ଦେବଗଡ଼ ଜିଲାରେ ଦିବ୍ୟାଙ୍ଗଙ୍କ ପାଇଁ ସ୍ବତନ୍ତ୍ର ଅଭିଯାନ

ଦେବଗଡ଼, ୨୭।୫(ଡି.ଏନ୍‌.ଏ.): ଓଡ଼ିଶା ରାଜ୍ୟ ଆଇନ ସେବା ପ୍ରାଧିକରଣ, କଟକଙ୍କ ନିର୍ଦ୍ଦେଶ ଅନୁଯାୟୀ ଏବଂ ଜିଲା ଦୌରା ଜଜ୍‌ ତଥା ଅଧ୍ୟକ୍ଷ, ଜିଲା ଆଇନ ସେବା ପ୍ରାଧିକରଣ, ଦେବଗଡ଼ ଗୌତମ ଶର୍ମା ଏବଂ ସଚିବ, ଜିଲା ଆଇନ ସେବା ପ୍ରାଧିକରଣ, ଦେବଗଡ଼ ଅପୂର୍ବା ଚୌଧୁରୀଙ୍କ ତତ୍ତ୍ୱାବଧାନରେ ଦିବ୍ୟାଙ୍ଗମାନଙ୍କ ପାଇଁ ଏକ ସ୍ବତନ୍ତ୍ର ଅଭିଯାନ ଆରମ୍ଭ ହୋଇଛି। ଏହା ଚଳିତ ମାସ ୨୨ରୁ ୨୯ ତାରିଖ ପର୍ଯ୍ୟନ୍ତ ଚାଲିବ। ଏହି ସ୍ବତନ୍ତ୍ର ଅଭିଯାନରେ ଜିଲା ଆଇନ ସେବା ପ୍ରାଧିକରଣ, ଦେବଗଡ଼ କାର୍ଯ୍ୟାଳୟର ପାରା ଲିଗାଲ ସ୍ବେଚ୍ଛାସେବୀମାନଙ୍କ ଦ୍ୱାରା ପ୍ରତ୍ୟେକ ଗ୍ରାମରେ ଦିବ୍ୟାଙ୍ଗ ଚୟନ ନିମନ୍ତେ ବିଭିନ୍ନ ଶିବିର ଅନୁଷ୍ଠିତ ହେଉଛି। ଜିଲାରେ ଥିବା ଦିବ୍ୟାଙ୍ଗମାନେ କିପରି ସେମାନଙ୍କର ଅଧିକାରରୁ ବଞ୍ଚିତ ନ ହୁଅନ୍ତି ତଥା ସେମାନଙ୍କ ପାଇଁ ଉଦ୍ଦିଷ୍ଟ ଥିବା ସରକାରୀ ସୁବିଧାକୁ ସହଜରେ ପାଇପାରିବେ ତାହାହିଁ ଏହି ଅଭିଯାନର ମୂଳ ଲକ୍ଷ୍ୟ। ସେମାନଙ୍କଠାରୁ ଦରଖାସ୍ତ ଗ୍ରହଣ କରି ବିଭାଗୀୟ ଅଧିକାରୀଙ୍କୁ ତାହାର ସଫଳ ରୂପାୟନ ନିମନ୍ତେ ଯୋଗାଯୋଗ କରାଯାଉଛି। ବିଭିନ୍ନ ସେବା ଦିବ୍ୟାଙ୍ଗମାନଙ୍କୁ ଆଇନଗତ ସାହାଯ୍ୟ/ ସେବା ଯୋଗାଇ ଦେବା ଓଡ଼ିଶା ରାଜ୍ୟ ଆଇନ ସେବା ପ୍ରାଧିକରଣ, କଟକଙ୍କ ତରଫରୁ ଏହି ଅଭିଯାନ ନିମନ୍ତେ ଏକ ଟୋଲ ଫ୍ରି ହେଲ୍ପ ଲାଇନ ନମ୍ବର- ୧୮୦୦୩୪୫୭୫୭୧ ଜାରି କରାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଲଗାତାର ୪ର୍ଥ ଥର ପାଇଁ ହାରିଲା ଚେନ୍ନାଇ, ପ୍ରିୟାଂଶ ସାଜିଲେ ପଞ୍ଜାବ ବିଜୟର ହିରୋ

ମୁଲାନପୁର,୮ା୪: ପ୍ରିୟାଂଶ ଆର୍ଯ୍ୟଙ୍କ ଧୂଆଁଦାର ଶତକ ବଳରେ ମଙ୍ଗଳବାର ସନ୍ଧ୍ୟାରେ ଖେଳାଯାଇଥିବା ମ୍ୟାଚରେ ପଞ୍ଜାବ କିଙ୍ଗ୍ସ (ପିବିକେଏସ୍‌) ୧୮ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ)କୁ ପରାସ୍ତ...

ମୃତଦେହ ସହ ୧୦ ମିନିଟ ବିତାଇବାକୁ ୨୫ ହଜାର ଦରମା

ବେଜିଂ: ସୋସିଆଲ ମିଡିଆରେ ଏକ ନିଯୁକ୍ତି ବିଜ୍ଞାପନ ଭାଇରାଲ ହେବାରେ ଲାଗିଛି, ଯାହା ଅନେକଙ୍କୁ ଆଶ୍ଚର୍ଯ୍ୟ କରିଛି। ବିଶ୍ୱର ଦ୍ୱିତୀୟ ଜନବହୁଳ ଦେଶ ଚାଇନାର ଶାଣ୍ଡୋଙ୍ଗ ପ୍ରଦେଶ...

ଜାଣିଛନ୍ତି କି? ଘରେ କେଉଁଠି ରଖିବେ ଲାଫିଙ୍ଗ୍‌ ବୁଦ୍ଧ ମୂର୍ତ୍ତି…

ବାସ୍ତୁଶାସ୍ତ୍ର ଅନୁସାରେ ଲାଫିଙ୍ଗ୍‌ ବୁଦ୍ଧଙ୍କ ମୂର୍ତ୍ତିକୁ ଘରେ ରଖିବା ଅତ୍ୟନ୍ତ ଶୁଭ ହୋଇଥାଏ। କାରଣ ତାଙ୍କର ହସୁଥିବା ଭଙ୍ଗୀକୁ ଦେଖିଲେ ମନରେ ସକରାତ୍ମକ ଭାବନା ଜାଗ୍ରତ...

ଘରୁ ବାହାରିବା ବେଳେ ଏସବୁ ଦେଖିବା ଶୁଭ; ଯେଉଁ କାମରେ ଯାଉଥିବ ତାହା…

ଯେତେବେଳେ ଆମେ କୌଣସି କାମ ଅଥବା ଯାତ୍ରା ପାଇଁ ଘରୁ ବାହାରୁ ସେତେବେଳେ ଭଗବାନଙ୍କ ସାମ୍ନାରେ ହାତ ଯୋଡ଼ି ବାହାରିବାକୁ ଘରର ବୟୋଜ୍ୟେଷ୍ଠମାନେ କହିଥାନ୍ତି। କୁହାଯାଏ...

ଲାଞ୍ଜିଗଡରେ ଅନନ୍ୟ ପରମ୍ପରା ମାଁ ଠାକୁରାଣୀଙ୍କ ଘଣ୍ଟଯାତ୍ର ସମ୍ପନ୍ନ, ଭକ୍ତଙ୍କ ପିଠିରେ ମାଁ ଆସ୍ଥାନକୁ ବିଜେ କଲେ

ଲାଞ୍ଜିଗଡ,୮/୪(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲ୍ଲା ଲାଞ୍ଜିଗଡ ବ୍ଲକ ଲାଞ୍ଜିଗଡର ମାଁ ଠାକରାଣୀଙ୍କ ଚୈତ୍ର ଘଣ୍ଟଯାତ୍ରା ମଙ୍ଗଳବାର ମହା ସମାରୋହରେ ସମ୍ପନ୍ନ ହେଇଯାଇଛି I ଲାଞ୍ଜିଗଡ...

Swiggyରୁ ଅର୍ଡର କଲେ ମିଳିବ ୫୦୦ ଟଙ୍କା ରିହାତି! ଜାଣନ୍ତୁ କିଭଳି…

ନୂଆଦିଲ୍ଲୀ,୮।୪: Swiggy Instamart ରେ ଶପିଂ କରିବା ସମୟରେ ଆପଣ ୫୦୦ ଟଙ୍କାର ରିହାତି ପାଇପାରିବେ। ଶପିଂ କରିବା ସମୟରେ ଆପ୍‌ରେ Maxxsaver ବୈଶିଷ୍ଟ୍ୟ ସ୍ବୟଂଚାଳିତ...

ଗୋଟିଏ ଡାଲାରେ ଆଳୁ-ପିଆଜକୁ ଏକାଠି ରଖୁଛନ୍ତି କି? ହୋଇପାରେ ଅଶୁଭ!

ଆପଣ ନିଜ ରୋଷେଇ ଘରେ ଆଳୁ ଓ ପିଆଜକୁ ଏକାଠି ଗୋଟିଏ ଝୁଡ଼ିରେ ରଖୁଛନ୍ତି କି? ଯଦି ହଁ, ତେବେ ଏହା ଏକ ବଡ଼ ଭୁଲ...

ରାଷ୍ଟ୍ରୀୟ ମର୍ଯ୍ୟାଦା ସହକାରେ ଯବାନଙ୍କ ଅନ୍ତିମ ସଂସ୍କାର;ଶ୍ରଦ୍ଧାଞ୍ଜଳି ଦେଲେ ବ୍ଲକ୍‌, ପୋଲିସ ପ୍ରଶାସନ

ଦିଗପହଣ୍ଡି,୮ା୪ (ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ୍‌ ଅନ୍ତର୍ଗତ ଆମ୍ବଗାଁର ବି.ସୁରେନ୍ଦ୍ର ରେଡ୍ଡୀଙ୍କ ପୁଅ ପବିତ୍ର ରେଡ୍ଡୀ(୩୪) ପଞ୍ଜାବର ଭତିଣ୍ଡା ସେନା କ୍ୟାମ୍ପସରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image