Posted inଖେଳ

ଟେଷ୍ଟ ଖେଳିବାକୁ ଆଶା ରଖିଥିବା ଓ୍ବାର୍ନରଙ୍କୁ ନେଇ କ୍ରିକେଟ ଅଷ୍ଟ୍ରେଲିଆର ବଡ଼ ନିଷ୍ପତ୍ତି

ସିଡନୀ,୨୫।୧୦: କ୍ରିକେଟ ଅଷ୍ଟ୍ରେଲିଆ ଭେଟେରାନ ବ୍ୟାଟ୍ସମ୍ୟାନ୍‌ ଡେଭିଡ୍‌ ଓ୍ବାର୍ନରଙ୍କ ଉପରେ ଲଗାଯାଇଥିବା ଆଜୀବନ ପ୍ରତିବନ୍ଧକକୁ ହଟାଇ ଦେଇଛି। ଏଥିଲାଗି ଟେଷ୍ଟ କ୍ରିକେଟରୁ ଅବସର ନେଇଥିବା ଏହି ବ୍ୟାଟ୍ସମ୍ୟାନ୍‌ ଟି୨୦ ବିଗ୍‌ ବ୍ୟାଶ୍‌ ଲିଗ୍‌ରେ ସିଡନୀ ଥଣ୍ଡର୍ସର ଅଧିନାୟକ ହୋଇପାରିବେ। ୨୦୧୮ରେ ଦକ୍ଷିଣ ଆଫ୍ରିକାରେ ସ୍ୟାଣ୍ଡପେପର୍‌ ବିବାଦ ପରେ ଓ୍ବାର୍ନରଙ୍କ ଉପରେ ପ୍ରତିବନ୍ଧକ ଲଗାଯାଇଥିଲା। ତାଙ୍କ ଖେଳିବା ଉପରେ ବର୍ଷକ ଯାଏ ବାରଣ ଲଗାଯାଇଥିଲା।

୩ ସଦସ୍ୟ ବିଶିଷ୍ଟ ସ୍ବତନ୍ତ୍ର ସମୀକ୍ଷା କମିଟି ଶୁକ୍ରବାର ଓ୍ବାର୍ନରଙ୍କ ଉପରେ ଲାଗିଥିବା ପ୍ରତିବନ୍ଧକକୁ ହଟାଇ ଦେଇଛି। ସେ ଚଳିତ ମାସ ଆରମ୍ଭରେ କମିଟି ନିକଟରେ ହାଜର ହୋଇଥିଲେ। ତେବେ କ୍ରିକେଟରଙ୍କ ଉତ୍ତର ଅତ୍ୟନ୍ତ ଭଦ୍ର ଏବଂ ସମ୍ମାନଜନକ ଥିଲା। କମିଟି ତାଙ୍କ କଥା ଦ୍ୱାରା ପ୍ରଭାବିତ ହୋଇଛି। ସେ ସଚ୍ଚୋଟତାର ସହ ତାଙ୍କ ଆଚରଣ ଲାଗି ଦାୟିତ୍ୱ ନେଇଛନ୍ତି। ଏପରିକି ସେ ଅନୁତାପ କରୁଥିବା କମିଟି କହିଛି।

ତେବେ ଓ୍ବାର୍ନର ଜାନୁଆରୀରେ ପାକିସ୍ତାନ ବିପକ୍ଷରେ ଅନ୍ତିମ ଟେଷ୍ଟ ଖେଳିଥିଲେ। ଏବେ ସେ ଦିନିକିଆ ଖେଳିବେ ନାହିଁ ବୋଲି କହି ସାରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

କାହିଁକି ଶାମିଙ୍କୁ ମିଳିଲାନି ଭାରତୀୟ ଦଳରେ ସ୍ଥାନ

ନୂଆଦିଲ୍ଲୀ,୨୬।୧୦: କ୍ରିକେଟ ବୋର୍ଡ ଅଫ ଇଣ୍ଡିଆ (ବିସିସିଆଇ) ବର୍ଡର-ଗାଭାସ୍କର ଟ୍ରଫି ପାଇଁ ୧୮ ଜଣିଆ ଟିମ ଇଣ୍ଡିଆ ଘୋଷଣା କରିଛି। ଅଷ୍ଟ୍ରେଲିଆ ଗସ୍ତରେ ଖେଳାଯାଇଥିବା ଏହି...

ସଙ୍କଟରେ ଟିମ୍‌ ଇଣ୍ଡିଆ: ସ୍ପିନ୍‌ ଖେଳିବାରେ ବିଫଳ

ପୁଣେ, ୨୬।୧୦:କ୍ୱାଲିଟି ସ୍ପିନ୍‌ ବୋଲିଂକୁ ମୁକାବିଲା କରିବାରେ ଭାରତୀୟ ବ୍ୟାଟରଙ୍କ ବିଫଳତା ପଦାରେ ପଡ଼ିଛି। ନ୍ୟୁଜିଲାଣ୍ଡ ବିପକ୍ଷ ଦ୍ୱିତୀୟ ଟେଷ୍ଟର ପ୍ରଥମ ଇନିଂସରେ ମାତ୍ର ୧୫୬...

ଅଷ୍ଟ୍ରେଲିଆ ଗସ୍ତ ପାଇଁ ଭାରତୀୟ ଦଳ ଘୋଷଣା: ଜାଣନ୍ତୁ କାହାକୁ ମିଳିଲା ସ୍ଥାନ

ନୂଆଦିଲ୍ଲୀ, ୨୬।୧୦:ଅଷ୍ଟ୍ରେଲିଆ ବିପକ୍ଷ ଟେଷ୍ଟ ସିରିଜ ବର୍ଡର-ଗାଭାସ୍କର ଟ୍ରଫି ପାଇଁ ଭାରତୀୟ ଦଳ ଘୋଷଣା କରାଯାଇଛି। ଦିଲ୍ଲୀ ସ୍ପିଡ୍‌ଷ୍ଟର ହର୍ଷିତ ରାଣା ଓ ଆନ୍ଧ୍ର ସିମ୍‌...

ଖୋ ଖୋ ବିଶ୍ୱକପ୍‌ରେ ଭାଗ ନେବେ ୨୪ ଦେଶ

ନୂଆଦିଲ୍ଲୀ, ୨୬ା୧୦: ସ୍ଥାନୀୟ ଇନ୍ଦିରାଗାନ୍ଧୀ ଇଣ୍ଟରନ୍ୟାଶନାଲ ଷ୍ଟାଡିୟମରେ ଆସନ୍ତାବର୍ଷ ଜାନୁଆରୀ ୧୩ରୁ ୧୯ ତାରିଖ ପର୍ଯ୍ୟନ୍ତ ଖୋଖୋ ବିଶ୍ୱକପ୍‌ର ପ୍ରଥମ ସଂସ୍କରଣ ଅନୁଷ୍ଠିତ ହେବ। ଏଥିରେ...

ବିଶ୍ୱ ଚାମ୍ପିୟନଶିପ୍‌ରେ ଭାଗ ନେବ ଭାରତ

ନୂଆଦିଲ୍ଲୀ,୨୬ା୧୦(ପି.ଟି.): ଭାରତୀୟ କୁସ୍ତି ଦଳ ବିଶ୍ୱ ଚାମ୍ପିୟନଶିପ୍‌ରେ ଅଂଶଗ୍ରହଣ କରିବ। ସରକାର ଶୁକ୍ରବାର ଏହା ସ୍ପଷ୍ଟ କରିଛନ୍ତି। ରେସ୍‌ଲିଂ ଫେଡେରେଶନ ଅଫ୍‌ ଇଣ୍ଡିଆ(ଡବ୍ଲ୍ୟୁଏଫ୍‌ଆଇ) ବୁଧବାର ଆଗାମୀ...

ଇତିହାସ ରଚିଲେ ଯଶସ୍ବୀ ଜୟସ୍ବାଲ, ପ୍ରଥମ ଭାରତୀୟ ଭାବେ…

ପୁଣେ,୨୫।୧୦: ଭାରତୀୟ ବ୍ୟାଟ୍ସମ୍ୟାନ୍‌ ଯଶସ୍ବୀ ଜୟସ୍ବାଲ ୨୦୨୪ରେ ଟେଷ୍ଟ କ୍ରିକେଟରେ ୧୦୦୦ ରନ୍‌ ପୂରଣ କରିଥିବା ଦ୍ୱିତୀୟ ବ୍ୟାଟ୍ସମ୍ୟାନ୍‌ ପାଲଟିଛନ୍ତି। ବାମହାତୀ ଏହି ବ୍ୟାଟ୍ସମ୍ୟାନ୍‌ ନ୍ୟୁଜିଲାଣ୍ଡ...

ସାଣ୍ଟନର୍‌ଙ୍କ ଆଗରେ ମୁଣ୍ଡ ନୁଆଁଇଲା ଟିମ୍‌ ଇଣ୍ଡିଆ: ନ୍ୟୁଜିଲାଣ୍ଡର ଦବ୍‌ଦବା ଜାରି

ପୁଣେ,୨୫।୧୦: ଭାରତ-ନ୍ୟୁଜିଲାଣ୍ଡ ପୁଣେ ଟେଷ୍ଟରେ ଦ୍ୱିତୀୟ ଦିନର ଖେଳ ଶେଷ ହେବା ବେଳକୁ ନ୍ୟୁଜିଲାଣ୍ଡ ୫ ଉଇକେଟ ହରାଇ ୧୯୮ ରନ ସଂଗ୍ରହ କରିଥିଲା। ଦ୍ୱିତୀୟ...

ମୁଁ ଖୁବ୍‌ଶୀଘ୍ର କରିବି ବଡ଼ ଘୋଷଣା:ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ପୋଷ୍ଟକୁ ନେଇ ବଢୁଛି ଚର୍ଚ୍ଚା

ନୂଆଦିଲ୍ଲୀ,୨୫।୧୦: ଭାରତୀୟ ଦଳର ତାରକା ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ବର୍ତ୍ତମାନ ବ୍ରେକ୍‌ରେ ଅଛନ୍ତି। କିନ୍ତୁ ଶୁକ୍ରବାର ସେ ଇନଷ୍ଟାଗ୍ରାମରେ ଏକ ପୋଷ୍ଟ କରିଛନ୍ତି, ଯାହାକୁ ନେଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri