ଶ୍ରୀଲଙ୍କା ସଙ୍କଟ: କର୍ମଚାରୀଙ୍କ ଦରମା ଦେବାକୁ ନାହିଁ ଅର୍ଥ, ବିକ୍ରି ହୋଇପାରେ ଏୟାରଲାଇନ୍ସ

କଲମ୍ବୋ,୧୮ ।୫: ଶ୍ରୀଲଙ୍କାରେ ହିଂସକ ପ୍ରଦର୍ଶନ ପରେ ସେଠାରେ ଏବେ ନୂଆ ସରକାର ଗଠନ ସରିଛି । ହେଲେ ଆର୍ଥିକସ୍ଥିତି ପୂର୍ବାପେକ୍ଷା ଆହୁରି ଖରାପ ହେବାରେ ଲାଗିଛି । ଏହି ଅର୍ଥ ବ୍ୟବସ୍ଥାକୁ ପୂର୍ବ ସ୍ଥିତିକୁ ଫେରାଇ ଆଣିବାକୁ ନୂଆ ସରକାର କିଛି ଯୋଜନା ପ୍ରସ୍ତୁତ କରିଥିବା ଜଣାପଡିଛି । ଏଥିରେ ନୂଆ କରେନ୍ସି ଛାପିବା ଓ ଏୟାର ଲାଇନ୍ସକୁ ବିକ୍ରି କରିବାକୁ ଯୋଜନା ଥିବା କୁହାଯାଉଛି ।
ସୂଚନାଯୋଗ୍ୟ, ଶ୍ରୀଲଙ୍କା ସରକାରଙ୍କ ପାଖରେ ସରକାରୀ କର୍ମଚାରୀଙ୍କୁ ଦରମା ଦେବାକୁ ବି ଅର୍ଥ କମ୍ ପଡିଥିବା ଜଣାପଡିଛି । ସେଥିପାଇଁ ନୂଆ କରେନ୍ସି ଛାପିବାର ଯୋଜନା କରାଯାଉଛି । ଏହାସହ ସରକାରୀ ଏୟାରଲାଇନ୍ସକୁ ବି ବିକ୍ରି କରିବାର ଯୋଜନା କରାଯାଉଛି । ଏହାପୂର୍ବରୁ ପ୍ରଧାନମନ୍ତ୍ରୀ ରାନିଲ ବିକ୍ରମାସିଂଘେ କହିଥିଲେ ସରକାର ଶ୍ରୀଲଙ୍କା ଏୟାର ଲାଇନ୍ସକୁ ଘରୋଇ କରଣକରିବାକୁ ଯାଉଛନ୍ତି । କାରଣ ଏଥିରେ ବହୁତ କ୍ଷତି ହେଉଛି । ଯାହା ଦେଶର ଆର୍ଥିକ ସଙ୍କଟ ଉପରେ ବି ପ୍ରଭାବ ପକାଉଛି । ତେବେ ଏହି ଆର୍ଥିକ ସ୍ଥିତି ସୁଧୁରିବା ପୁର୍ବରୁ ଏହା ଆହୁରି ଖରାପ ହେବ ବୋଲି ବି ପ୍ରଧାନମନ୍ତ୍ରୀ ପୂର୍ବରୁ ସୂଚନା ଦେଇସାରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ନୂଆବର୍ଷରୁ ଶନିଙ୍କ ସାଢେ ସାତ ଚାଲି ଆରମ୍ଭ; ଏହି ୩ ରାଶିର ଖରାପ ଟାଇମ ଷ୍ଟାର୍ଟ…

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହରାଜ ଶନିଙ୍କୁ କର୍ମଫଳ ଦାତା ଓ ନ୍ୟାୟ ପ୍ରଦାତା ଗ୍ରହ ଭାବେ ଗଣନା କରଯାଇଥାଏ । ଶନି ଯେତେବେଳେ ଗୋଟିଏ ରାଶିରେ ଦୀର୍ଘ...

କେମିତି ରହିବ ମୋଦି-ଟ୍ରମ୍ପଙ୍କ ୨୦୨୬? ଭବିଷ୍ୟବାଣୀରେ ଜଣାପଡିଲା ସତ!

୨୦୨୫ ବର୍ଷ ଶେଷ ହେବାକୁ ଯାଉଛି। ୨୦୨୬ ଏବେ ପାଖେଇ ଆସୁଛି। ୨୦୨୬ ବର୍ଷ ଲୋକଙ୍କ ପାଇଁ କିପରି ହେବ ସେ ବିଷୟରେ ଜ୍ୟୋତିଷମାନେ ଭବିଷ୍ୟବାଣୀ...

ରାଶିଫଳ ୨୦୨୬: ମେଷରୁ ମୀନ ରାଶି ପାଇଁ କିପରି କଟିବ ନୂତନ ବର୍ଷ, ସବୁ…

ନୂତନ ବର୍ଷ ନୂତନ ଆଶା ଏବଂ ନୂତନ ସୁଯୋଗ ସହିତ ଆରମ୍ଭ ହୁଏ। ଏହି ସମୟରେ ସମସ୍ତେ ଭାବନ୍ତି ଯେ ନୂଆ ବର୍ଷ କ’ଣ ହେବ...

ଡେଲିଭରି ଏଜେଣ୍ଟଙ୍କ ପାଇଁ କମ୍ପାନୀ କଲା ବଡ଼ ଘୋଷଣା, ବଢିବ ଇନକମ୍‌

ନୂଆଦିଲ୍ଲୀ,୩୧।୧୨:ଡିସେମ୍ୱର 31 ତାରିଖରେ ଡେଲିଭରି କର୍ମଚାରୀମାନେ ଧର୍ମଘଟ ଘୋଷଣା କରିଛନ୍ତି। ଏହି ସମୟରେ, ଜୋମାଟୋ ଏବଂ ସ୍ୱିଗି ଅଧିକ ଦରମା ଏବଂ ବୀମା ପାଇଁ ପ୍ରତିବାଦ...

ଏମିତି ସ୍ଥାନ, ଯେଉଁଠି ବିବାହ ପରେ କନ୍ୟା ନୁହନ୍ତି, ବର ଯାଆନ୍ତି ଶାଶୁଘର

ଭାରତରେ ଜାତି, ଧର୍ମ, ବର୍ଣ୍ଣ ସମେତ ବିଭିନ୍ନ ସ୍ଥାନରେ ଭିନ୍ନଭିନ୍ନ ପରମ୍ପରା ରହିଛି। ଏହି ଅନନ୍ୟ ପରମ୍ପରା ଭାରତକୁ ଅନ୍ୟ ଦେଶଠାରୁ ସ୍ବତନ୍ତ୍ର କରେ। ଭାରତରେ...

କୁକୁର ମୁଁହରୁ ହରିଣକୁ ଉଦ୍ଧାରକଲେ ସରପଞ୍ଚ ପ୍ରତିନିଧି, ଚିକିତ୍ସା ପରେ ବନବିଭାଗକୁ କଲେ ହସ୍ତାନ୍ତର

ଗଞ୍ଜାମ,୩୧ା୧୨(ବିଦ୍ୟାଧର ସାହୁ ): କୁକୁର ମୁଁହରୁ ଆହତ ହରିଣକୁ ଉଦ୍ଧାର କଲେ ମଲାଡ଼ ସରପଞ୍ଚ ପ୍ରତିନିଧି ସୁଦାମ ବେହେରା । ମଲାଡ଼ ପଞ୍ଚାୟତ କାର୍ଯ୍ୟାଳୟ ଠାରୁ...

ଭୋଜି ଖାଇ ୧୦୦ରୁ ଊର୍ଦ୍ଧ୍ୱ ଝାଡ଼ାବାନ୍ତିରେ ଆକ୍ରାନ୍ତ, ଡାକ୍ତର କହିଲେ…

କେସିଙ୍ଗା,୩୧ା୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ବେଲଖଣ୍ଡି ଗ୍ରାମର କଲୋନୀରେ ଏକ ଭୋଜି ଭାତ ଖାଇ ଶତାଧିକ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇ କେସିଙ୍ଗା ଗୋଷ୍ଠୀ...

ସୁନ୍ଦରଗଡ଼ରେ ଅଭାବନୀୟ ଘଟଣା, ବାର୍ଷିକ କ୍ରୀଡ଼ାରେ ଦୌଡୁଥିବା ବେଳେ ଟଳିପଡ଼ିଲେ ଛାତ୍ର

ସୁନ୍ଦରଗଡ,୩୧/୧୨(ଜୟ ନାରାୟଣ ମେଣ୍ଡୁଳି): ଆଜି ଅର୍ଥାତ୍ ଡିସେମ୍ବର ୩୧ ତାରିଖ ପୂର୍ବାହ୍ନ ୧୧ଟା ପାଖାପାଖି ସମୟରେ ସୁନ୍ଦରଗଡ ଭବାନୀପୁର ଏକଲବ୍ୟ ମଡେଲ ସ୍କୁଲରେ ଘଟିଛି ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri