ଓଡିଏମ୍‌ର ସ୍ବତନ୍ତ୍ର ସମ୍ବର୍ଦ୍ଧନା ସମାରୋହ

ଭୁବନେଶ୍ୱର,୧୯।୫ (ଅଭୟ ଦାଶ): ରାଜ୍ୟର ପ୍ରମୁଖ ଘରୋଇ ଶିକ୍ଷାନୁଷ୍ଠାନ ତଥା ଭୁବନେଶ୍ୱରର ପଟିଆସ୍ଥିତ ଓଡିଏମ୍‌ ପବ୍ଲିକ୍‌ ସ୍କୁଲ୍‌ର ଛାତ୍ରୀଛାତ୍ରମାନେ ନିକଟରେ ପ୍ରକାଶିତ ସେଣ୍ଟ୍ରାଲ ବୋର୍ଡ ଅଫ୍‌ ସେକେଣ୍ଡାରୀ ଏଜୁକେଶନ (ସିବିଏସ୍‌ଇ) ଦଶମ ଓ ଦ୍ୱାଦଶ ଶ୍ରେଣୀର ବିଜ୍ଞାନ ଓ ବାଣିଜ୍ୟ ଫଳାଫଳରେ ଅଭୂତପୂର୍ବ ସଫଳତା ସହିତ କୃତିତ୍ୱ ହାସଲ କରିଛନ୍ତି। ଏହି ପରିପ୍ରେକ୍ଷୀରେ ଏକ ସ୍ବତନ୍ତ୍ର ସମ୍ବର୍ଦ୍ଧନା ‘ଓଡିଏମ୍‌ ଉତ୍କର୍ଷ ଆୱାର୍ଡ-୨୦୨୪’ସମାରୋହ କାର୍ଯ୍ୟକ୍ରମ ବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ଭାରତ ସରକାରଙ୍କ ଅଧୀନ କେନ୍ଦ୍ରୀୟ ବିଦ୍ୟାଳୟ ସଂଗଠନ ଭୁବନେଶ୍ୱର ସମ୍ଭାଗର ଉପାୟୁକ୍ତ ଡ. ଶିହରଣ ବୋଷ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲାବେଳେ ସମ୍ମାନିତ ଅତିଥି ଭାବେ ଭାରତ ସରକାରଙ୍କ ଅଧୀନ ନବୋଦୟ ବିଦ୍ୟାଳୟ ସମିତିର ନବୋଦୟ ଲିଡର୍‌ଶିପ୍‌ ଇନ୍‌ଷ୍ଟିଚ୍ୟୁଟ୍‌ କୋଣାର୍କର ସଂଯୋଜିକା ସନ୍ଧ୍ୟା ମହାନ୍ତି ପ୍ରମୁଖ ଯୋଗ ଦେଇଥିଲେ। ସେହିଭଳି ଓଡିଏମ୍‌ ଶିକ୍ଷାସମୂହର ପ୍ରତିଷ୍ଠାତା ଡ.ସତ୍ୟବ୍ରତ ମୀନକେତନ ସମ୍ବର୍ଦ୍ଧନା ସଭାର ଆଭିମୁଖ୍ୟ ସହିତ କୃତୀ ଛାତ୍ରୀଛାତ୍ର ତଥା ସେମାନଙ୍କର ମାତାପିତା ଓ ଶିକ୍ଷୟିତ୍ରୀ ଶିକ୍ଷକମାନଙ୍କୁ ଅଭିନନ୍ଦନ ଜଣାଇଥିଲେ କରିଥିଲେ। ତତ୍‌ସହିତ ବିଦ୍ୟାଳୟର ସଫଳତା ପାଇଁ ଉପାଧ୍ୟକ୍ଷ ଡ.ରାଜେଶ କୁମାର ପାଢ଼ୀ, ଉପାଧ୍ୟକ୍ଷା ଡ.ସନ୍ଧ୍ୟାରାଣୀ ସ୍ବାଇଁ ଏପରିକି ସମସ୍ତ ଶିକ୍ଷୟିତ୍ରୀ ଶିକ୍ଷକଙ୍କୁ ସେ ସାଧୁବାଦ ଜଣାଇଥିଲେ। ମୁଖ୍ୟ ଅତିଥି ଡ. ବୋଷ ଓଡିଏମ୍‌ର ଏହି ସଫଳତା ପାଇଁ ଡ. ମୀନକେତନଙ୍କୁ ଅଭିନନ୍ଦନ ଜଣାଇବା ସହ ସମସ୍ତ କୃତୀ ବିଦ୍ୟାର୍ଥୀମାନଙ୍କୁ ସମ୍ବର୍ଦ୍ଧିତ କରିଥିଲେ। ଏହି ଅବସରରେ କୃତୀ ଛାତ୍ରୀଛାତ୍ରମାନେ ନିଜ ନିଜର ସଫଳତା କାହାଣୀକୁ ବ୍ୟକ୍ତ କରିଥିଲେ। ଏହି କାର୍ଯ୍ୟକ୍ରମରେ ବିଦ୍ୟାଳୟର ବିତ୍ତ ଓ ପ୍ରଶାସନିକ ନିର୍ଦ୍ଦେଶିକା ଇନ୍ଦୁମତୀ ରାୟ, ମୁଖ୍ୟ କାର୍ଯ୍ୟକାରିଣୀ ଅଧିକାରୀ ସ୍ବୟନ୍‌ ସତ୍ୟେନ୍ଦୁ, ବିଦ୍ୟାଳୟର ଶିକ୍ଷା ଉପଦେଷ୍ଟା ବ୍ରହ୍ମାନନ୍ଦ ରାଉତ, ଶିକ୍ଷା ନିର୍ଦ୍ଦେଶକ ଡ.ଆର୍ତ୍ତତ୍ରାଣ ମିଶ୍ରଙ୍କ ସମେତ ବହୁ ବରିଷ୍ଠ ବ୍ୟକ୍ତିବିଶେଷ, ଶିକ୍ଷୟିତ୍ରୀ ଶିକ୍ଷକ,ଅଭିଭାବକ ଏବଂ ଛାତ୍ରୀଛାତ୍ରମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗ୍ଲୋବାଲ ଫୁଟ୍‌ ପ୍ରିଣ୍ଟ ବିସ୍ତାରକରିବ ମାଲାବାର

ଭୁବନେଶ୍ୱର,୭।୯ (ଅଭୟ ଦାଶ): ଦେଶର ଅଗ୍ରଣୀ ଅଳଙ୍କାର ପ୍ରତିଷ୍ଠାନ ତଥା ବିଶ୍ୱର ସର୍ବବୃହତ୍‌ ଗହଣା ବ୍ରାଣ୍ଡ୍‌ ମାଲାବାର ଗୋଲ୍ଡ ଆଣ୍ଡ ଡାଇମଣ୍ଡ ୨୦୨୪ ଅକ୍ଟୋବରରେ ୨୦ଟି...

ରିଲାଏନ୍ସ ଫାଉଣ୍ଡେଶନ ସ୍କିଲିଂ ଏକାଡେମିର ଶୁଭାରମ୍ଭ

ମୁମ୍ବାଇ, ୭।୯ (ଅଭୟ ଦାଶ): ଭାରତର ଭବିଷ୍ୟତ ରୂପରେଖ ପ୍ରସ୍ତୁତ କରିବା ଦିଗରେ ଏକ ବଳିଷ୍ଠ ପଦକ୍ଷେପ ସ୍ବରୂପ ଭାରତ ସରକାରଙ୍କ ଦକ୍ଷତା ବିକାଶ ଓ...

ରାଜ୍ୟରେ ସାମାଜିକ ଯୋଜନାର ସଫଳ ରୂପାୟନ

ଭୁବନେଶ୍ୱର,୭।୯ (ଅଭୟ ଦାଶ): ରାଜ୍ୟସ୍ତରୀୟ ବ୍ୟାଙ୍କର୍ସ ସମିତି (ଏସ୍‌ଏଲ୍‌ବିସି) ଓଡ଼ିଶାର ୧୭୫ ତମ ଓ ୧୭୬ ତମ ବୈଠକ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ଏପରିକି ଆର୍ଥିକ...

ଗଣେଶପୂଜାରେ ୨୫ କୋଟିର ବ୍ୟବସାୟ ଆକଳନ

ଭୁବନେଶ୍ୱର,୭।୯ (ଅନୁରାଧା ମହାରଣା): ଗଣେଶପୂଜା ସାରା ଦେଶରେ ଖୁବ୍‌ ଉସତ୍ାହର ସହ ପାଳନ କରାଯାଉଥିବାବେଳେ ପୂଜା ବ୍ୟବସାୟ ମଧ୍ୟ ବଢ଼ିବାରେ ଲାଗିଛି। ଭାରତୀୟ ବ୍ୟବସାୟୀମାନେ ଚାଇନା...

ଶ୍ରୀ ଶ୍ରୀ ବିଶ୍ୱବିଦ୍ୟାଳୟରେ ‘ଆୱାର୍ଡ ଟୁ ରିୱାର୍ଡ’ କାର୍ଯ୍ୟକ୍ରମ

ଭୁବନେଶ୍ୱର,୭।୯ (ଅଭୟ ଦାଶ): ରାଜ୍ୟର ପ୍ରମୁଖ ଘରୋଇ ଶିକ୍ଷାନଷ୍ଠାନ ତଥା ଶ୍ରୀ ଶ୍ରୀ ବିଶ୍ୱବିଦ୍ୟାଳୟ ପରିସରରେ ‘ଆୱାର୍ଡ ଟୁ ରିୱାର୍ଡ’କାର୍ଯ୍ୟକ୍ରମ ଆରମ୍ଭ ହୋଇଯାଇଛି। ଗୁରୁଦିବସ ଅବସରରେ...

ଦିନକରେ ନିବେଶକ ହରାଇଲେ ୫ଲକ୍ଷ କୋଟିରୁ ଅଧିକ

ମୁମ୍ବାଇ, ୭।୯ (ଅଭୟ ଦାଶ): ଅନ୍ତଃରାଷ୍ଟ୍ରୀୟ ବଜାରରେ ଦେଖାଦେଇଥିବା ସମସ୍ୟା ଓ ଭୂ-ରାଜନୈତିକ ଘଟଣାବଳୀ ସହ ଫେଡେରାଲ ରିଜର୍ଭ ସୁଧ ହାର ହ୍ରାସର ପ୍ରଭାବ ଭାରତୀୟ...

ଜେଏସ୍‌ଏଲ୍‌ର ନୂଆ ମାଇଲଷ୍ଟୋନ୍‌

ଭୁବନେଶ୍ୱର,୭।୯ (ଅଭୟ ଦାଶ): ଜିନ୍ଦଲ ଷ୍ଟେନ୍‌ଲେସ୍‌ ଲିମିଟେଡ୍‌ (ଜେଏସ୍‌ଏଲ୍‌)ର ଉଚ୍ଚ ଶକ୍ତିସମ୍ପନ୍ନ ଟେମ୍ପର୍ଡ ୩୦୧ ଏଲ୍‌ ଗ୍ରେଡ୍‌ ଅଷ୍ଟେନିଟିକ୍‌ ଷ୍ଟେନ୍‌ଲେସ୍‌ ଷ୍ଟିଲର ଉଲ୍ଲେଖନୀୟ ସଫଳତା ପାଇଁ...

ବଜାରରେ ନିଶାନ୍‌ର ଅଲ୍‌ ନ୍ୟୁ ଏକ୍ସ-ଟ୍ରେଲ୍‌

ଭୁବନେଶ୍ୱର,୭।୯ (ଅଭୟ ଦାଶ): ନିଶାନ୍‌ ଇଣ୍ଡିଆର ବହୁ ପ୍ର୍ରତୀକ୍ଷିତ ତଥା ଅତ୍ୟାଧୁନିକ ଜ୍ଞାନକୌଶଳରେ ନିର୍ମିତ ଅଲ୍‌ ନ୍ୟୁ ଏକ୍ସ-ଟ୍ରେଲ୍‌ର ଅନାବରଣ ଓ ବଜାର ପ୍ରବେଶ ସର୍ବଭାରତୀୟସ୍ତରରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri