ସମ୍ଭାବ୍ୟ ବାତ୍ୟା ନେଇ ୭ ଜିଲାପାଳଙ୍କୁ ଏସ୍‌ଆରସିଙ୍କ ଚିଠି

ଭୁବନେଶ୍ବର,୨୯।୧୧: ଆଣ୍ଡାମାନ ସାଗରର ଲଘୁଚାପ କ୍ଷେତ୍ର ୱେଲ ମାର୍କଡ ଲୋ ପ୍ରେସରରେ ପରିଣତ ହୋଇଛି। ଦକ୍ଷିଣ ପୂର୍ବ ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ଦକ୍ଷିଣ ଆଣ୍ଡାମାନ ସାଗରରେ ମଙ୍ଗଳବାର ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଥିଲା । ଯାହା ବୁଧବାର ସୁଦୃଶ୍ୟ ଲଘୁଚାପରେ ପରିଣତ ହୋଇଛି । ଗୁରୁବାର ସୁଦ୍ଧା ଅବପାତର ରୂପ ନେବ ସୁଦୃଶ୍ୟ ଲଘୁଚାପ ।
ଅନ୍ୟପକ୍ଷେ ସମ୍ଭାବ୍ୟ ବାତ୍ୟା ନେଇ ୭ ଜିଲାପାଳଙ୍କୁ ସ୍ବତନ୍ତ୍ର ରିଲିଫ କମିଶନର ସତ୍ୟବ୍ରତ ସାହୁ ଚିଠି ଲେଖିଛନ୍ତି । ସମ୍ଭାବ୍ୟ ବାତ୍ୟା ନେଇ ୭ ଜିଲା ବାଲେଶ୍ବର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ଗଞ୍ଜାମର ଜିଲାପାଳଙ୍କୁ ଏସ୍‌ଆର୍‌ସି ଚିଠି ଲେଖିଛନ୍ତି । ଡିସେମ୍ବର ୧ ତାରିଖରୁ ସମୁଦ୍ରରେ ପବନ ବହିବ । ଫଳରେ ସମୁଦ୍ର ଆଶାନ୍ତ ରହିବ । ତେଣୁକରି ୧ ତାରିଖରୁ ମତ୍ସ୍ୟଜୀବୀଙ୍କୁ ଗଭୀର ସମୁଦ୍ର ମଧ୍ୟରୁ ଯିବାକୁ ବାରଣ ନିର୍ଦ୍ଦେଶ ରହିଛି । ଯେଉଁମାନେ ସମୁଦ୍ର ଭିତରେ ଅଛନ୍ତି ସେମାନେ ୧ ତାରିଖ ପୂର୍ବରୁ ଫେରିବାକୁ ପରାମର୍ଶ ଦିଆଯାଇଛି। ସମ୍ପୃକ୍ତ ବିଭାଗର ସଚିବଙ୍କୁ ମଧ୍ୟ ଏହା ଉପରେ ଦୃଷ୍ଟି ଦେବାକୁ ନିର୍ଦ୍ଦେଶ ରହିଛି ।
ସେହିଭଳି ସମ୍ଭାବ୍ୟ ବାତ୍ୟା ନେଇ ଚାଷୀଙ୍କ ଚିନ୍ତା ବଢିଛି । ଅମଳ ସମୟରେ ଫସଲ ଉଜୁଡି ଯିବାର ଭୟ ରହିଛି ।
Share