୧୮ରୁ ୨ ଦ୍ୱାରରେ ଶ୍ରୀମନ୍ଦିର ପ୍ରବେଶ

ପୁରୀ,୧୭ା୧୦( ଅଜିତ୍‌ କୁମାର ମହାନ୍ତି): କାର୍ତ୍ତିକ ମାସକୁ ଦୃଷ୍ଟିରେ ରଖି ଶ୍ରୀମନ୍ଦିରରେ ଦର୍ଶନ ବ୍ୟବସ୍ଥାରେ ପରିବର୍ତ୍ତନ ଆଣିଛି ଶ୍ରୀମନ୍ଦିର ପ୍ରଶାସନ। ଆସନ୍ତା ୧୮ ତାରିଖରୁ ଦୁଇଟି ଦ୍ୱାର ଅର୍ଥାତ୍‌ ସିଂହଦ୍ୱାର ଓ ପଶ୍ଚିମଦ୍ବାର ଦେଇ ଭକ୍ତମାନେ ପ୍ରବେଶ କରିପାରିବେ। ସେହିଭଳି ସିଂହଦ୍ୱାର ବ୍ୟତୀତ ଅନ୍ୟ ତିନି ଦ୍ୱାର ପଶ୍ଚିମଦ୍ୱାର, ଉତ୍ତରଦ୍ବାର ଓ ଦକ୍ଷିଣଦ୍ବାର ଦେଇ ଭକ୍ତମାନେ ପ୍ରସ୍ଥାନ କରିବେ। ସିଂହଦ୍ୱାରରେ ପ୍ରସ୍ଥାନ ଉପରେ ସମ୍ପୂର୍ଣ୍ଣ କଟକଣା ଲଗାଯାଇଛି। କେବଳ ସେବାୟତ ଓ ସେବକଙ୍କ ପରିବାର ସଦସ୍ୟଙ୍କ ପାଇଁ ଏହି ବ୍ୟବସ୍ଥା ପ୍ରଯୁଜ୍ୟ ନୁହେଁ ବୋଲି ସାମାଜିକ ଗଣମାଧ୍ୟମରେ ଶ୍ରୀମନ୍ଦିର ପ୍ରଶାସନ ତରଫରୁ ସୂଚନା ଦିଆଯାଇଛି।

ଆସନ୍ତା ୧୮ ତାରିଖରୁ ହବିଷିଆଳିମାନେ କାର୍ତ୍ତିକ ବ୍ରତ ଆରମ୍ଭ କରି ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କ ରାଧାଦାମୋଦର ବେଶ ଦର୍ଶନ କରିବେ। ସେଥିପାଇଁ ଶ୍ରୀକ୍ଷେତ୍ରରେ ଲକ୍ଷାଧିକ ଭକ୍ତଙ୍କ ସମେତ ହଜାରହଜାର ହବିଷିଆଳିଙ୍କ ଭିଡ଼ ପରିଲକ୍ଷିତ ହେବ। ଭିଡକୁ ଦୃଷ୍ଟିରେ ରଖିବା ସହ ମହାପ୍ରଭୁଙ୍କ ଅନେକ ଗୁରୁତ୍ୱପୂର୍ଣ୍ଣ ନୀତିକାନ୍ତି ଥିବାରୁ ଶୃଙ୍ଖଳିତ ଦର୍ଶନ ପାଇଁ ଏଭଳି ବ୍ୟବସ୍ଥା କରାଯାଇଥିବା ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ ସାମାଜିକ ଗଣମାଧ୍ୟମରେ କହିଛନ୍ତି। ଏହି ନିଷ୍ପତ୍ତିକୁ ସମସ୍ତେ ଗ୍ରହଣ କରିବା ସହ ଦର୍ଶନ ବ୍ୟବସ୍ଥାରେ ସମସ୍ତଙ୍କ ସହଯୋଗ କାମନା କରିଛନ୍ତି ପାଢ଼ୀ। ତେବେ ଏହି ନୂଆ ଦର୍ଶନ ବ୍ୟବସ୍ଥା କେତେଦିନ ଧରି ଚାଲିବ ସେନେଇ କୌଣସି ସ୍ପଷ୍ଟ ସୂଚନା ଶ୍ରୀମନ୍ଦିର ପ୍ରଶାସନ ତରଫରୁ ପ୍ରଦାନ କରାଯାଇନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ତୁଡୁକିବାଡ଼ିରେ ଧୂମ୍‌ଧାମରେ ଚାଲିଛି ମା’ ଗଜଲକ୍ଷ୍ମୀଙ୍କ ପୂଜା, ଲାଗିଛି ଶ୍ରଦ୍ଧାଳୁଙ୍କ ଭିଡ଼

ଦାରିଙ୍ଗବାଡ଼ି,୧୭ା୧୦(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଗଜଲକ୍ଷ୍ମୀ ପୂଜା ପାଇଁ ଉତ୍ସବମୁଖର ହୋଇଛି। ଦାରିଙ୍ଗବାଡ଼ି ଚାରିଛକ ଓ ତୁଡୁକିବାଠାରେ ଅସ୍ଥାୟୀ ମଣ୍ଡପକୁ ସୁସଜ୍ଜିତ କରାଯିବା ସହ...

ପୁରୀରେ ଆନ୍ଦେଳନକୁ ଓହ୍ଲାଇଲେ ହବିଷ୍ୟାଳୀ, ରାସ୍ତାରେ…

ପୁରୀ,୧୭।୧୦: ଆଜିଠାରୁ ଆରମ୍ଭ ହେଉଛି କାର୍ତ୍ତିକ ବ୍ରତ। କାର୍ତ୍ତିକରେ ପୁଣ୍ୟ ଅର୍ଜନ ପାଇଁ ପୁରୀରେ ଭିଡ ଲଗାଇଛନ୍ତି ଭକ୍ତ। ଏଥିପାଇଁ ଚଳଚଞ୍ଚଳ ହୋଇଉଠିଛି ଶ୍ରୀକ୍ଷେତ୍ର। ସେପଟେ...

ବିରୋଧୀ ଦଳରେ ଯେଉଁ ମଜା ଶାସକ ଦଳରେ ନାହିଁ

ଜଗତ୍‌ସିଂହପୁର, ୧୭ା୧୦(ପ୍ରମୋଦ କୁମାର ନାୟକ): ବିରୋଧୀ ଦଳରେ ରହିଲେ ଯେଉଁ ମଜା ଅଛି, ତାହା ଶାସକ ଦଳରେ ନାହିଁ। ଦୀର୍ଘ ୧୦ ବର୍ଷ ଭିତରେ ମୁଁ...

୩ କଂଗ୍ରେସ ନେତାଙ୍କ ନାଁରେ ମାମଲା

ଭୁବନେଶ୍ୱର,୧୭ା୧୦ (ସତ୍ୟଜିତ୍‌ ରାଉତ): ୨୦୨୪ ନିର୍ବାଚନ ବେଳେ ପ୍ରଚାର ପାଇଁ ଓଡ଼ିଶା ପ୍ରଦେଶ କଂଗ୍ରେସକୁ ଏଲ୍‌ଇଡି ଟିଭି ଓ ଗାଡ଼ି ଯୋଗାଇ ଜଣେ ବ୍ୟବସାୟୀ ୧.୪୨...

ଜନ ଔଷଧୀ ନାମରେ ନକଲି ଔଷଧ ବିକ୍ରି ନିଷେଧ

ଭୁବନେଶ୍ୱର,୧୭ା୧୦ (ଅନୁରାଧା ମହାରଣା): ମଧ୍ୟପ୍ରଦେଶର ଭୋପାଳରେ ଜନ ଔଷଧୀ ସଂଘ ନାମରେ କାର୍ଯ୍ୟ କରୁଥିବା ଏକ ସଂସ୍ଥା କେନ୍ଦ୍ର ଫାର୍ମାସ୍ୟୁଟିକାଲ୍ସ ବିଭାଗ ଅଧୀନ ଫାର୍ମାସ୍ୟୁଟିକାଲ୍ସ ଆଣ୍ଡ...

ଦିଲ୍ଲୀ ବଳାତ୍କାର ଘଟଣାର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୭ା୧୦(ସୁନୀତ କୁମାର ମିଶ୍ର): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବୁଧବାର ନୂଆଦିଲ୍ଲୀ ଗସ୍ତ ସମୟରେ ରାଜଧାନୀ ଦିଲ୍ଲୀରେ ଓଡ଼ିଆ ଯୁବତୀଙ୍କୁ ବଳାତ୍କାର ଘଟଣାର ବିଭିନ୍ନ ଦିଗ...

ଆଜି ହରିୟାଣା ସରକାରଙ୍କ ଶପଥ ଗ୍ରହଣରେ ଯୋଗଦେବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୧୭।୧୦(ସୁନିତ୍‌ ମିଶ୍ର): ହରିୟାଣାରେ ଭାଜପା ନେତୃତ୍ୱାଧୀନ ନୂଆ ସରକାରର ଶପଥ ଗ୍ରହଣ ସମାରୋହ ଉତ୍ସବରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସାମିଲ ହେବେ। ଏନେଇ...

୨୨ରେ ଲଘୁଚାପ ସମ୍ଭାବନା: ଆସୁଛି ବଡ଼ ବର୍ଷା

ଭୁବନେଶ୍ୱର,୧୭ା୧୦ (ଅନିଲ ଦାସ): ଆସୁଛି ଆଉ ଏକ ବଡ଼ ବର୍ଷା। ଉପକୂଳରୁ ଆଭ୍ୟନ୍ତରୀଣ ସବୁଠି ବର୍ଷିବ। କେତେକ ସ୍ଥାନରେ ଅତି ପ୍ରବଳ ବର୍ଷାର ମଧ୍ୟ ସମ୍ଭାବନା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri