Posted inଖେଳ

ଗୁପ୍‌ଚୁପ୍‌ ବିବାହ କଲେ ଏହି ଭାରତୀୟ କ୍ରିକେଟର, ୯ ବର୍ଷର ଅପେକ୍ଷା ପରେ ପ୍ରେମିକା ହେଲେ ଜୀବନସାଥୀ

ନୂଆଦିଲ୍ଲୀ,୨୦।୭: ଭାରତୀୟ ଅଲରାଉଣ୍ଡର ଦୀପକ ହୁଡାଙ୍କ ଦୀର୍ଘ ବର୍ଷର ଅପେକ୍ଷାର ଅନ୍ତ ଘଟିଛି। ଲକ୍ଷ୍ନୌ ସୁପର ଜିଆଣ୍ଟସ୍‌ର ଏହି ବ୍ୟାଟ୍ସମ୍ୟାନ୍‌ ଜୁଲାଇ ୧୫ରେ ବିବାହ ବନ୍ଧନରେ ଆବଦ୍ଧ ହୋଇଛନ୍ତି। ଶୁକ୍ରବାର ସେ ବିବାହ ଫଟୋ ଶେୟାର କରି ଜୀବନର ଖୁସି ମୁହୂର୍ତ୍ତକୁ ପ୍ରଶଂସକଙ୍କ ସହ ବାଣ୍ଟିଛନ୍ତି।

ପୋଷ୍ଟ କରି ଦୀପକ ଲେଖିଛନ୍ତି, ୯ ବର୍ଷର ଅପେକ୍ଷା, ପ୍ରତି କ୍ଷଣ, ପ୍ରତିଟି ସ୍ବପ୍ନ, ପ୍ରତିଟି କଥା ଆମକୁ ଏହି ସୁନ୍ଦର ଦିନକୁ ନେଇ ଆସିଛି। ଆମେ ଯଦି ପରସ୍ପର ସହ ଆଉ ଟିକିଏ ସମୟ ବିତାଉ ତେବେ କ୍ଷମା କରିବେ। ମୋ ଲିଟିଲ୍‌ ପିଟଲ୍‌ ହିମାଚଳୀ ଝିଅଙ୍କୁ ମୋ’ ଘରେ ସ୍ବାଗତ। ନିଜ ପରିବାର ଏବଂ ବନ୍ଧୁଙ୍କ ଗହଣରେ ଆମେ ଏହି ଯାତ୍ରା ଆରମ୍ଭ କରିଛୁ। ସମସ୍ତଙ୍କୁ ବହୁତ ଧନ୍ୟବାଦ।

ହୁଡାଙ୍କ ଏହି ପୋଷ୍ଟରେ ଅନେକ କ୍ରିକେଟର ପ୍ରତିକ୍ରିୟା ରଖି ଶୁଭେଚ୍ଛା ଜଣାଉଛନ୍ତି। ଲକ୍ଷ୍ନୌ ମାଲିକ ସଞ୍ଜୀବ ଗୋଏଙ୍କା କମେଣ୍ଟ କରି ଆପଣ ଦୁହିଁଙ୍କୁ ବହୁତ ଶୁଭକାମନା ବୋଲି ଲେଖିଛନ୍ତି । ସେହିଭଳି ଉମରାନ ମଲିକ, ମହମ୍ମଦ ନବୀ, ଖଲିଲ୍‌ ଅହମ୍ମଦ ପ୍ରମୁଖ ମଧ୍ୟ ଶୁଭେଚ୍ଛା ଜଣାଇଛନ୍ତି।

 

View this post on Instagram

 

A post shared by Deepak Hooda (@deepakhooda30)


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ପାକିସ୍ତାନ କ୍ରିକେଟରେ ପୁଣି ଡ୍ରାମା, ଏବେ ପୁଣି ବଦଳିବେ କ୍ୟାପଟେନ!

ଇସଲାମାବାଦ,୭।୯: ବାଂଲାଦେଶ ବିପକ୍ଷ ଘରୋଇ ଟେଷ୍ଟ ସିରିଜରେ ପାକିସ୍ତାନ ପରାଜୟ ପରେ ସମାଲୋଚନାର ବଜାର ସରଗରମ ହୋଇଛି। ସବୁଠାରୁ ଖରାପ କଥା ହେଉଛି ଏହି ପରାଜୟ...

ଟ୍ୟାକ୍ସି ଚାଳକଙ୍କ ପୁଅ ଜିତିଲେ ବ୍ରୋଞ୍ଜ୍‌

ପ୍ୟାରିସ୍‌,୭ା୯ଭାରତର ପ୍ରଥମ ଜୁଡୋକା ଭାବରେ ପ୍ୟାରିସ୍‌ ପାରାଲିମ୍ପିକ୍ସରେ ବ୍ରୋଞ୍ଜ ପଦକ ଜିତି ଇତିହାସ ସୃଷ୍ଟି କରିଛନ୍ତି କପିଲ ପରମାର। ୨୩ ବର୍ଷୀୟ କପିଲ ବ୍ରୋଞ୍ଜ ପଦକ...

୪ ଓଭର, ଗୋଟିଏ ମେଡେନ୍‌, ୪ ରନ୍‌…. ଛାଇଗଲେ ଭୁବି

ନୂଆଦିଲ୍ଲୀ,୭।୯: ଭୁବନେଶ୍ୱର କୁମାର ୟୁପି ଟି-୨୦ ଲିଗ ୨୦୨୪ରେ ଏକ ଚମତ୍କାର ବୋଲିଂ ପ୍ରଦର୍ଶନ କରିଛନ୍ତି। ଭୁବନେଶ୍ୱର କୁମାରଙ୍କ ବୋଲିଂ ଆଗରେ ବିରୋଧୀ ବ୍ୟାଟ୍ସମ୍ୟାନମାନେ ଅସହାୟ...

୧୪୭ ବର୍ଷ ଟେଷ୍ଟ କ୍ରିକେଟ୍‌ ଇତିହାସରେ ପ୍ରଥମଥର ଘଟିଲା ଏମିତି, ଓଲି ପୋପ ବଡ଼ କାରନାମା

ନୂଆଦିଲ୍ଲୀ,୭।୯: ଇଂରାଜୀ ବ୍ୟାଟ୍ସମ୍ୟାନ ଓଲି ପୋପ ଏବେ ଚମତ୍କାର ଫର୍ମରେ ଅଛନ୍ତି। ସେ ଶ୍ରୀଲଙ୍କା ବିପକ୍ଷରେ ୧୦୩ ରନ୍‌ର ଇନିଂସ ଖେଳି ଅପରାଜିତ ଅଛନ୍ତି। ତେବେ...

ରାହୁଲ ଦ୍ରାବିଡଙ୍କ ବଡ଼ ଦାୟିତ୍ୱ

ନୂଆଦିଲ୍ଲୀ,୭।୯: ଶୁକ୍ରବାର ରାଜସ୍ଥାନ ରୟାଲ୍ସ ପୂର୍ବତନ ଭାରତୀୟ ଅଧିନାୟକ ରାହୁଲ ଦ୍ରାବିଡଙ୍କୁ ଏହାର ମୁଖ୍ୟ ପ୍ରଶିକ୍ଷକ ଭାବରେ ନିଯୁକ୍ତ କରିଛି। ବାସ୍ତବରେ, ଟି -୨୦ ବିଶ୍ୱକପ୍‌...

ପ୍ରବୀଣଙ୍କୁ ସ୍ବର୍ଣ୍ଣ

ପ୍ୟାରିସ୍‌, ୭।୯(ପି.ଟି.): ଭାରତର ପ୍ରବୀଣ କୁମାର ପ୍ୟାରିସ୍‌ ପାରାଲିମ୍ପିକ୍ସରେ ଶୁକ୍ରବାର ସ୍ବର୍ଣ୍ଣ ପଦକ ଜିତି ଦେଶକୁ ଗର୍ବିତ କରିଛନ୍ତି। ପୁରୁଷ ହାଇଜମ୍ପ ଟି୬୪ ଇଭେଣ୍ଟରେ ସେ...

ଲେଜେଣ୍ଡ୍ସ ଲିଗ୍‌ରେ ପ୍ରଥମ ଥର ଓଡ଼ିଶା ଟିମ୍ କୋଣାର୍କ ସୂର୍ଯ୍ୟ: ଇର୍ଫାନ୍‌ ପଠାନ କ୍ୟାପଟେନ୍‌

ପ୍ୟାରିସ୍‌,୬ା୯: ଲେଜେଣ୍ଡ୍ସ ଲିଗ୍‌ କ୍ରିକେଟରେ ଓଡ଼ିଶାର ପ୍ରଥମ ଦଳ ଭାବେ କୋଣାର୍କ ସୂର୍ଯ୍ୟ ସାମିଲ ହୋଇଛି। ଶୁକ୍ରବାର ଭୁବନେଶ୍ୱରରେ ଟିମ ଲଞ୍ଚ ହେବା ସହ, ସମସ୍ତ...

କେବେ ଦେଖି ନ ଥିବେ ଏମିତି ମ୍ୟାଚ୍‌: ଟି-୨୦ ବିଶ୍ୱକପ୍‌ କ୍ୱାଲିଫାୟର୍ସରେ ମାତ୍ର ୧୦ ରନ୍‌ରେ ଅଲଆଉଟ୍‌ ହେଲା ଏହି ଦଳ

ନୂଆଦିଲ୍ଲୀ,୬।୯: ମଙ୍ଗୋଲିଆ ଏବଂ ସିଙ୍ଗାପୁର ମଧ୍ୟରେ ମ୍ୟାଚ ଟି-୨୦ ବିଶ୍ୱକପ ଏସୀୟ କ୍ୱାଲିଫାୟର୍ସରେ ଅନୁଷ୍ଠିତ ହୋଇଥିଲା। ଏଥିରେ ମଙ୍ଗୋଲିଆ ନାମରେ ଏକ ଲଜ୍ଜାଜନକ ରେକର୍ଡ ଯୋଡି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri