ରଥଯାତ୍ରା ପାଇଁ ସ୍ବତନ୍ତ୍ର ଆପ୍‌: ସମ୍ବେଦନଶୀଳ ସ୍ଥାନରେ ଲାଗିବ ଏଆଇ କ୍ୟାମେରା

ପୁରୀ,୪ା୩(ଅଜିତ୍‌ କୁମାର ମହାନ୍ତି): ଆସନ୍ତା ଜୁନ୍‌ ୨୭ରେ ମହାପ୍ରଭୁଙ୍କ ବିଶ୍ୱପ୍ରସିଦ୍ଧ ରଥଯାତ୍ରା। ଚଳିତ ବର୍ଷ ଦେବସ୍ନାନ ପୂର୍ଣ୍ଣିମାଠାରୁ ନୀଳାଦ୍ରି ବିଜେ ପର୍ଯ୍ୟନ୍ତ ସମସ୍ତ କାର୍ଯ୍ୟକୁ ଶୃଙ୍ଖଳିତ ଭାବେ ପରିଚାଳନା କରିବା ପାଇଁ ଏକ ପ୍ରସ୍ତୁତି ବୈଠକ ସୋମବାର ପୁରୀ ସର୍କିଟ ହାଉସ ସମ୍ମିଳନୀ ଗୃହରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଜିଲାପାଳ ସିଦ୍ଧାର୍ଥ ଶଙ୍କର ସ୍ବାଇଁ ଅଧ୍ୟକ୍ଷତା କରି ଗତ ରଥଯାତ୍ରାର ଅଭିଜ୍ଞତାକୁ ଉପଯୋଗ କରି ଚଳିତ ବର୍ଷ ସମସ୍ତ କାର୍ଯ୍ୟକୁ ସମ୍ମିଳିତ ଉଦ୍ୟମରେ ସଫଳ କରିବାକୁ ଆହ୍ବାନ ଦେଇଛନ୍ତି।

ବିଭିନ୍ନ ବିଭାଗକୁ ଯେଉଁ ଦାୟିତ୍ୱ ଦିଆଯାଉଛି, ତାହାକୁ ଅଗ୍ରାଧିକାର ଭିତ୍ତିରେ ସମ୍ପୂର୍ଣ୍ଣ କରିବାକୁ ସେ ନିର୍ଦ୍ଦେଶ ଦେଇଥିଲେ। ରଥଯାତ୍ରା ପାଇଁ ସ୍ବତନ୍ତ୍ର ଆପ୍‌ ପ୍ରସ୍ତୁତ ହେବ। ଏଥିରୁ ଜନସାଧାରଣ ବିଭିନ୍ନ ତଥ୍ୟ ପାଇପାରିବେ। ଏ ନେଇ ତଥ୍ୟ ଦେବାକୁ ବିଭିନ୍ନ ବିଭାଗକୁ କୁହାଯାଇଛି। ସେହିପରି ବିଭିନ୍ନ ସମ୍ବେଦନଶୀଳ ସ୍ଥାନରେ ଏଆଇ କ୍ୟାମେରା ଲଗାଯିବାକୁ ନିଷ୍ପତ୍ତି ହୋଇଛି। ରଥକାଠ ସଂଗ୍ରହ, ରଥ ନିର୍ମାଣ, ରଥଖଳା ପରିଷ୍କାର, ରଥକପଡ଼ା ସହ ବିଭିନ୍ନ ସାମଗ୍ରୀ ସଂଗ୍ରହ ଓ ଯୋଗାଣ, ନୀତି ସମ୍ପାଦନ, ରଥଟଣା, ସ୍ବାସ୍ଥ୍ୟ ଓ ପରିମଳ ବ୍ୟବସ୍ଥା, ପାନୀୟଜଳ ଓ ବିଦ୍ୟୁତ ଯୋଗାଣ, ପରିବହନ ବ୍ୟବସ୍ଥା, ରାସ୍ତାଘାଟ ମରାମତି ଓ ଉନ୍ନତୀକରଣ, ପାର୍କିଂସ୍ଥଳ, ଶାନ୍ତିଶୃଙ୍ଖଳା ରକ୍ଷା, ସୂଚନା ଓ ପ୍ରସାରଣ ବ୍ୟବସ୍ଥା, ସାଂସ୍କୃତିକ କାର୍ଯ୍ୟକ୍ରମ, ପଲ୍ଲିଶ୍ରୀ ମେଳା ଓ ପ୍ରଦର୍ଶନୀ ଆୟୋଜନ, ସ୍ବେଚ୍ଛାସେବୀ ନିୟୋଜନ ଇତ୍ୟାଦି ସମ୍ବନ୍ଧରେ ବିସ୍ତୃତ ଆଲୋଚନା ହେବା ସହ ସମ୍ପୃକ୍ତ ବିଭାଗ କାର୍ଯ୍ୟ ତ୍ୱରାନ୍ବିତ କରିବାକୁ ଜିଲାପାଳ ନିର୍ଦ୍ଦେଶ ଦେଇଥିଲେ। ଏସ୍‌ପି ବିନୀତ ଅଗ୍ରୱାଲ ରଥଯାତ୍ରା ପାଇଁ ଆଇନଶୃଙ୍ଖଳା ରକ୍ଷାର ବିଭିନ୍ନ ପଦକ୍ଷେପ ସମ୍ପର୍କରେ ସୂଚନା ଦେଇଥିଲେ।

ଅସୁରକ୍ଷିତ ବିଲ୍ଡିଂ ଚିହ୍ନଟ ଓ କାର୍ଯ୍ୟାନୁଷ୍ଠାନ, ଅଗ୍ନି ନିର୍ବାପକ ବ୍ୟବସ୍ଥାର ସମୀକ୍ଷା ଇତ୍ୟାଦିକୁ ଯୁଗ୍ମ ତଦନ୍ତ ମାଧ୍ୟମରେ ତ୍ୱରାନ୍ବିତ ପାଇଁ ସେ ପରାମର୍ଶ ଦେଇଥିଲେ। ଚଳିତ ବର୍ଷ ଏପ୍ରିଲ ୩୦ରେ ଅକ୍ଷୟ ତୃତୀୟା ତିଥିରେ ରଥକାଠ ଅନୁକୂଳ, ଜୁନ ୧୧ ଦେବସ୍ନାନ ପୂର୍ଣ୍ଣିମା, ଜୁନ ୨୭ ଶ୍ରୀଗୁଣ୍ଡିଚା ଯାତ୍ରା, ଜୁଲାଇ ୪ ସନ୍ଧ୍ୟା ଦର୍ଶନ, ୫ ବାହୁଡ଼ା ଯାତ୍ରା, ୬ ସୁନାବେଶ, ୭ ଅଧରପଣା ଓ ୮ ତାରିଖରେ ନୀଳାଦ୍ରି ବିଜେ ଅନୁଷ୍ଠିତ ହେବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଅବଗତ କରାଯାଇଛି। ରଥ ନିର୍ମାଣ ପାଇଁ ୮୬୫ ଖଣ୍ଡ କାଠ ଆବଶ୍ୟକ ଥିବାବେଳେ ଗତବର୍ଷର ୫୧ ଖଣ୍ଡ ବଳକା ଥିବାରୁ ଅବଶିଷ୍ଟ ୮୧୪ ଖଣ୍ଡ କାଠ ଆବଶ୍ୟକ ରହିଛି।

ଇତିମଧ୍ୟରେ ୧୦୧ ଖଣ୍ଡ କାଠ ପହଞ୍ଚିସାରିଛି। ସେହିପରି ରଥଯାତ୍ରା ଉପଯୋଗୀ ଅନ୍ୟାନ୍ୟ ସାମଗ୍ରୀ ପ୍ରସ୍ତୁତ କରାଯାଉଛି ବୋଲି ଉନ୍ନୟନ ପ୍ରଶାସକ ଦେବବ୍ରତ ସାହୁ କହିଥିଲେ। ବୈଠକରେ ଡିଏଫ୍‌ଓ ବିବେକ କୁମାର, ଅତିରିକ୍ତ ଜିଲାପାଳ (ପ୍ରଶାସନ) ଶରତ ଚନ୍ଦ୍ର ବେହେରା, ଅତିରିକ୍ତ ଜିଲାପାଳ (ରାଜସ୍ବ) ଡ. ଶରତ ଚନ୍ଦ୍ର ମହାପାତ୍ର, ଅତିରିକ୍ତ ଜିଲାପାଳ (ପ୍ରୋଟୋକଲ) ନୀଳମାଧବ ଭୋଇ, ଜିଲାପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟନିର୍ବାହୀ ଅଧିକାରୀ ପ୍ରିୟରଞ୍ଜନ ପୃଷ୍ଟି, ପୌରନିର୍ବାହୀ ଅଧିକାରୀ ଅଭିମନ୍ୟୁ ବେହେରା, ଅତିରିକ୍ତ ଏସ୍‌ପି ବିଷ୍ଣୁ ପ୍ରସାଦ ପତି, ବିଭିନ୍ନ ବିଭାଗର ଅଧିକାରୀ ଓ ଆରକ୍ଷୀ ଅଧିକାରୀ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମାଗଣା ଚକ୍ଷୁ ଚିକିତ୍ସା ସହ ସ୍ବାସ୍ଥ୍ୟ ସେବା ଶିବିର

ପାଟଣା,୨୦।୪,(ବୀରକିଶୋର ଦାଶ): କେନ୍ଦୁଝର ଜିଲା ସାହାରପଡା ବ୍ଲକ ବେଗେନା ଠାରେ ରବିବାର ଇଣ୍ଡିଆନ ବାଇ ବାର୍ଥ ଫାଉଣ୍ଡେସନ ଏବଂ କେନ୍ଦୁଝର ସ୍ଥିତ ଭୂମିକା ଚକ୍ଷୁ ଚିକିତ୍ସାଳୟର...

ଦାଦୀ ରତ୍ନ ମୋହିନୀ ଜୀଙ୍କ ସ୍ମୃତିରେ ରକ୍ତଦାନ ଶିବିର

ଭଞ୍ଜନଗର,୨୦।୪(ବାବୁଲା ପ୍ରଧାନ)-ପ୍ରଜାପିତା ବ୍ରହ୍ମାକୁମାରୀ ଈଶ୍ବରୀୟ ବିଶ୍ବବିଦ୍ୟାଳୟର ପୂର୍ବତନ ମୁଖ୍ୟ ପ୍ରଶାସିକା ରାଜଯୋଗିନୀ ଦାଦୀ ରତ୍ନ ମୋହିନୀ ଜୀଙ୍କ ତ୍ରୟୋଦଶ ଦିବସ ପାଳନ ଅବସରରେ ଶାନ୍ତି ସ୍ରୋତ...

୯ ଦଫା ଦାବି ନେଇ ଏସ୍‌ପିଙ୍କୁ ଦାବିପତ୍ର ପ୍ରଦାନ କଲା ସିଟିଜେନ୍‌ ଫୋରମ୍‌

କେସିଙ୍ଗା,୨୦ା୪(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗାସ୍ଥିତ ସିଟିଜେନ ଫୋରମ୍‌ର ସଭାପତି ଡ. ହେମସାଗର ସାହାଙ୍କ ନେତୃତ୍ୱରେ କେସିଙ୍ଗାସହରସ୍ଥିତ ବିଦ୍ୟାପୀଠର ସଭାଗୃହରେ ଏକ ସାଧାରଣ ବୈଠକ ରବିବାର...

