Posted inରାଜ୍ୟ

BSKY ନେଇ ଦ୍ୱନ୍ଦ୍ୱ ସୃଷ୍ଟି ନ ହେଉ, ଚିକିତ୍ସା ଜାରି ରହୁ: ଭାଜପା

ଭୁବନେଶ୍ୱର,୫।୬: ରାଜ୍ୟରେ ଭାଜପାକୁ ବହୁମତ ମିଳିବା ପରେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା(BSKY)କୁ ନେଇ ଦ୍ୱନ୍ଦ୍ୱ ସୃଷ୍ଟି ହୋଇଛି। ବିଭିନ୍ନ ମେଡିକାଲରେ BSKY କାର୍ଡ ବନ୍ଦ ହୋଇଯାଇଥିବା କହି ଏହାକୁ ଗ୍ରହଣ କରୁ ନଥିବା ଅଭିଯୋଗ ହୋଇଛି। ଯାହାକୁ ନେଇ ସ୍ପଷ୍ଟୀକରଣ ରଖିଛନ୍ତି ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ।

ଗତ କାଲି ଫଳାଫଳ ପ୍ରକାଶ ପାଇବା ପରେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ କାର୍ଡ (BSKY)କୁ ନେଇ ଅନେକ ଅଭିଯୋଗ ସାମ୍ନାକୁ ଆସୁଛି। ରାଜ୍ୟର କିଛି ଘରୋଇ ହସପିଟାଲଗୁଡିକ BSKY କାର୍ଡ ବନ୍ଦ ହୋଇଗଲା କହି ଚିକିତ୍ସା ଯୋଗାଇ ନଦେଇ ରୋଗୀମାନଙ୍କୁ ଫେରାଇ ଦେଉଛନ୍ତି ବୋଲି ବିଭିନ୍ନ ଗଣମାଧ୍ୟରେ ଅଭିଯୋଗ ଆସୁଛି। ଏହା ଅତ୍ୟନ୍ତ ଦୁର୍ଭାଗ୍ୟଜନକ ବୋଲି ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ କହିଛନ୍ତି।

ରୋଗୀ ଓ ରୋଗର କୈାଣସି ଜାତି, ଧର୍ମ ଓ ଦଳ ନାହିଁ। ସାଧାରଣ ନାଗରିକଙ୍କୁ ସ୍ୱାସ୍ଥ୍ୟ ସେବା ଯୋଗାଇ ଦେବା ପ୍ରତ୍ୟେକ ସରକାରର ପ୍ରାଥମିକତା। ସରକାର ପରିବର୍ତନ ଏକ ନିରନ୍ତର ପ୍ରକ୍ରିୟା। ଏହି ଆଳରେ ଲୋକଙ୍କ ମନରେ ଦ୍ୱନ୍ଦ ସୃଷ୍ଟି କରାଯାଇ ଚିକିତ୍ସା ସେବାରୁ ବଂଚିତ ରଖାଯିବା ହେଉଛି ଏକ ସାମାଜିକ ଏବଂ ବୈଧାନିକ ଅପରାଧ। ଏଭଳି ସାମାଜିକ ଅପରାଧରୁ କ୍ଷାନ୍ତ ରହି ରୋଗୀମାନଙ୍କୁ ଉପଯୁକ୍ତ ଏବଂ ଉନ୍ନତମାନର ସେବା ଓଡିଶାବାସୀଙ୍କୁ ଯୋଗାଇ ଦେବା ପାଇଁ କହିବା ସହିତ ପ୍ରଶାସନ ଏଭଳି ମିଥ୍ୟା ଗୁଜବ ପ୍ରତି ସତର୍କ ଦୃଷ୍ଟି ରଖିବାକୁ ସାମଲ କହିଛନ୍ତି।

ସୂଚନାଯୋଗ୍ୟ ରାଜ୍ୟରେ ସରକାର ପରିବର୍ତ୍ତନ ହେବା ପରେ BSKY କାର୍ଡ କାର୍ଯ୍ୟକାରୀ ହେବ କି ନାହିଁ ଏପର୍ଯ୍ୟନ୍ତ ପ୍ରଶାସନ ପକ୍ଷରୁ କୌଣସି ସ୍ପଷ୍ଟତା ଆସିନାହିଁ। ଅଭିଯୋଗ ହେଉଛି ଯେ BSKY ରେ ଚିକିତ୍ସା କରିବାକୁ ମନା କରିଦେଉଛନ୍ତି ମେଡ଼ିକାଲ କର୍ତ୍ତୃପକ୍ଷ। ଏପରିକି ମେଡ଼ିକାଲ କର୍ତ୍ତୃପକ୍ଷ BSKY ଗ୍ରହଣ ନକରିବାକୁ କଡ଼ା ନିର୍ଦ୍ଦେଶ ଦେଇଛନ୍ତି।ତେଣୁ ଯାହା ଆଶା କରାଯାଉଛି ସରକାରଙ୍କ ତରଫରୁ କୌଣସି ସ୍ପଷ୍ଟତା ନଆସିବା ପର୍ଯ୍ୟନ୍ତ ଏବଂ ଆୟୁସ୍ମାନ ଯୋଜନା ଲାଗୁହେବା ପର୍ଯ୍ୟନ୍ତ ଏହାକୁ ଚାଲୁ କରାଯାଉ। ତେବେ ଅଯଥାରେ ଲୋକ ହଇରାଣ ନ ହୁଅନ୍ତୁ ବୋଲି ସାଧାରଣରେ ଦାବି ଉଠିଲାଣି।


Enter your email to get our daily news in your inbox.

All Right Reserved By Dharitri.Com

ସୁଜିତଙ୍କ ପରେ କିଏ? ବିଜେଡିରେ ଛନକା, ସାମ୍ନାକୁ ଆସିଲା ଭିତିରି କଥା…

ଭୁବନେଶ୍ୱର,୭।୯: ପ୍ରଥମେ ମମତା ଏବେ ସୁଜିତ ଶଙ୍ଖ ଛାଡି ପଦ୍ମ ଶିବିରରେ। ଯାହା ଓଡ଼ିଶା ରାଜନୀତିକୁ ଏକ ରୋଚକ ମୋଡକୁ ନେଇଛି। ଫଳରେ ବିଜେଡି ଏବେ...

ବଡ଼ ଖବର, ନୂଆଁଖାଇ ପାଇଁ ପୋଲିସଙ୍କୁ ମିଳିବ ଛୁଟି

ସମ୍ବଲପୁର, ୭।୯: କାଲି ନୂଆଁଖାଇ। ଏଥିପାଇଁ ପୋଲିସଙ୍କୁ ମିଳିଛି ଛୁଟି। ସମ୍ବଲପୁର ଜିଲା ପୋଲିସକୁ କାଲି ନୂଆଁଖାଇ ପାଇଁ ଛୁଟି ଘୋଷଣା ହୋଇଛି। ଏନେଇ ସୂଚନା...

ସୁଭଦ୍ରାକୁ ନେଇ ସରକାରଙ୍କ ବଡ଼ ସୂଚନା, ରାଜ୍ୟ ବାହାରେ ଥିବା ମହିଳାଙ୍କୁ ବି ମିଳିବ ଟଙ୍କା

ଭୁବନେଶ୍ୱର,୭।୯: ସୁଭଦ୍ରା ଯୋଜନାକୁ ନେଇ ବଡ଼ ସୂଚନା ଦେଇଛନ୍ତି ରାଜ୍ୟ ସରକାର। ଭୁବନେଶ୍ୱରରେ ଆଜି ସୁଭଦ୍ରା ସଚେତନତା ରଥର ଉଦ୍‌ଘାଟନ କରିବା ଅବସରରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ...

ସୁଜିତ କୁମାରଙ୍କୁ କିଏ ଦେଉଥିଲେ ଧମକ, ଖୋଲାଖୋଲି କହିଦେଲେ ନାଁ, ରାଜ୍ୟ ରାଜନୀତିରେ ହଲଚଲ!

ଭୁବନେଶ୍ୱର,୭।୯: ମମତା ମହନ୍ତଙ୍କ ପରେ ସୁଜିତ କୁମାର । ବିଜେଡି ଏମପି ଥିବା ସୁଜିତ କୁମାର ଶୁକ୍ରବାର ଏମ୍ପି ପଦରୁ ଇସ୍ତଫା ଦେବା ପରେ, ଭାଜପାରେ...

ଭିଜିଲାନ୍ସ ଜାଲରେ ଏମଭିଆଇ, ଲକ୍ଷଲକ୍ଷ ଟଙ୍କା ସହ ଧରାପଡ଼ିଲେ

ଭୁବନେଶ୍ୱର,୭।୯: ଲକ୍ଷଲକ୍ଷ ଟଙ୍କା ସହ ଧରାପଡିଲେ ଏମଭିଆଇ। ଭିଜିଲାନ୍ସ ଜାଲରେ ଏମଭିଆଇ ବିଜୟ ବେହୁରିଆ। ୧ ଲକ୍ଷ ୩୨ ହଜାର ଟଙ୍କା ସହ ଧରାପଡ଼ିଲେ ନୂଆପଡ଼ା...

ଭାଜପାରେ ଯୋଗଦେବେ ବିଜେଡିର ଆହୁରି ବଡ଼ବଡ଼ ନେତା: ସମ୍ପର୍କରେ ଅଛନ୍ତି…

ଭୁବନେଶ୍ୱର,୭।୯: ପାଲଲହଡ଼ା ବିଧାୟକ ଅଶୋକ ମହାନ୍ତି କହିଛନ୍ତି ବିଜେଡି ଏବେ ସଙ୍କଟରେ । ବିଜେଡିର ଅନେକ ନେତା ସମ୍ପର୍କରେ ଅଛନ୍ତି । ଆହୁରି କିଛି ବଡ଼...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri