ଶ୍ରଦ୍ଧାଞ୍ଜଳିଙ୍କୁ ମିଳିଲାନି ଆଗୁଆ ଜାମିନ

ଭୁବନେଶ୍ୱର,୧୭।୧(ବ୍ୟୁରୋ): ବହୁ ଚର୍ଚ୍ଚିତ ମହିଳା ବ୍ଲାକମେଲର ଅର୍ଚ୍ଚନା ନାଗ ମାମଲାର ଇଡି (ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ) ତଦନ୍ତ ଜାରି ରଖିଛି। ତେବେ ଏହି ମାମଲାରେ ଅର୍ଚ୍ଚନାଙ୍କ ସହଯୋଗୀ ଶ୍ରଦ୍ଧାଞ୍ଜଳିଙ୍କ ଆଗୁଆ ଜାମିନ ଆବେଦନକୁ ହାଇକୋର୍ଟ ଖାରଜ କରିଦେଇଛନ୍ତି। ଫଳରେ ତାଙ୍କ ଅଢୁଆ ବଢିବାରେ ଲାଗିଛି।
ଭୁବନେଶ୍ୱର ସେସନ୍ସ କୋର୍ଟରେ ଇଡି ପକ୍ଷରୁ ଅର୍ଚ୍ଚନା ନାଗ, ସ୍ବାମୀ ଜଗବନ୍ଧୁ ଚାନ୍ଦ, ସହଯୋଗୀ ଖଗେଶ୍ୱର ପାତ୍ର ଏବଂ ଶ୍ରଦ୍ଧାଞ୍ଜଳି ବେହେରାଙ୍କ ନାଁରେ ଚାର୍ଜସିଟ ଦାଖଲ କରାଯାଇଛି।

 

Share