ନରସିଂହଙ୍କ ଘରେ ଧର୍ମେନ୍ଦ୍ର, ନୂଆ ସମୀକରଣ ନେଇ ରାଜନୈତିକ ମହଲରେ ଜୋର୍‌ଦାର୍‌ ଚର୍ଚ୍ଚା

ବଲାଙ୍ଗୀର,୨୦ା୪: କଂଗ୍ରେସ ନେତା ନରସିଂହ ମିଶ୍ରଙ୍କ ଘରେ ଅତିଥି ବା କୁଣିଆ ସାଜିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ନରସିଂହଙ୍କ ପୁଅ ସମରେନ୍ଦ୍ରଙ୍କ କୃଷିଭିତ୍ତିକ ଅନୁଷ୍ଠାନର ଉଦଘାଟ୍‌ନୀ...

ବିକାଶରେ ଶୂନ୍ୟସ୍ଥାନ ସୃଷ୍ଟି କଲେ ଏହି ପ୍ରଗତିଶୀଳ ନେତା

ଦିଗପହଣ୍ଡି,୨୦ା୪(ଅଶେଷ ନାଥ ମିଶ୍ର): ଭାରତୀୟ କମ୍ୟୁନିଷ୍ଟ ପାର୍ଟି ସିପିଆଇର ପୂର୍ବତନ ରାଜ୍ୟ ସମ୍ପାଦକ ଦିବାକର ନାୟକଙ୍କ ବିୟୋଗରେ ଭାରତୀୟ ଆଇନଜୀବୀ ସଂଘର ଜାତୀୟ ପରିଷଦ ସଭ୍ୟ...

ଟାଟା ଦ୍ୱାରା ଜମି ହରା ତାଲିମ ପ୍ରାପ୍ତ ଯୁବତୀଯୁବକଙ୍କୁ ସ୍ଥାୟୀ ନିଯୁକ୍ତି ନ ମିଳିଲେ ଗଣଧାରଣା ଧମକ

ଛତ୍ରପୁର,୨୦।୪,(ଦିଲ୍ଲୀପ ସାମଲ): ଟାଟା ଦ୍ୱାରା ଜମି ହରା ଓ ତାଲିମ ପ୍ରାପ୍ତ ଯୁବତୀଯୁବକଙ୍କୁ ଦୀପକ ଫଟିଲାଇଜର ଓ ପେଟ୍ରୋକେମିକାଲ୍ସ କମ୍ପାନୀରେ ସ୍ଥାୟୀ ନିଯୁକ୍ତି ଦାବୀ ଜୋର...

ନୂଆ ଭାରତୀୟ ନ୍ୟାୟ ସଂହିତାରେ Zero FIR

ଭଞ୍ଜନଗର,୨୦ା୪(ବାବୁଲା ପ୍ରଧାନ): ଭଞ୍ଜନଗର ତାଲୁକ ଆଇନ ସେବା କମିଟି ପକ୍ଷରୁ ରବିବାର ଗାୟଗଣ୍ଡା ଗ୍ରାମ ବିକାଶ ବିଦ୍ୟା ବିହାର ପରିସରରେ various provisions of BNSS...

ଦୁଇ ଚୋରି ମାମଲାରେ ଅଭିଯୁକ୍ତଙ୍କୁ ଜେଲ୍‌ ଦଣ୍ଡାଦେଶ

ପାରଳାଖେମୁଣ୍ଡି,୨୦ା୪(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ଆର୍‌. ଉଦୟଗିରି ପ୍ରଥମ ଶ୍ରେଣୀ ବିଚାର ବିଭାଗୀୟ ମାଜିଷ୍ଟ୍ରେଟ୍‌ ତରୁଣ କୁମାର ସେଠୀ ପୃଥକ୍‌ ଦୁଇଟି ଚୋରି ମାମଲାର ଚୂଡ଼ାନ୍ତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image