Posted inଖେଳ

Video: ଆଉଟ୍‌ ଦେଇଥିବା ଅମ୍ପାୟାରଙ୍କଠାରୁ ‘ପ୍ରତିଶୋଧ’ ନେଲେ ବିରାଟ, ସର୍ବସମ୍ମୁଖରେ କଲେ ଏଭଳି…

ନୂଆଦିଲ୍ଲୀ,୨୩।୪: ବିରାଟ କୋହଲି କ୍ରିକେଟ ମଇଦାନରେ ନିଜର କ୍ରୋଧକୁ ନେଇ ପରିଚିତ। ଖେଳ ସମୟରେ ନିଜ ବିରୋଧୀ ଟିମ୍‌ର ମୁହଁ ଏବଂ ବ୍ୟାଟ୍‌ ଉଭୟର ଉଚିତ ଜବାବ ଦେଇଛନ୍ତି। ହେଲେ ଏବେ ଜଣେ ଅମ୍ପାୟାର ତାଙ୍କ ଟାର୍ଗେଟକୁ ଆସିଛନ୍ତି। କୋଲକାତା ନାଇଟ୍‌ ରାଇଡର୍ସ ବିପକ୍ଷରେ ତାଙ୍କ ଆଉଟ୍‌ ହେବାକୁ ନେଇ ବିବାଦ ହୋଇଥିଲା। କୋହଲି ନିଷ୍ପତ୍ତିକୁ ନେଇ ରାଗରେ ଗରଗର ହୋଇଥିଲେ। କଥା କଟାକଟି ପରେ ସେ ପ୍ୟାଭିଲିୟନକୁ ନିରାଶ ହୋଇ ଫେରିଥିଲେ। ସମସ୍ତେ ଏହି କଥା ଭୁଲି ଯାଇଥିଲେ ହେଁ କୋହଲି ଏହାକୁ ଭୁଲିପାରି ନ ଥିଲେ। ମ୍ୟାଚ୍‌ ପରେ ସେ ଅମ୍ପାୟାରଙ୍କଠାରୁ ପ୍ରତିଶୋଧ ନେଇଛନ୍ତି।

କୋହଲିଙ୍କ ଆଉଟ୍‌କୁ ଅନେକ ବିଶେଷଜ୍ଞ ଠିକ୍‌ ବୋଲି କହୁଥିବା ବେଳେ ଅନେକ ଭୁଲ୍‌ ବୋଲି କହୁଛନ୍ତି। ଏମିତିରେ ସୋସିଆଲ ମିଡିଆରେ ଏଭଳି ଏକ ଭିଡିଓ ଭାଇରାଲ ହେଉଛି ଯେଉଁଥିରେ ବିରାଟ ତାଙ୍କଠାରୁ ପ୍ରତିଶୋଧ ନେଉଥିବା ସ୍ପଷ୍ଟ ହୋଇଛି। କାରଣ ମ୍ୟାଚ୍‌ ପରେ ସମସ୍ତ ଖେଳାଳି ପରସ୍ପର ସହ ହାତ ମିଳାଇଥାନ୍ତି। ଭିଡିଓରେ ବିରାଟ କୋଲକାତା ଖେଳାଳିଙ୍କ ସହ ହାତ ମିଳାଇଥିଲେ ହେଁ ଅମ୍ପାୟାର ଆସିବା ପରେ କିଛି କହୁଥିବା ନଜର ଆସୁଛି। ଅମ୍ପାୟାର ରୋହନ ପଣ୍ଡିତଙ୍କୁ ସେ ଅଣଦେଖା କରି ହାତ ମିଳାଉନାହାନ୍ତି। ଏହାପରେ ସେ ଆଗକୁ ଯାଇ ଅନ୍ୟ ଖେଳାଳିଙ୍କୁ ହାତ ମିଳାଉଥାନ୍ତି।

ଏହି ଭିଡିଓ ସୋସିଆଲ ମିଡିଆରେ ବେଶ୍‌ ଭାଇରାଲ ହେଉଥିବା ବେଳେ କୋହଲି ବଡ଼ ପ୍ରତିଶୋଧ ନେଇଥିବା କୁହାଯାଉଛି।ଗତ ସିଜନରେ ମଧ୍ୟ ଲକ୍ଷ୍ନୌ ଖେଳାଳି ନବୀନ ଉଲ ହକ୍‌ ଏବଂ ଗୌତମ ଗମ୍ଭୀରଙ୍କ ସହ ଝଗଡ଼ା କରି ବିବାଦରେ ରହିଥିଲେ ବିରାଟ।


Enter your email to get our daily news in your inbox.

All Right Reserved By Dharitri.Com

ଚପଲ ପିନ୍ଧି ମହାପ୍ରସାଦ ବାଣ୍ଟିଲେ, ଠିଆହୋଇ ଖାଇଲେ

ପୁରୀ,୩୧ା୧୨(ଅଜିତ୍‌ କୁମାର ମହାନ୍ତି): ମହାପ୍ରସାଦ ଓ ମହାପ୍ରଭୁଙ୍କୁ ଅପମାନ କଲାଭଳି ଦୃଶ୍ୟ ପୁଣି ଦେଖିବାକୁ ମିଳିଛି। ଏନେଇ ବିଭିନ୍ନ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି। କେତେଜଣ...

ନୂଆବର୍ଷ ପୂର୍ବରୁ ବଡ଼ ଧରଣର ଭୂକମ୍ପ ଝଟକା, ଭୟରେ…

ନୂଆଦିଲ୍ଲୀ,୩୧।୧୨: ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଜାପାନରେ ବଡ଼ ଧରଣର ଭୂକମ୍ପ ଅନୁଭୂତ ହୋଇଛି । ରିକ୍ଟର ସ୍କେଲରେ ତୀବ୍ରତା ୬ ରେକର୍ଡ କରାଯାଇଛି ।...

ଘରକୁ ଫେରିବା ବାଟରେ ଭୟଙ୍କର ଦୁର୍ଘଟଣା: ବାଇକ୍‌କୁ ଧକ୍କା ଦେଇ ଟ୍ରକ୍‌କୁ ପିଟିଲା ବୋଲେରୋ; ଯୁବକ ଗୁରୁତର; ଡ୍ରାଇଭର…

କେସିଙ୍ଗା,୩୧।୧୨( ତୁମେଶ୍ୱର ସାହୁ): ରାତି ପାହିଲେ ନୂଆବର୍ଷ। ଗାଁଠୁ ନେଇ ସହର ଯାଏ ନୂଆବର୍ଷ ପାଳନ ପାଇଁ ଚାଲିଛି ସଜ ବାଜ। ଏଭଳି ସମୟରେ କେସିଙ୍ଗା...

ବରିଷ୍ଠ IAS ଅରବିନ୍ଦ ପାଢ଼ୀଙ୍କୁ ମିଳିଲା ପ୍ରମୋଶନ

ଭୁବନେଶ୍ବର,୩୧ା୧୨: ଓଡ଼ିଶା ପ୍ରଶାସନିକ ସ୍ତରରେ ଏକ ବଡ଼ ପରିବର୍ତ୍ତନ ହୋଇଛି। କୃଷି ଓ କୃଷକ ସଶକ୍ତିକରଣ ବିଭାଗର ପ୍ରମୁଖ ସଚିବ ତଥା ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ...

ରୁଷକୁ ବିଶ୍ବାସ ଯେ… ୨୦୨୫ ବର୍ଷର ଶେଷ ଭାଷଣରେ ଜେଲେନ୍ସକିଙ୍କ ବିଷୟରେ କଣ କହିଲେ ପୁଟିନ୍

ନୂଆଦିଲ୍ଲୀ,୩୧।୧୨: ରୁଷ ରାଷ୍ଟ୍ରପତି ପୁଟିନ ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଦେଶକୁ ସମ୍ବୋଧିତ କରିଛନ୍ତି । ୟୁକ୍ରେନରେ ଚାଲିଥିବା ଯୁଦ୍ଧ ସମ୍ପର୍କରେ ସେ କହିଥିଲେ ଯେ...

ଭୂତକୋଠା ପାଲଟିଛି ଶିକ୍ଷକ ଭବନ, ରାତି-ଦିନରେ ଜମୁଛି ମଦର ଆସର

ମୋହନା,୩୧/୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକ ଏକ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ । ଏହା ୩୯ଟି ପଞ୍ଚାୟତକୁ ନେଇ ଗଠିତ । ଏହି ବ୍ଲକର...

ପ୍ରଭାକର ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ, ଡେଙ୍ଗାପଦର ଭଲିବଲ ଟିମ୍ ବିଜୟୀ

ଦିଗପହଣ୍ଡି, ୩୧|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ୪ର୍ଥ ଦିବସ ଆଜି ଆୟୋଜିତ...

ରାସନ୍ କାର୍ଡ E-KYC ନେଇ ଯୋଗାଣ ମନ୍ତ୍ରୀଙ୍କ ବଡ଼ ଘୋଷଣା, ଏତିକି ଦିନ ବଢ଼ିଲା ଅବଧି

ଭୁବନେଶ୍ବର,,୩୧/୧୨: ରାସନକାର୍ଡ ହିତାଧିକାରୀଙ୍କ ପାଇଁ ବଡ଼ ଖବର । ଆହୁରି ୨ ମାସ ବଢିଲା ରାସନ୍ କାର୍ଡ E-KYC ଅବଧି । ଆଜି  E-KYC ଅବଧି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri