ଜୁଲାଇ ୮ରେ ଖୋଲିବ ରତ୍ନ ଭଣ୍ଡାର, ଭଣ୍ଡାରରେ ରହିଛି ଏତେ ସୁନା-ରୁପା ଅଳଙ୍କାର!

ଭୁବନେଶ୍ୱର,୧୯।୬: ଖୋଲିବ କାଳିଆର ରତ୍ନ ଭଣ୍ଡାର। ଓଡ଼ିଶାରେ ନୂଆ ସରକାର ଶପଥ ନେବା ପରେ ଏବେ ଜୁଲାଇ ୮ରେ ରତ୍ନ ଭଣ୍ଡାର ଖୋଲିବା ନେଇ ନିଷ୍ପତ୍ତି ହୋଇଛି। ଅର୍ଥାତ୍‌ ମହାପ୍ରଭୁ ଜଗନ୍ନାଥଙ୍କ ରଥଯାତ୍ରା ପରଦିନ ଭଣ୍ଡାର ଖୋଲିବାକୁ ଯାଉଛି। ଏନେଇ ଏଏସଆଇ ସୁପରିଟେଣ୍ଡେଣ୍ଟ ଡି.ବି. ଗଡନାୟକ ସୂଚନା ଦେଇଛନ୍ତି।

ଦ୍ୱାଦଶ ଶତାବ୍ଦୀର ବିଶ୍ୱ ପ୍ରସିଦ୍ଧ ଐତିହ୍ୟ ପୁରୀ ଶ୍ରୀମନ୍ଦିରରେ ଥିବା ରତ୍ନଭଣ୍ଡାର ଏବେ ବି ଲୋକଙ୍କ ପାଇଁ ଏକ ରହସ୍ୟ ହୋଇ ରହିଛି। ମହାପ୍ରଭୁଙ୍କର ଦୁଇଟି ରତ୍ନଭଣ୍ଡାର ଅଛି। ଗୋଟିଏ ଭିତର ଓ ଅନ୍ୟଟି ବାହାର ରତ୍ନଭଣ୍ଡାର। ପ୍ରତିବର୍ଷ ରଥଯାତ୍ରା ଓ ମହାପ୍ରଭୁଙ୍କ ଅନ୍ୟାନ୍ୟ ଯାନିଯାତ୍ରା ସମୟରେ ବାହାର ରତ୍ନଭଣ୍ଡାରରୁ ରତ୍ନ ଆଭୂଷଣ ଅଣାଯାଇ ବେଶ କରାଯାଇଥାଏ। କିନ୍ତୁ ଭିତର ରତ୍ନଭଣ୍ଡାର ବନ୍ଦ ରହିଥିବାରୁ ସେଠାରେ କେତେ ପରିମାଣର ଆଭୂଷଣ ରହିଛି ତା’ର ସବିଶେଷ ବିବରଣୀ କାହା ପାଖରେ ନାହିଁ। ଏପରି କି ଭିତର ରତ୍ନଭଣ୍ଡାରରେ ୭ଟି ଭଣ୍ଡାର ଘର ଥିବା କୁହାଯାଉଛି। ଭିତର ରତ୍ନଭଣ୍ଡାରକୁ ଖୋଲିବା ପାଇଁ ଅତୀତରେ କ୍ୱଚିତ ଉଦ୍ୟମ ହୋଇଛି।

ତଥ୍ୟ ମୁତାବକ ନୀଳମଣି ରାଉତରାୟ ୧୯୭୭ରୁ ୧୯୮୦ ପର୍ଯ୍ୟନ୍ତ ଓଡ଼ିଶାର ଦଶମ ମୁଖ୍ୟମନ୍ତ୍ରୀ ଥିଲେ। ତାଙ୍କ ଅମଳରେ ୧୯୭୮ ମେ’ ୧୩ରୁ ଜୁଲାଇ ୨୩ ମଧ୍ୟରେ ରତ୍ନଭଣ୍ଡାର ଖୋଲାଯାଇଥିଲା। ସେତେବେଳେ ଭଣ୍ଡାରରେ ଥିବା ଅଳଙ୍କାରଗୁଡ଼ିକୁ ଗଣତି କରାଯାଇଥିଲା। ଏହା ପରେ ୧୯୮୦ ମେ’ରେ ଅନୁଷ୍ଠିତ ରାଜ୍ୟ ବିଧାନସଭା ନିର୍ବାଚନରେ ନୀଳମଣିଙ୍କ ନେତୃତ୍ୱାଧୀନ ଜନତା ଦଳ ସରକାରର ପତନ ଘଟିଥିଲା। ଏହି ନିର୍ବାଚନରେ କଂଗ୍ରେସ ସରକାର ଗଠନ କରିଥିଲା। କଂଗ୍ରେସ ନେତା ଜାନକୀ ବଲ୍ଲଭ ପଟ୍ଟନାୟକ (୧୯୮୦-୧୯୮୯) ମୁଖ୍ୟମନ୍ତ୍ରୀ ହୋଇଥିଲେ। ୧୯୮୫ ଜୁଲାଇ ୧୪ ରତ୍ନଭଣ୍ଡାର ଖୋଲିବାକୁ ଉଦ୍ୟମ ହୋଇଥିଲା।

୧୯୭୮ ମସିହାରେ ଶେଷଥର ପାଇଁ ରତ୍ନଭଣ୍ଡାରର ଅଳଙ୍କାର ଗଣତି ହୋଇଥିଲା। ଯେଉଁଥିରେ ବାହାର, ଭିତର ଓ ଚଳନ୍ତି ରତ୍ନଭଣ୍ଡାରର ଅଳଙ୍କାର ମିଶାାଇ ତାଲିକା ହୋଇଥିଲା। ୧୨ହଜାର ୮୩୧ ଭରି ପଥର ସହିତ ସୁନା ଅଳଙ୍କାର ଓ ୨୨ହଜାର ