ଦିଲୀପ ରାୟଙ୍କୁ ୩ ବର୍ଷ ଜେଲ

ନୂଆଦିଲ୍ଲୀ, ୨୬।୧୦: ପୂର୍ବତନ କେନ୍ଦ୍ରମନ୍ତ୍ରୀ ଦିଲୀପ ରାୟଙ୍କୁ ୩ ବର୍ଷ ଜେଲ। କୋଇଲା ଦୁର୍ନୀତି ମାମଲାରେ ତାଙ୍କୁ ଏହି ଦଣ୍ଡାଦେଶ ଶୁଣାଇଛନ୍ତି ସ୍ବତନ୍ତ୍ର ସିବିଆଇ କୋର୍ଟ। ୧୯୯୯ ଝାରଖଣ୍ଡର କୋଲ୍‌ କ୍ଲକ ଆବଣ୍ଟନ ମାମଲାରେ ଦଣ୍ଡାଦେଶ ଶୁଣାଇଛନ୍ତି କୋର୍ଟ। ଏହି ମାମଲାରେ ସମ୍ପୃକ୍ତ ଅନ୍ୟ ୨ ଅଧିକାରୀଙ୍କୁ ମଧ୍ୟ ୩ ବର୍ଷ ଜେଲ ଦଣ୍ଡ ହୋଇଛି।
୧୯୯୯ ମସିହାରେ ଝାରଖଣ୍ଡର ଗିରିଡିହ ଖଣି ଆବଣ୍ଟନରେ ଦୁର୍ନୀତି ହୋଇଥିବା ଅଭିଯୋଗ ହୋଇଥିଲା। ଏହି ମାମଲାରେ ଦିଲୀପଙ୍କୁ ଦୋଷୀ ସାବ୍ୟସ୍ତ କରିଥିଲେ ଦିଲ୍ଲୀର ଏକ ସ୍ବତନ୍ତ୍ର କୋର୍ଟ। ସେତେବେଳେ କୋଇଲା ମନ୍ତ୍ରାଳୟରେ ଥିବା ୨ ବରିଷ୍ଠ ଅଧିକାରୀଙ୍କଚ ମଧ୍ୟ କୋର୍ଟ ଦୋଷୀ ସାବ୍ୟସ୍ତ କରିଥିଲେ। ସେମାନେ ହେଲେ ପ୍ରଦୀପ କୁମାର ବାନାର୍ଜୀ ଓ ନିତ୍ୟାନନ୍ଦ ଗୌତମ।
ସେହିପରି କାଷ୍ଟନ ଟେକ୍ନଲୋଜି ଲିମିଟେଡ ନିର୍ଦ୍ଦେଶକ ମହେନ୍ଦ୍ର କୁମାର ଅଗ୍ରଓ୍ବାଲ ଓ କାଷ୍ଟନ ମାଇନିଂ ଲିମିଟେଡ ମଧ୍ୟ ଦୋଷୀ ସାବ୍ୟସ୍ତ ହୋଇଛନ୍ତି।

Share