ପୁରୀ ଅଫିସ,୭।୧: ଆସନ୍ତା ସୋମବାରଠାରୁ ଭକ୍ତଙ୍କ ଲାଗି ବନ୍ଦ ରହିବ ଶ୍ରୀମନ୍ଦିର। କରୋନା ସଂକ୍ରମଣ ବୃଦ୍ଧି ପାଉଥିବାରୁ ଏଭଳି ନିଷ୍ପତ୍ତି ନିଆଯାଇଛି। ଜାନୁୟାରୀ ୩୧ ଯାଏ ଏହି କଟକଣା ରହିବ। ଶୁକ୍ରବାର ଛତିଶା ନିଯୋଗ- ଶ୍ରୀମନ୍ଦିର ପ୍ରଶାସନ ବୈଠକରେ ବନ୍ଦ ଲାଗି ନିଷ୍ପତ୍ତି ନିଆଯାଇଛି ବୋଲି ପୁରୀ ଜିଲାପାଳ ସମର୍ଥ ବର୍ମା ସୂଚନା ଦେଇଛନ୍ତି।