୁବନେଶ୍ବର,୩୧ା୧୨: ଓଡ଼ିଶା ପ୍ରଶାସନିକ ସ୍ତରରେ ଏକ ବଡ଼ ପରିବର୍ତ୍ତନ ହୋଇଛି। କୃଷି ଓ କୃଷକ ସଶକ୍ତିକରଣ ବିଭାଗର ପ୍ରମୁଖ ସଚିବ ତଥା ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ...

ରୁଷକୁ ବିଶ୍ବାସ ଯେ… ୨୦୨୫ ବର୍ଷର ଶେଷ ଭାଷଣରେ ଜେଲେନ୍ସକିଙ୍କ ବିଷୟରେ କଣ କହିଲେ ପୁଟିନ୍

ନୂଆଦିଲ୍ଲୀ,୩୧।୧୨: ରୁଷ ରାଷ୍ଟ୍ରପତି ପୁଟିନ ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଦେଶକୁ ସମ୍ବୋଧିତ କରିଛନ୍ତି । ୟୁକ୍ରେନରେ ଚାଲିଥିବା ଯୁଦ୍ଧ ସମ୍ପର୍କରେ ସେ କହିଥିଲେ ଯେ...

ଭୂତକୋଠା ପାଲଟିଛି ଶିକ୍ଷକ ଭବନ, ରାତି-ଦିନରେ ଜମୁଛି ମଦର ଆସର

ମୋହନା,୩୧/୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକ ଏକ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ । ଏହା ୩୯ଟି ପଞ୍ଚାୟତକୁ ନେଇ ଗଠିତ । ଏହି ବ୍ଲକର...

ପ୍ରଭାକର ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ, ଡେଙ୍ଗାପଦର ଭଲିବଲ ଟିମ୍ ବିଜୟୀ

ଦିଗପହଣ୍ଡି, ୩୧|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ୪ର୍ଥ ଦିବସ ଆଜି ଆୟୋଜିତ...

ରାସନ୍ କାର୍ଡ E-KYC ନେଇ ଯୋଗାଣ ମନ୍ତ୍ରୀଙ୍କ ବଡ଼ ଘୋଷଣା, ଏତିକି ଦିନ ବଢ଼ିଲା ଅବଧି

ଭୁବନେଶ୍ବର,,୩୧/୧୨: ରାସନକାର୍ଡ ହିତାଧିକାରୀଙ୍କ ପାଇଁ ବଡ଼ ଖବର । ଆହୁରି ୨ ମାସ ବଢିଲା ରାସନ୍ କାର୍ଡ E-KYC ଅବଧି । ଆଜି  E-KYC ଅବଧି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri