ପୁରୁଷୋତ୍ତମପୁର ପଞ୍ଚାୟତ ସମିତିର ସ୍ବତନ୍ତ୍ର ବୈଠକ: ଅଭିଯୋଗ ଆଣିଲେ ସମିତିସଭ୍ୟ, ସରପଞ୍ଚ

ପୁରୁଷୋତ୍ତମପୁର,୨୮।୨(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଳକ ସମ୍ମିଳନୀ କକ୍ଷରେ ବିକଶିତ ଗାଁ ବିକଶିତ ଓଡ଼ିଶା କାର୍ଯ୍ୟକ୍ରମକୁ ନେଇ ସ୍ବତନ୍ତ୍ର ବୈଠକ ବସିଛି।  ଏହି ବୈଠକ ବିଡିିଓ ଶରତ କୁମାର ପାତ୍ରଙ୍କ ତତ୍ୱାବଧାନରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅତିଥିଭାବେ କବିସୂର୍ଯ୍ୟନଗର ବିଧାୟକ ପ୍ରତାପ ଚନ୍ଦ୍ର ନାୟକ ଓ ଖଲ୍ଲିକୋଟ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠୀ ଯୋଗଦେଇଥିବା ବେଳେ ବ୍ଲକ ଅଧ୍ୟକ୍ଷା ପିଙ୍କି ବେହେରା ଏବଂ ୨୬ଟି ପଞ୍ଚାୟତର ସରପଞ୍ଚ ଓ ସମିତିସଭ୍ୟମାନେ ଉପସ୍ଥିତଥିଲେ ।
ପଞ୍ଚାୟତ ମାନଙ୍କରେ ଉନ୍ନୟନମୂଳକ କାର୍ଯ୍ୟ ଲାଗି ଏହି ଯୋଜନାରେ ୨୦୨୪-୨୦୨୫ ଆର୍ଥିକ ବର୍ଷରେ ସର୍ବମୋଟ ୩ କୋଟି ୪୭ ଲକ୍ଷ ୫୫,୯୩୯ ଟଙ୍କା ଆସିଛି। ଏହି ଟଙ୍କାରେ ଗ୍ରାମାଞ୍ଚଳର ବିକାଶ କରାଯିବ।  ବିଭିନ୍ନ ପଞ୍ଚାୟତର ସରପଞ୍ଚ ଓ ସମିତି ସଭ୍ୟମାନେ ନିଜ ପଞ୍ଚାୟତରେ ଉନ୍ନତିମୂଳକ କାର୍ଯ୍ୟ ଠିକ ଭାବେ ହେଉ ନ ଥିବା ନେଇ ଅଭିଯୋଗ କରିଥିଲେ । ଆଛୁଲି ପଞ୍ଚାୟତରେ ମଧ୍ୟ ଦୀର୍ଘ ମାସ ଧରି କେଣସି ପ୍ରକାରର ଉନ୍ନୟନମୂଳକ କାର୍ଯ୍ୟ ହେଉ ନ ଥିବା ନେଇ ସମିତିସଭ୍ୟା ଅଭିଯୋଗ କରି ଜନବସତିରେ ସିସିରୋଡ କରିବା ପରିବର୍ତ୍ତେ ଅନାବଶ୍ୟକ ସ୍ଥାନରେ ସିସିରୋଡ କରାଯାଇଛି ବୋଲି ଅଭିଯୋଗ କରିଥିଲେ। ରାଇପୁର ପଞ୍ଚାୟତରେ ଜନପ୍ରତିନିଧିଙ୍କ ଅଜାଣତରେ କାର୍ଯ୍ୟ କରାଯାଉଥିବାନେଇ ଅଭିଯୋଗ ହୋଇଛି।
ତେବେ  କେବଳ ଏହି ଦୁଇ ପଞ୍ଚାୟତ ନୁହେଁ ବରଂ ଅନେକ ପଞ୍ଚାୟତର ସରପଞ୍ଚ ଓ ସମିତିସଭ୍ୟମାନେ ନିଜ ଅଞ୍ଚଳରେ ଉନ୍ନୟନମୂଳକ କାମ ଠିକ୍‌ ସମୟରେ ହେଉ ନ ଥିବା ନେଇ ଅସନ୍ତୋଷ ପ୍ରକାଶ କରିବା ସହ  ବିଧାୟକ  ଏନେଇ ପଦକ୍ଷେପ ନେବା ନିମନ୍ତେ ଦାବି କରିଥିଲେ । ଆଗାମୀ ଦିନରେ କିଭଳି ସମସ୍ତ ପଞ୍ଚାୟତରେ ଉନ୍ନୟନ ମୂଳକ କାର୍ଯ୍ୟହେବ ସେ ନେଇ ପଦକ୍ଷେପ ନେବା ନିମନ୍ତେ ସରକାରୀ ଅଧିକାରୀମାନଙ୍କୁ  ଦୁଇ ବିଧାୟକ ପରାମର୍ଶମାନ ଦେଇଥିଲେ।

Enter your email to get our daily news in your inbox.

All Right Reserved By Dharitri.Com

ଘରକୁ ଫେରିବା ବାଟରେ ଭୟଙ୍କର ଦୁର୍ଘଟଣା: ବାଇକ୍‌କୁ ଧକ୍କା ଦେଇ ଟ୍ରକ୍‌କୁ ପିଟିଲା ବୋଲେରୋ; ଯୁବକ ଗୁରୁତର; ଡ୍ରାଇଭର…

କେସିଙ୍ଗା,୩୧।୧୨( ତୁମେଶ୍ୱର ସାହୁ): ରାତି ପାହିଲେ ନୂଆବର୍ଷ। ଗାଁଠୁ ନେଇ ସହର ଯାଏ ନୂଆବର୍ଷ ପାଳନ ପାଇଁ ଚାଲିଛି ସଜ ବାଜ। ଏଭଳି ସମୟରେ କେସିଙ୍ଗା...

କେସିଙ୍ଗା ପଞ୍ଚାୟତ ସମିତି ବୈଠକରେ ଉଠିଲା ଝାଡ଼ାବାନ୍ତି ପ୍ରସଙ୍ଗ, ସରପଞ୍ଚଙ୍କ ଅଭିଯୋଗ ପରେ…

କେସିଙ୍ଗା,୩୧ା୧୨(ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ପଞ୍ଚାୟତ ସମିତିର ୧୦ମ ବୈଠକ ବ୍ଲକ ଅଧ୍ୟକ୍ଷ ଚନ୍ଦନ ସେନାପତିଙ୍କ ସଭାପତିତ୍ୱରେ ବୁଧବାର ସମିତି ସଭାଗୃହରେ ଅନୁଷ୍ଠିତ ହୋଇଯାଇଛି।...

ବିକାଶ ଅପେକ୍ଷାରେ ‘ହେଲୋ ପଏଣ୍ଟ’: ଉଦ୍‌ଯାପିତ ହେଲା ‘ରାଜାରାଣୀ ଝାମୁ ଯାତ୍ରା’; ହଜାର ହଜାର ଭକ୍ତଙ୍କ ସମାଗମ; କାଳିସିଙ୍କ…

ଥୁଆମୂଳ ରାମପୁର, ୩୧।୧୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାର ପ୍ରାକୃତିକ ସୌନ୍ଦର୍ଯ୍ୟଭରା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ କୋଷାବରା ସ୍ଥିତ ‘ହେଲୋ ପଏଣ୍ଟ’ଠାରେ ରାଜାରାଣୀ (ମାଳିଚଗା)...

ଯୁଗଳଙ୍କ ଉପରେ ଆସ୍ଥା ପ୍ରକଟ କଲେ ନବୀନ: କଳାହାଣ୍ଡି ଜିଲା ସମ୍ପାଦକ ପାଇଁ ମନୋନୀତ…

ରିଷିଡା,୩୧।୧୨ (ସୁଶାନ୍ତ ମଲ୍ଲିକ ): କଳାହାଣ୍ଡି ଜିଲା ବିଜୁ ଜନତା ଦଳର ସମ୍ପାଦକ ଭାବେ କର୍ଲାମୁଣ୍ଡା ବ୍ଲକର ଯୁବନେତା ତଥା ନାଟ୍ୟ ନିର୍ଦ୍ଦେଶକ ଯୁଗଳ କିଶୋର...

ବରିଷ୍ଠ IAS ଅରବିନ୍ଦ ପାଢ଼ୀଙ୍କୁ ମିଳିଲା ପ୍ରମୋଶନ

ଭୁବନେଶ୍ବର,୩୧ା୧୨: ଓଡ଼ିଶା ପ୍ରଶାସନିକ ସ୍ତରରେ ଏକ ବଡ଼ ପରିବର୍ତ୍ତନ ହୋଇଛି। କୃଷି ଓ କୃଷକ ସଶକ୍ତିକରଣ ବିଭାଗର ପ୍ରମୁଖ ସଚିବ ତଥା ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ...

ରୁଷକୁ ବିଶ୍ବାସ ଯେ… ୨୦୨୫ ବର୍ଷର ଶେଷ ଭାଷଣରେ ଜେଲେନ୍ସକିଙ୍କ ବିଷୟରେ କଣ କହିଲେ ପୁଟିନ୍

ନୂଆଦିଲ୍ଲୀ,୩୧।୧୨: ରୁଷ ରାଷ୍ଟ୍ରପତି ପୁଟିନ ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଦେଶକୁ ସମ୍ବୋଧିତ କରିଛନ୍ତି । ୟୁକ୍ରେନରେ ଚାଲିଥିବା ଯୁଦ୍ଧ ସମ୍ପର୍କରେ ସେ କହିଥିଲେ ଯେ...

ବାହୁନି ବାହୁନି କାନ୍ଦୁଛନ୍ତି ପତ୍ନୀ, ଅନ୍ଧକାରରେ ୩ ପିଲାଙ୍କ ଭବିଷ୍ୟତ; ଗୋଆରେ ଚାଲିଗଲା ଓଡ଼ିଆ ଶ୍ରମିକଙ୍କ ଜୀବନ, ଏବେ… 

ଦିଗପହଣ୍ଡି,୩୧।୧୨(ଅଶେଷ ନାଥ ମିଶ୍ର): ପେଟ ପାଟଣା ପାଇଁ ରାଜ୍ୟ ବାହାରକୁ ଯାଇଥିଲେ। ହେଲେ କାରଖାନାରେ ଅଘଟଣ ଘଟିବା ଯୋଗୁ ଚାଲିଗଲା ଜୀବନ। ଏବେ ରୋଜଗାରିଆ ପୁଅଙ୍କୁ...

ଭୂତକୋଠା ପାଲଟିଛି ଶିକ୍ଷକ ଭବନ, ରାତି-ଦିନରେ ଜମୁଛି ମଦର ଆସର

ମୋହନା,୩୧/୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକ ଏକ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ । ଏହା ୩୯ଟି ପଞ୍ଚାୟତକୁ ନେଇ ଗଠିତ । ଏହି ବ୍ଲକର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri