Categories: ଖେଳ

ଅଷ୍ଟ୍ରେଲିଆ ବିପକ୍ଷ ୨ ଟେଷ୍ଟ, ଦିନିକିଆ ସିରିଜ୍‌ ପାଇଁ ଦଳ ଘୋଷଣା

ନୂଆଦିଲ୍ଲୀ,୧୯।୨: ଅଷ୍ଟ୍ରେଲିଆ ବିପକ୍ଷ ସିରିଜର ଶେଷ ଦୁଇଟି ଟେଷ୍ଟ ମ୍ୟାଚ ଏବଂ ତିନି ମ୍ୟାଚ ବିଶିଷ୍ଟ ଦିନିକିଆ ସିରିଜ ପାଇଁ ରବିବାର ଭାରତୀୟ ଦଳ ଘୋଷଣା କରାଯାଇଛି। ଟେଷ୍ଟ ଦଳରେ କୌଣସି ପରିବର୍ତ୍ତନ ହୋଇନାହିଁ। ଏଥି ସହ ଦ୍ରୁତ ବୋଲର ଜୟଦେବ ଉନାଦକତ ଏବଂ ରବିନ୍ଦ୍ର ଜାଡେଜା ଏକଦିବସୀୟ ମ୍ୟାଚରେ ପ୍ରତ୍ୟାବର୍ତ୍ତନ କରିଛନ୍ତି। ଉନାଦକତ ଶେଷ ଥର ପାଇଁ ନଭେମ୍ବର ୨୦୧୩ରେ ୱେଷ୍ଟଇଣ୍ଡିଜ ବିପକ୍ଷରେ ଭାରତ ପାଇଁ ଏକ ଦିନିକିଆ ଖେଳିଥିଲେ। ଏଥି ସହିତ ଜାଡେଜା ଜୁଲାଇ ୨୦୨୨ରେ ଇଂଲଣ୍ଡ ବିପକ୍ଷରେ ଶେଷ ଦିନିକିଆ ଖେଳିଥିଲେ। ଭାରତ ବନାମ ଅଷ୍ଟ୍ରେଲିଆ ଦିନିକିଆ ସିରିଜ ୧୭ ମାର୍ଚ୍ଚରୁ ଆରମ୍ଭ ହେବ।
ତୃତୀୟ-ଚତୁର୍ଥ ଟେଷ୍ଟ ପାଇଁ ଭାରତୀୟ ଦଳ: ରୋହିତ ଶର୍ମା (ଅଧିନାୟକ), କେ.ଏଲ ରାହୁଲ, ଶୁଭମାନ ଗିଲ, ଚେତେଶ୍ୱର ପୂଜାରା, ବିରାଟ କୋହଲି, କେ.ଏସ ଭରତ (ଡବ୍ଲୁ), ଇଶାନ କିଶନ (ଡବ୍ଲୁ), ରବିଚନ୍ଦ୍ରନ ଅଶ୍ୱିନ, ଅକ୍ଷର ପଟେଲ, କୁଲଦୀପ ଯାଦବ, ରବିନ୍ଦ୍ର ଜାଡେଜା, ମହମ୍ମଦ ଶାମି, ମହମ୍ମଦ ସିରାଜ, ଶ୍ରେୟାସ ଆୟର, ସୂର୍ଯ୍ୟକୁମାର ଯାଦବ, ଉମେଶ ଯାଦବ, ଜୟଦେବ ଉନାଦକତ।

ଅଷ୍ଟ୍ରେଲିଆ ବିପକ୍ଷ ଦିନିକିଆ ସିରିଜ ପାଇଁ ଟିମ ଇଣ୍ଡିଆ: ରୋହିତ ଶର୍ମା (ଅଧିନାୟକ), ହାର୍ଦ୍ଦିକ ପାଣ୍ଡ୍ୟା (ଉପ-ଅଧିନାୟକ), ଶୁଭମାନ ଗିଲ, ବିରାଟ କୋହଲି, ଶ୍ରେୟସ ଆୟର, ସୂର୍ଯ୍ୟକୁମାର ଯାଦବ, କେ.ଏଲ ରାହୁଲ, ଇଶାନ କିଶନ (ଉଇକେଟ କିପର), ରବିନ୍ଦ୍ର ଜାଡେଜା, କୁଲଦୀପ ଯାଦବ, ୱାଶିଂଟନ ସୁନ୍ଦର, ୟୁଜବେନ୍ଦ୍ର ଚହଲ, ମହମ୍ମଦ ଶାମି, ମହମ୍ମଦ ସିରାଜ, ଉମ୍‌ରାନ ମଲିକ, ଶାର୍ଦ୍ଦୁଲ ଠାକୁର, ଅକ୍ଷର ପଟେଲ, ଜୟଦେବ ଉନାଦକତ।

Share