୨ ଡାକ୍ତରଙ୍କ ଉଦ୍ଧାର ପାଇଁ କଥାହେଲେ ରାଜ୍ୟସରକାର, ମନ୍ତ୍ରୀ କହିଲେ… 

ଭୁବନେଶ୍ୱର,୩୧।୭: କେରଳର ଓ୍ବାଏନାଡରେ ହୋଇଥିବା ଭୟଙ୍କର ଭୂସ୍ଖଳନରେ ଜଣେ ୨ ଓଡ଼ିଆ ଡାକ୍ତର ନିଖୋଜ ଅଛନ୍ତିି। ୨ ଡାକ୍ତରଙ୍କ ଉଦ୍ଧାର ପାଇଁ ରାଜ୍ୟ ସରକାର କଥାହୋଇଛନ୍ତି।  କେରଳ ସ୍ବତନ୍ତ୍ର ରିଲିଫ କମିଶନର ଓ ଓଡ଼ିଆ ଅଧିକାରୀଙ୍କ ସହ ଏସଆର୍‌ସି କଥା ହୋଇଥିବା ମନ୍ତ୍ରୀ ସୁରେଶ ପୂଜାରୀ ସୂଚନା ଦେଇଛନ୍ତି। ଏହା ସହ ସେ କହିଛନ୍ତି, ନିଖୋଜ ୨ ଡାକ୍ତରଙ୍କ ପରିବାର ସହ ମଧ୍ୟ ଯୋଗାଯୋଗରେ ଅଛୁ। ପରିବାର ବର୍ଗଙ୍କୁ ପ୍ରତ୍ୟେକ ସମୟରେ ଅପଡେଟ ଖବର ଦିଆଯାଉଛି। ଜଣଙ୍କୁ ଉଦ୍ଧାର ପାଇଁ ପ୍ରୟାସ ଜାରି ରହିଛି, ଆଶା  ସେମାନେ ଉଦ୍ଧାର ହେବେ ବୋଲି ମନ୍ତ୍ରୀ କହିଛନ୍ତି।
ସୂଚନାଯୋଗ୍ୟ, ୨ ଓଡ଼ିଆ ଡାକ୍ତର ଓ ସେମାନଙ୍କ ସ୍ତ୍ରୀ କେରଳ ବୁଲିବାକୁ ଯାଇଥିଲେ । ହେଲେ ସେଠାରେ ଘଟିଥିବା ଭୂସ୍ଖଳନରେ ଡାକ୍ତର ଦ୍ୱୟ ନିଖୋଜ ହୋଇଯାଇଥିବାବେଳେ ସେମାନଙ୍କ ସ୍ତ୍ରୀ ସ୍ଥାନୀୟ ଡାକ୍ତରଖାନାରେ ଚିକିତ୍ସିତ ହେଉଛନ୍ତି। ନିଖୋଜ ଡାକ୍ତରଙ୍କୁ ଉଦ୍ଧାର କରିବା ପାଇଁ ପରିବାର ଲୋକେ ରାଜ୍ୟ ସରକାରଙ୍କୁ ନିବେଦନ କରିଥିଲେ। କଟକ ଜିଲା ଚୌଦ୍ୱାରସ୍ଥିତ ହାଉସିଂ ବୋର୍ଡ ଅଞ୍ଚଳରେ ରହୁଥିବା ହାଇଟେକ୍‌ ମେଡିକାଲର ଡାକ୍ତର ବିଷ୍ଣୁ ପ୍ରସାଦ ଚିନାରା, ସ୍ତ୍ରୀ ତଥା ଡ୍ରିମ୍ସ କଲେଜ ଅଧ୍ୟାପିକା ପ୍ରିୟଦର୍ଶିନୀ, ଡା.ସ୍ବାଧୀନ ପଣ୍ଡା ଓ ତାଙ୍କ ସ୍ତ୍ରୀ ସ୍ବୀକୃତି ମହାପାତ୍ର ଗତ ୨୬ ତାରିଖରେ ବେଙ୍ଗାଲୁରୁ ଏବଂ କେରଳ ବୁଲିବାକୁ ଯାଇଥିଲେ। କେରଳର ୱାୟନାଡର ଲିନରା ଭିଲ୍ଲାରେ ରାତ୍ରିଯାପନ କରିଥିଲେ। ସୋମବାର ରାତି ପ୍ରାୟ ୨ଟାରେ ଭୂସ୍ଖଳନ ସହ ମାଟି ମିଶା ପାଣି ଜନବସତି ଅଞ୍ଚଳକୁ ମାଡ଼ି ଆସିଥିଲା। ଏନେଇ ବିଷ୍ଣୁଙ୍କ ବାପା ତଥା ପ୍ରତିରକ୍ଷା ବିଭାଗର ଅବସରପ୍ରାପ୍ତ କର୍ମଚାରୀ ପ୍ରମୋଦ କୁମାର ଚିନାରା କହିଛନ୍ତି, ରାତି ପ୍ରାୟ ୨ଟାରେ ବନ୍ୟାପାଣି ମାଡ଼ି ଆସିଲା। ଏହାପରଠାରୁ ବିଷ୍ଣୁଙ୍କ ପତ୍ତା ମିଳୁନି। ପ୍ରିୟଦର୍ଶିନୀଙ୍କୁ ଉଦ୍ଧାର କରାଯାଇ ମେଡିକାଲରେ ଭର୍ତ୍ତି କରାଯାଇଛି। ମଙ୍ଗଳବାର ସକାଳ ୬ଟାରେ ଫୋନ୍‌ ଯୋଗେ ଏ ସମ୍ପର୍କରେ ପ୍ରିୟଦର୍ଶିନୀ ମୋତେ ଜଣାଇଥିଲେ। ପରେ ମୁଁ ଏନେଇ ହାଇଟେକ୍‌ ମେଡିକାଲ କର୍ତ୍ତୃପକ୍ଷଙ୍କୁ ଜଣାଇଥିଲି। ଚୌଦ୍ୱାର ଥାନା ଆଇଆଇସି ବିଶ୍ୱରଞ୍ଜନ ସାହୁ ବିଷ୍ଣୁଙ୍କ ଘରକୁ ଯାଇ ପରିବାର ଲୋକଙ୍କୁ ସମବେଦନା ଜଣାଇବା ସହିତ ପ୍ରଶାସନିକ ସ୍ତରରେ ସମସ୍ତ ସହଯୋଗ କରିବା ପାଇଁ ପ୍ରତିଶ୍ରୁତି ଦେଇଛନ୍ତି।  ସୂଚନାଯୋଗ୍ୟ, ଡା. ଚିନାରା ୨ ବର୍ଷ ତଳେ ପ୍ରିୟଦର୍ଶିନୀଙ୍କୁ ବିବାହ କରିଥିଲେ।

Enter your email to get our daily news in your inbox.

All Right Reserved By Dharitri.Com

ବଂଶଧାରା ନଦୀରେ ମିଶିଲା କାରଖାନାର ବିଷାକ୍ତ ରାସାୟନିକ ପାଣି: ଜଳ ଯୋଗାଣ ବନ୍ଦ ଲୋକେ ହନ୍ତସନ୍ତ

କାଶୀନଗର,୨୦ା୯(ଟି. କ୍ରିଷ୍ଣା ରାଓ): ଗଜପତି ଜିଲା କାଶୀନଗର ଦେଇ ପ୍ରବାହିତ ବଂଶଧାରା ନଦୀ ପାଣିରେ ବେଦାନ୍ତ କାରଖାନାର କାଷ୍ଟିକ ପୋଖରୀ ହୁଡା ଭାଙ୍ଗି କ୍ଷୟକାରୀ ବିଷାକ୍ତ...

ଭରତପୁର ଥାନା ଘଟଣା: ଓଡ଼ିଶା ସରକାରଙ୍କୁ କଡ଼ା ସମାଲୋଚନା କଲେ ପ୍ରିୟଙ୍କା ଗାନ୍ଧି

ଭୁବନେଶ୍ୱର,୧୯।୯: ଭରତପୁର ଥାନା ଘଟଣାକୁ ନେଇ ଓଡ଼ିଶା ସରକାରଙ୍କୁ କଡ଼ା ଭାଷାରେ ସମାଲୋଚନା କରିଛନ୍ତି କଂଗ୍ରେସ ନେତ୍ରୀ ପ୍ରିୟଙ୍କା ଗାନ୍ଧୀ। ଏକ୍ସରେ ଏକ ପୋଷ୍ଟ କରି...

ସିଏମ୍‌ କିଷାନ ଯୋଜନାରେ ନୂତନ ହିତାଧିକାରୀମାନେ ଏହି ତାରିଖ ଯାଏ କରିପାରିବେ ଆବେଦନ

ଭୁବନେଶ୍ୱର,୧୯।୯: ସିଏମ୍‌ କିଷାନ ଯୋଜନାରେ ନୂତନ ହିତାଧିକାରୀମାନେ ନଭେମ୍ବର ମାସ ୮ ତାରିଖ ପର୍ଯ୍ୟନ୍ତ ପଞ୍ଜିକରଣ କରିପାରିବେ। ଚାଷୀମାନେ cmkissan.odisha.gov.in ମାଧ୍ୟମରେ ପଞ୍ଜିକରଣ କରିପାରିବେ। ଏହି...

ମୁଖ୍ୟ ଯନ୍ତ୍ରୀଙ୍କ ଅମାପ ସମ୍ପତ୍ତି; ଘରୁ ମିଳିଲା ନଗଦ ୪୫ ଲକ୍ଷ ଟଙ୍କା, କୋଟିଏ ଟଙ୍କାର ବ୍ୟାଙ୍କ ଡିପୋଜିଟ୍

ବାଲେଶ୍ୱର,୧୯।୯: ବାଲେଶ୍ୱର ଗ୍ରାମ୍ୟ ଉନ୍ନୟନ ବିଭାଗ ମୁଖ୍ୟ ଯନ୍ତ୍ରୀ ଏନ.ଭି ହରିହରଙ୍କ ଘରେ ଭିଜିଲାନ୍ସ ଚଢ଼ାଉ କରିବା ପରେ ବିପୁଳ ପରିମାଣର ଆୟାବହିର୍ଭୁତ ସମ୍ପତ୍ତି ଜବତ...

ଗ୍ରାହକ ହୋଇ କିଣିବା ବାହାନାରେ ଆସି ଗହଣା ଦୋକାନରୁ….

ବ୍ରହ୍ମପୁର,୨୦ା୯(ସୁବାସ ଚନ୍ଦ୍ର ପାଢ଼ୀ): ଗ୍ରାହକ ହୋଇଆସି ଜଣେ ବ୍ୟକ୍ତି ଦୋକାନରୁ ସୁନା ଗହଣା ଚୋରାଇ ନେଇଛନ୍ତି। ଦୋକାନ ମାଲିକ ସତ୍ୟନାରାୟଣ ସେନାପତି ଏହି ସମ୍ପର୍କରେ ବଡ଼ବଜାର...

ମେଜରଙ୍କ ବାନ୍ଧବୀଙ୍କୁ ଭେଟିଲେ ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୦।୯: ଭରତପୁର ଥାନାରେ ମେଜର ଓ ତାଙ୍କ ବାନ୍ଧବୀଙ୍କୁ ମାଡ଼ ଘଟଣାରେ ମେଜରଙ୍କ ବାନ୍ଧବୀଙ୍କୁ ଭେଟିଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ଭୁବନେଶ୍ବର ଏମ୍ସ ଯାଇ ପ୍ରଭାତୀ...

ଜିଲାସ୍ତରୀୟ ବିକାଶ ମେଳା ଉଦଘାଟିତ

ଖୋର୍ଦ୍ଧା,୨୦।୯ : ୨୦୩୬ ସୁଦ୍ଧା ଗଠନ ହେବ ବିକଶିତ ଓଡ଼ିଶା। ମୋହନ ସରକାର ଲୋକଙ୍କ ସରକାର। ଜନତାଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ପ୍ରକୋଷ୍ଠ ଉନ୍ମୁକ୍ତ ରହିଛି। ୨୪ବର୍ଷ...

ବିବାଦରେ ଯାତ୍ରା ଷ୍ଟାର ଆକ୍ଟର କାହ୍ନା ସ୍ବାଇଁ

ଭୁବନେଶ୍ୱର,୨୦।୯: କୋଟିକୋଟି ଓଡ଼ିଆଙ୍କ ପ୍ରାଣ ମହାପ୍ରଭୁ ଶ୍ରୀଜଗନ୍ନାଥ। ସିଏ ସମଗ୍ର ବିଶ୍ୱକୁ ତାଙ୍କ ଛତ୍ରଛାୟା ତଳେ ଘୋଡାଇ ରଖିଛନ୍ତି। ହେଲେ ତାଙ୍କୁ ଅସମ୍ମାନିତ କରାଯାଇଛି। ଯାତ୍ରା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri