Posted inଖେଳ

ପୂର୍ବତନ ଅଷ୍ଟ୍ରେଲିଆ ଅଧିନାୟକ ପଣ୍ଟିଂଙ୍କ ଖୁଲାସା: ଯେଉଁ ବ୍ୟାଟ୍‌ରେ ଶତକ ମାରୁଥିଲେ…

ନୂଆଦିଲ୍ଲୀ,୨୬।୪: ଦୁଇ ଥର ବିଶ୍ୱକପ୍‌ ବିଜେତା ଅଷ୍ଟ୍ରେଲିଆ ଅଧିନାୟକ ରିକି ପଣ୍ଟିଂ ଏବେ ଦିଲ୍ଲୀ କ୍ୟାପିଟାଲ୍ସର ମୁଖ୍ୟ କୋଚ୍‌ ଭାବେ ଦାୟିତ୍ୱ ସମ୍ପାଦନ କରୁଛନ୍ତି। ଦିନ ଥିଲା ସେ ନିଜ ସମୟର ଜବରଦସ୍ତ ବ୍ୟାଟ୍ସମ୍ୟାନ୍‌ ଥିଲେ। ୨୦୧୨ରେ କ୍ରିକେଟରୁ ସନ୍ନ୍ୟାସ ନେଇଥିବା ଏହି କ୍ରିକେଟର ନିଜ କ୍ୟାରିୟରରେ ୭୧ ଅନ୍ତରାଷ୍ଟ୍ରୀୟ ଶତକ ମାରିଥିଲେ। ସେଥିରେ ୪୧ ଟେଷ୍ଟ ଶତକ ଥିଲା। ତେବେ ଏବେ ଖେଳାଳି ଭାବେ ନିଜର ପୁରୁଣା ଦିନକୁ ମନେ ପକାଇଛନ୍ତି ପଣ୍ଟିଂ। ଆଜି ବି ନିଜ ଘରେ ଶତକ ମାରିଥିବା ପ୍ରତିଟି ବ୍ୟାଟ୍‌କୁ ସମ୍ଭାଳି ରଖିଥିବା ସେ କହିଛନ୍ତି। ଏପରିକି ବ୍ୟାଟ୍‌ରେ ସେ ବିରୋଧି ଦଳର ନାମ ସହ ନିଜର ସ୍କୋର ମଧ୍ୟ ଲେଖିଥିବା ପ୍ରକାଶ କରିଛନ୍ତି।

ଯୁବ କ୍ରିକେଟରଙ୍କୁ କିଟ୍‌ ଦେବାକୁ ‘ଡିପି ଓ୍ବାଲ୍ଡ ବିୟୋଣ୍ଡ ବାଉଣ୍ଡ୍ରିଜ୍‌’ ଅଭିଯାନ ଅବସରରେ ରିକି କହିଛନ୍ତି, ଆପଣ ବିଶ୍ୱାସ କରନ୍ତୁ ବା ନ କରନ୍ତୁ ମୋ ଘରେ ମୋର ପ୍ରଥମ ବ୍ୟାଟ୍‌ ଆଜି ବି ଅଛି। ସେଥିରେ କ୍ରିକେଟରଙ୍କ ଫଟୋ ଅଛି। ଆମ ଘରେ ପ୍ରାୟ ୧ ହଜାର ବ୍ୟାଟ୍‌ ରହିଛି। ଯେଉଁ ବି ବ୍ୟାଟ୍‌ରେ ମୁଁ ଶତକ ମାରିଛି, ତାହା ମୋ ପାଖରେ ଅଛି। ସେଥିରେ ମୁଁ ନିଜର ସ୍କୋର ସହ ବିରୋଧି ଟିମ୍‌ର ନାମ ମଧ୍ୟ ଲେଖିଥିବା ସେ କହିଛନ୍ତି। ତେବେ ସ୍ମରଣୀୟ ଇନିଂସ ମଧ୍ୟରେ ଭାରତ ବିପକ୍ଷରେ ୨୦୦୩ ଦିନିକିଆ ବିଶ୍ୱକପ୍‌ ଫାଇନାଲରେ ମାରିଥିବା ଅପରାଜିତ ୧୪୦ ରନ୍‌ ସାମିଲ ଅଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

କଳିକେଶ ଜାତୀୟ ରାଇଫଲ ଆସୋସିଏଶନ ସଭାପତି ଭାବେ ନିର୍ବାଚିତ

ନୂଆଦିଲ୍ଲୀ,୨୧ା୯: କଳିକେଶ ନାରାୟଣ ସିଂଦେଓ ନ୍ୟାଶନାଲ ରାଇଫଲ ଆସୋସିଏଶନ ଅଫ୍‌ ଇଣ୍ଡିଆ (ଏନ୍‌ଆରଏଆଇ)ର ସଭାପତି ଭାବେ ନିର୍ବାଚିତ ହୋଇଛନ୍ତି। ସ୍ଥାନୀୟ କନଷ୍ଟିଚ୍ୟୁଶନ କ୍ଲବ ଅଫ୍‌ ଇଣ୍ଡିଆଠାରେ...

ଗିଲ୍‌ଙ୍କ ଚମତ୍କାର ଶତକ: ବାଂଲାଦେଶକୁ ବିଶାଳ ଟାର୍ଗେଟ୍‌

ଚେନ୍ନାଇ,୨୧।୯: ବାଂଲାଦେଶ ବିପକ୍ଷରେ ୨୮୭/୪ ସ୍କୋରରେ ଭାରତ ଦ୍ୱିତୀୟ ଇନିଂସ ଘୋଷଣା କରିଛି। ଟିମ ଇଣ୍ଡିଆ ପ୍ରଥମ ଇନିଂସରେ ୩୭୬ ରନ ସଂଗ୍ରହ କରିଥିଲା। ଏଥି...

କିଛି ଜିନିଷ ସିକ୍ରେଟ୍‌ ରହିବା ଭଲ: ରିଷଭ ପନ୍ତଙ୍କ ସହ ଡେଟିଂଙ୍କୁ ନେଇ ମୁହଁ ଖୋଲିଲେ ଉର୍ବଶୀ

ବଲିଉଡ ଅଭିନେତ୍ରୀ ଉର୍ବଶୀ ରଉତେଲା ପ୍ରାୟତଃ ଭାରତୀୟ କ୍ରିକେଟର ରିଷଭ ପନ୍ତଙ୍କ ସହ ଡେଟିଂ ବିଷୟରେ ଗୁଜବ ପ୍ରଚାର କରିଥା’ନ୍ତି। ସୋସିଆଲ ମିଡିଆରେ ବାରମ୍ବାର ଆଲୋଚନା...

୬୩୭ ଦିନ ପରେ ଟେଷ୍ଟରେ କମାଲ୍‌ କଲେ ପନ୍ତ

ଚେନ୍ନାଇ,୨୧।୯: ଟିମ ଇଣ୍ଡିଆର ତାରକା ଉଇକେଟ କିପର-ବ୍ୟାଟ୍ସମ୍ୟାନ ରିଷଭ ପନ୍ତଙ୍କ ଟେଷ୍ଟ କ୍ରିକେଟ ପ୍ରତ୍ୟାବର୍ତ୍ତନ ଦୃଢ ଼ ପ୍ରମାଣିତ ହେଉଛି। ଦେଢ ବର୍ଷରୁ ଅଧିକ ସମୟ...

ପାଟିରେ କଳାଫିତା କାମୁଡି ବ୍ୟାଟିଂ କଲେ ବାଂଲାଦେଶ ବ୍ୟାଟ୍ସମ୍ୟାନ୍‌: ଜାଣନ୍ତୁ କାହିଁକି

ନୂଆଦିଲ୍ଲୀ,୨୧।୯: ଚେନ୍ନାଇ ଟେଷ୍ଟର ଦ୍ୱିତୀୟ ଦିନରେ ବାଂଲାଦେଶ ଅଲରାଉଣ୍ଡର ଶାକିବ ଅଲ ହାସନ ପାଟିରେ ଏକ କଳାଫିତା କାମୁଡି ବ୍ୟାଟିଂ କରିବାକୁ ବାହାରିଥିଲେ। ଶାକିବଙ୍କ ଭିଡିଓ...

୫୧ ବର୍ଷ ପୁରୁଣା ରେକର୍ଡ ଭାଙ୍ଗିଲେ ଯଶସ୍ବୀ ଜୟସ୍ବାଲ: ଗାଭାସ୍କରଙ୍କୁ ପଛରେ ପକାଇଲେ

ଚେନ୍ନାଇ,୨୧।୯: ଚେନ୍ନାଇରେ ଭାରତ ଏବଂ ବାଂଲାଦେଶ ମଧ୍ୟରେ ଖେଳାଯାଉଥିବା ଟେଷ୍ଟ ଏକ ରୋମାଞ୍ଚକର ମୋଡ଼ରେ ପହଞ୍ଚିଛି। ଦୁଇ ଦିନ ମଧ୍ୟରେ ଦୁଇଟି ଇନିଂସ ଶେଷ ହୋଇଛି।...

ଦକ୍ଷିଣ ଆଫ୍ରିକାକୁ ଧୂଳିଚଟାଇ ଇତିହାସ ରଚିଲା ଆଫଗାନିସ୍ତାନ

ନୂଆଦିଲ୍ଲୀ,୨୧।୯: ଆଫଗାନିସ୍ତାନ ଇତିହାସ ସୃଷ୍ଟି କରିଛି। ଦିନିକିଆ ସିରିଜରେ ଆଫଗାନିସ୍ତାନ ପ୍ରଥମ ଥର ପାଇଁ ଦକ୍ଷିଣ ଆଫ୍ରିକାକୁ ପରାସ୍ତ କରିଛନ୍ତି। ଆଫଗାନିସ୍ତାନ ଏବଂ ଦକ୍ଷିଣ ଆଫ୍ରିକା...

ଭାରତ ୩୦୮ ରନ୍‌ରେ ଆଗୁଆ

ଚେନ୍ନାଇ,୨୧ା୯: ଚେନ୍ନାଇରେ ଅନୁଷ୍ଠିତ ବାଂଲାଦେଶ ବିପକ୍ଷ ପ୍ରଥମ ଟେଷ୍ଟରେ ଭାରତୀୟ ପେସ୍‌ ବୋଲର ଚମତ୍କାର ବୋଲିଂ କରିଥିବା ବେଳେ ଦ୍ୱିତୀୟ ଦିନର ଷ୍ଟମ୍ପ ଅପସାରଣ ବେଳକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri