Posted inଖେଳ

ଆଇପିଏଲ୍‌ ପୂର୍ବରୁ ରାଜସ୍ଥାନ ରୟାଲ୍ସକୁ ଲାଗିଲା ବଡ଼ ଝଟ୍‌କା

ନୂଆଦିଲ୍ଲୀ,୧୨।୩: ବିଶ୍ୱର ସବୁଠାରୁ ବଡ଼ ଟି୨୦ ଟୁର୍ନାମେଣ୍ଟ ଇଣ୍ଡିଆନ ପ୍ରିମିୟର ଲିଗ୍‌(ଆଇପିଏଲ୍‌) ଆରମ୍ଭ ହେବାକୁ ଆଉ ଦିନ କେଇଟା ବାକି। ମାର୍ଚ୍ଚ ୨୨ରୁ ଆଇପିଏଲ୍‌ ୧୭ତମ ସିଜନ ଆରମ୍ଭ ହେବ। ହେଲେ ଏହା ପୂର୍ବରୁ ରାଜସ୍ଥାନ ରୟାଲ୍ସକୁ ବଡ଼ ଝଟ୍‌କା ଲାଗିଛି। ଦଳର ଷ୍ଟାର ବୋଲର୍‌ ପ୍ରସିଦ୍ଧ କ୍ରିଷ୍ଣା ସମ୍ପୂର୍ଣ୍ଣ ଟୁର୍ନାମେଣ୍ଟରୁ ବାଦ୍‌ ପଡ଼ିଛନ୍ତି। ବିସିସିଆଇ ପକ୍ଷରୁ ମଙ୍ଗଳବାର ଏକ ମେଡିକାଲ ଏବଂ ଫିଟନେସ୍‌ ରିପୋର୍ଟ ତାଲିକା ଜାରି କରାଯାଇଥିଲା। ଏଥିରେ ପ୍ରସିଦ୍ଧ ନ ଖେଳିପାରିବା ସ୍ପଷ୍ଟ କରାଯାଇଛି। ତାଙ୍କ ବ୍ୟତିତ ଅନ୍ୟ ଦୁଇ ଖେଳାଳିଙ୍କୁ ନେଇ ମଧ୍ୟ ଅପ୍‌ଡେଟ୍‌ ଦିଆଯାଇଛି।

କହିରଖୁଛୁ, ଦ୍ରୁତ ବୋଲ୍‌ ପ୍ରସିଦ୍ଧ କ୍ରିଷ୍ଣାଙ୍କର ଫେବୃଆରୀ ୨୩ରେ ସର୍ଜରୀ ହୋଇଥିଲା। ଏବେ ବିସିସିଆଇର ମେଡିକାଲ ଟିମ୍‌ ତାଙ୍କ ଉପରେ ନଜର ରଖିଛି। ସେ ଖୁବ୍‌ଶୀଘ୍ର ରାଷ୍ଟ୍ରୀୟ କ୍ରିକେଟ ଏକାଡେମୀ(ଏନ୍‌ସିଏ)ରେ ଫିଟ୍‌ ହେବା ଲାଗି ରିହାବରେ ରହିବେ। ଏଣୁ ସେ ଆଗାମୀ ଆଇପିଏଲ୍‌ ଖେଳିପାରିବେ ନାହିଁ।

ପ୍ରସିଦ୍ଧଙ୍କ ବ୍ୟତିତ ଋଷଭ ପନ୍ତଙ୍କୁ ନେଇ ଅପ୍‌ଡେଟ୍‌ ଆସିଛି। ସେ ଫିଟ୍‌ ହୋଇଥିବା ବେଳେ ଦିଲ୍ଲୀ କ୍ୟାପିଟାଲ୍ସ ପକ୍ଷରୁ ଖେଳୁଥିବା ନଜର ଆସିବେ। ସେହିଭଳି ତାରକା ବୋଲର ମହମ୍ମଦ ଶାମି ମଧ୍ୟ ଆଇପିଏଲ୍‌ରୁ ବାଦ୍‌ ପଡ଼ିଛନ୍ତି। ଏହା ଗୁଜରାଟ ଟାଇଟନ୍ସ ପାଇଁ ବଡ଼ ଝଟ୍‌କା ବୋଲି କହିପାରିବା।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ସତରେ କ’ଣ ଚାମ୍ପିଅନ୍ସ ଟ୍ରଫି ଖେଳିବାକୁ ପାକିସ୍ତାନ ଯିବ ଟିମ୍‌ ଇଣ୍ଡିଆ? ସ୍ପଷ୍ଟ ଚିତ୍ର ଦେଲା ବୈଦେଶିକ ମନ୍ତ୍ରଣାଳୟ

ନୂଆଦିଲ୍ଲୀ,୧୭।୧୦: ଆଇସିସି ଚାମ୍ପିଅନ୍ସ ଟ୍ରଫି ୨୦୨୫ ପାଇଁ ଭାରତୀୟ କ୍ରିକେଟ ଟିମ୍‌ ପାକିସ୍ତାନ ଗସ୍ତ କରିବ କି ଏଷବ ଏମିତି ପ୍ରଶ୍ନ ଉଙ୍କି ମାରିଛି। ବର୍ତ୍ତମାନ...

ବ୍ୟାକ୍‌ଫୁଟ୍‌ରେ ଟିମ୍‌ ଇଣ୍ଡିଆ: ବୋଲିଂ ପରେ ବ୍ୟାଟିଂରେ କିଓ୍ବି ଖେଳାଳିଙ୍କ ଜଲଓ୍ବା

ବେଙ୍ଗାଲୁରୁ,୧୭ା୧୦: ନ୍ୟୁଜିଲାଣ୍ଡ ବିପକ୍ଷ ପ୍ରଥମ ଟେଷ୍ଟ ମ୍ୟାଚ୍‌ରେ ଏକ ଅଲୋଡା ରେକର୍ଡ ନିଜ ନାମରେ କରିଛି ଭାରତ। ପ୍ରଥମ ଦିନ ବର୍ଷାରେ ଧୋଇ ଯାଇଥିବା ବେଳେ...

ଭାରତ ନାଁରେ ୫ ଅଲୋଡା ରେକର୍ଡ: ଜାଣନ୍ତୁ ଏ ବିଷୟରେ…

ବେଙ୍ଗାଲୁରୁ,୧୭।୧୦: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ପ୍ରଥମ ଟେଷ୍ଟ ବେଙ୍ଗାଲୁରୁରେ ଖେଳାଯାଉଛି। ପ୍ରଥମ ଦିନର ଖେଳ ବର୍ଷାରେ ଧୋଇ ଯାଇଥିଲା । ଏହା ପରେ ଦ୍ୱିତୀୟ...

ଆଇପିଏଲ୍‌ ୨୦୨୫ ପୂର୍ବରୁ ଦିଲ୍ଲୀ କ୍ୟାପିଟାଲ୍ସର ନବକଳେବର: ହଟିଲେ ରିକି ପଣ୍ଟିଂ

ନୂଆଦିଲ୍ଲୀ,୧୭।୧୦: ପ୍ରତ୍ୟେକ ଦଳ ଆଇପିଏଲ୍‌ ୨୦୨୫ ପାଇଁ ପ୍ରସ୍ତୁତ ହେଉଛନ୍ତି। ଆଗାମୀ ସିଜିନ୍‌ ପାଇଁ ଆଇପିଏଲ ଦଳରେ ଅନେକ ପରିବର୍ତ୍ତନ କରାଯାଉଛି। ଦିଲ୍ଲୀ କ୍ୟାପିଟାଲ୍ସରେ ମଧ୍ୟ...

ଟେଷ୍ଟ ଇତିହାସରେ ପ୍ରଥମଥର ପାଇଁ ଘରେ ମାଟି କାମୁଡିଲା ଟିମ୍‌ ଇଣ୍ଡିଆ: ଏମିତି ରେକର୍ଡ କଲା

ବେଙ୍ଗାଲୁରୁ,୧୭।୧୦: ବେଙ୍ଗାଲୁରୁରେ ନ୍ୟୁଜିଲାଣ୍ଡ ବିପକ୍ଷରେ ଖେଳାଯାଇଥିବା ପ୍ରଥମ ଟେଷ୍ଟରେ ଟିମ ଇଣ୍ଡିଆ ମାତ୍ର ୪୬ ରନରେ ଅଲଆଉଟ ହୋଇଥିଲା। ଟେଷ୍ଟ କ୍ରିକେଟ ଇତିହାସରେ ଘରୋଇ ମାଟିରେ...

ଧୋନୀଙ୍କ ବଡ଼ ରେକର୍ଡ ଭାଙ୍ଗିଲେ କୋହଲି

ନୂଆଦିଲ୍ଲୀ,୧୭।୧୦: ନ୍ୟୁଜିଲାଣ୍ଡ ବିପକ୍ଷ ବେଙ୍ଗାଲୁରୁ ଟେଷ୍ଟରେ ଏମ୍‌ ଏସ୍‌ ଧୋନୀଙ୍କ ବଡ଼ ରେକର୍ଡ ଭାଙ୍ଗିଛନ୍ତି। ଟସ୍‌ ଜିତିବା ପରେ ରୋହିତ ଏକାଦଶ ଘୋଷଣା କରିବା ମାତ୍ରେ...

୫୫ ବର୍ଷ ପରେ ଏମିତି ଲଜ୍ଜାଜନକ ରେକର୍ଡ କଲା ଟିମ୍‌ଇଣ୍ଡିଆ

ବେଙ୍ଗାଲୁରୁ,୧୭।୧୦: ଭାରତ-ନ୍ୟୁଜିଲାଣ୍ଡ ମଧ୍ୟରେ ତିନି ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜର ପ୍ରଥମ ମ୍ୟାଚ୍‌ ବେଙ୍ଗାଲୁରୁର ଚିନ୍ନାସ୍ବାମୀ ଷ୍ଟାଡିୟମରେ ଖେଳାଯାଉଛି। ପ୍ରଥମ ଦିନ ବର୍ଷା ଯୋଗୁ ଟସ...

ବେଙ୍ଗାଲୁରୁ ଟେଷ୍ଟରେ ଭାରତ ୪୬ ରନରେ ଅଲଆଉଟ୍: ଖାତା ଖୋଲିପାରିଲେନି ୫ ବ୍ୟାଟର

ନୂଆଦିଲ୍ଲୀ,୧୭ା୧୦: ଭାରତ ଏବଂ ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ ୩ ମ୍ୟାଚ୍ ବିଶିଷ୍ଟ ଟେଷ୍ଟ ସିରିଜର ପ୍ରଥମ ଟେଷ୍ଟ ବେଙ୍ଗାଲୁରୁରେ ଖେଳାଯାଉଛି। ଗୁରୁବାର ମ୍ୟାଚର ଦ୍ୱିତୀୟ ଦିନରେ ଖେଳ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri