କାର୍ତ୍ତିକଙ୍କ ବିପକ୍ଷରେ ଶ୍ରୀଲୀଲା

ମୁମ୍ବାଇ: ଅଭିନେତା କାର୍ତ୍ତିକ ଆର୍ଯ୍ୟନଙ୍କ ‘ଭୁଲ୍‌ ଭୁଲୈୟା ୩’ ଫିଲ୍ମ ବକ୍ସ ଅଫିସ୍‌ରେ ଧମାଲ ମଚାଇବା ପରେ ଏବେ ତାଙ୍କ ପରବର୍ତ୍ତୀ ଚଳଚ୍ଚିତ୍ରକୁ ନେଇ ଚର୍ଚ୍ଚା ଆରମ୍ଭ ହୋଇଛି। ଅନୁରାଗ ବାସୁଙ୍କ ନିର୍ଦ୍ଦେଶନାରେ ନିର୍ମିତ ହେବାକୁ ଥିବା ଏକ ଚଳଚ୍ଚିତ୍ରରେ କାର୍ତ୍ତିକ ନଜରକୁ ଆସିବେ ବୋଲି ପୂର୍ବରୁ ଘୋଷଣା ହୋଇଥିଲା। ଏହି ଫିଲ୍ମର ଟାଇଟଲ ବର୍ତ୍ତମାନ ସୁଦ୍ଧା ଘୋଷଣା କରାଯାଇ ନ ଥିଲେ ହେଁ ଏଥିରେ କାର୍ତ୍ତିକଙ୍କ ବିପକ୍ଷରେ ଦକ୍ଷିଣ ଭାରତୀୟ ଅଭିନେତ୍ରୀ ଶ୍ରୀଲୀଲା ନଜରକୁ ଆସିବେ। ରବିବାର ଏହି ଅନ୍‌ଟାଇଟଲ୍ଡ଼ ଫିଲ୍ମର ଟିଜରକୁ ଜାରି କରାଯାଇଛି। କାର୍ତ୍ତିକ ଏହି ଟିଜରରେ ଏକ ଭିନ୍ନ ଶୈଳୀରେ ନଜରକୁ ଆସିଛନ୍ତି। ତାଙ୍କର ଗେଟ୍‌ଅପ୍‌ ଏବଂ ରୋମାଣ୍ଟିକ ଅନ୍ଦାଜକୁ ଦେଖିଲେ ଏହି ଚଳଚ୍ଚିତ୍ରଟି ଏକ ବଡ଼ ଫ୍ରାଞ୍ଚାଇଜ୍‌ର ପରବର୍ତ୍ତୀ ସ୍ବିକେଲ ହୋଇପାରେ ବୋଲି ସିନେପ୍ରେମୀମାନେ ଅନୁମାନ କରୁଛନ୍ତି। ଟିଜରରେ କାର୍ତ୍ତିକଙ୍କ ବଡ଼ କେଶ ଏବଂ ଦାଢ଼ି ଥିବା ସହ ତାଙ୍କୁ ଏକ ମଞ୍ଚରେ ରକ୍‌ଷ୍ଟାର ପରି ଅଭିନୟ କରୁଥିବାର ଦେଖିବାକୁ ମିଳୁଛି। ସେହିପରି ଏହି ଟିଜରରେ ଶ୍ରୀଲୀଲାଙ୍କ ସହ କାର୍ତ୍ତିକ ରୋମାନ୍ସ ମଧ୍ୟ କରୁଛନ୍ତି। ଟିଜରର ଝଲକ୍‌ରୁ ଏହା ଚଳଚ୍ଚିତ୍ର ‘ଆଶିକୀ ୩’ ହୋଇଥିବା ନେଇ ଅନେକ ପ୍ରଶଂସକ ଅନୁମାନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପହଲଗାମ ପରେ ଟାର୍ଗେଟ୍‌ରେ ଉରି: ୨ ଆତଙ୍କବଦୀ ନିପାତ

ଶ୍ରୀନଗର,୨୩।୪:ଜମ୍ମୁ କଶ୍ମୀରର ପହଲଗାମ ପରେ ଉରି ଆତଙ୍କବାଦୀଙ୍କ ଟାର୍ଗେଟରେ ଥିଲା। କିନ୍ତୁ ସେନା ଆତଙ୍କବାଦୀଙ୍କ ଉଦ୍ୟମକୁ ପଣ୍ଡ କରିଦେଇଛି। ବୁଧବାର ସେନା ଅନୁପ୍ରବେଶ କରିବାକୁ ଚେଷ୍ଟା...

ପ୍ରତିଶୋଧ ନେବ ଭାରତ: ଭୟରେ ଥରହର ପାକିସ୍ତାନ ବାୟୁସେନାକୁ କଲା ସତର୍କ

ନୂଆଦିଲ୍ଲୀ,୨୩।୪: ପହଲଗାମରେ ଆତଙ୍କବାଦୀ ଆକ୍ରମଣ ପରେ, ପାକିସ୍ତାନ ତାର ବାୟୁସେନାକୁ ହାଇ ଆଲର୍ଟରେ ରଖିଛି। ପାକିସ୍ତାନୀ ବାୟୁସେନାର ଗୋଇନ୍ଦା ବିମାନ ଭାରତୀୟ ସୀମା ସଂଲଗ୍ନ ଅଞ୍ଚଳର...

ସାନଭାଇ ବାହାଘର ଦିନ ବଡ଼ଭାଇଙ୍କ ଆତ୍ମହତ୍ୟା

ବଡ଼ଗାଁ,୨୩।୪(ଅଶୋକ ଷଡ଼ଙ୍ଗୀ): ସୁନ୍ଦରଗଡ଼ ଜିଲା ବଡ଼ଗାଁ ଥାନା ଅନ୍ତର୍ଗତ ଏକମା ନିକଟ ଲାଲମଟିଆ ଗ୍ରାମରେ ଜଣେ ବ୍ୟକ୍ତି ତାଙ୍କ ସାନଭାଇଙ୍କ ବାହାଘର ଦିନ ଆତ୍ମହତ୍ୟା କରିଛନ୍ତି।...

ଆଦିବାସୀ ନାବାଳିକାଙ୍କୁ ଗଣବଳାତ୍କାର: ନାବାଳକଙ୍କ ସମେତ ୩ ଅଟକ

ସୁନ୍ଦରଗଡ଼,୨୩ା୪(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ତଳସରା ଥାନା ଅଞ୍ଚଳରେ ସୋମବାର ବିଳମ୍ବିତ ରାତିରେ ଜଣେ ଆଦିବାସୀ ନାବାଳିକା(୧୫)ଙ୍କୁ ଗଣବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ଏନେଇ...

ପହଲଗାମରେ ଆକ୍ରମଣ କରିଥିବା ଆତଙ୍କବାଦୀଙ୍କ ପ୍ରଥମ ଫଟୋ ସାମ୍ନାକୁ ଆସିଲା: ତଦନ୍ତ ଆରମ୍ଭ

ନୂଆଦିଲ୍ଲୀ,୨୩।୪: ପହଲଗାମରେ ଆତଙ୍କବାଦୀ ଆକ୍ରମଣ କରିଥିବା ଆକ୍ରମଣକାରୀଙ୍କ ମଧ୍ୟରୁ ଜଣଙ୍କର ଏକ ଫଟୋ ସାମ୍ନାକୁ ଆସିଛି। ଯେଉଁଥିରେ ଆତଙ୍କବାଦୀ ହାତରେ ଏକ ଅସ୍ତ୍ର ଏବଂ ପଠାନୀ...

Jammu Kashmir Terror Attack: ପହଲଗାମ୍‌ ଆକ୍ରମଣ ପରେ ଆସିଲା ପାକିସ୍ତାନର ପ୍ରଥମ ପ୍ରତିକ୍ରିୟା: ଜାଣନ୍ତୁ କ’ଣ କହିଲା

ଇସଲାମାବାଦ୍‌,୨୩।୪: ଜମ୍ମୁ-କାଶ୍ମୀରର ପହଲଗାମରେ ହୋଇଥିବା ଆତଙ୍କବାଦୀ ଆକ୍ରମଣ ଉପରେ ପଡ଼ୋଶୀ ଦେଶ ପାକିସ୍ତାନର ପ୍ରତିକ୍ରିୟା ସାମ୍ନାକୁ ଆସିଛି। ଆମର ଏହି ଆକ୍ରମଣ ସହିତ କୌଣସି ସମ୍ପର୍କ...

ପୋଖରୀରୁ ବୃଦ୍ଧାଙ୍କ ଗଳିତ ମୃତଦେହ ଜବତ, ହତ୍ୟା ସନ୍ଦେହ

ନୂଆପଡ଼ା/କୋମନା,୨୩ା୪ (ମକାରୁ ବେମାଲ/ସୋବିନ ଛତ୍ରିଆ): ନୂଆପଡ଼ା ଜିଲା କୋମନା ଥାନା ଟିକ୍ରାପଡ଼ା ଗାଁ ବଡ଼ବନ୍ଧ ପୋଖରୀରୁ ମଙ୍ଗଳବାର ପୋଲିସ ଜଣେ ବୃଦ୍ଧାଙ୍କ ଗଳିତ ମୃତଦେହ ଜବତ...

ପହଲଗାମ୍‌ ଆତଙ୍କବାଦୀ ଆକ୍ରମଣ ମାଷ୍ଟରମାଇଣ୍ଡ କିଏ ଜାଣନ୍ତି? ମହଙ୍ଗା କାର, ଆଧୁନିକ ଅସ୍ତ୍ରଶସ୍ତ୍ର ପ୍ରତି ରଖନ୍ତି ରୁଚି

ଶ୍ରୀନଗର,୨୩।୪: ଜମ୍ମୁ-କାଶ୍ମୀର ମାଟିରେ ପୁଣି ଥରେ ଆତଙ୍କବାଦ ମାଡ଼ି ଆସିଛି। ପହଲଗାମ୍‌ର ବୈସାରନ ଘାଟିରେ ହୋଇଥିବା ଆତଙ୍କବାଦୀ ଆକ୍ରମଣରେ ୨୬ ଜଣ ପ୍ରାଣ ହରାଇଛନ୍ତି। ରିପୋର୍ଟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image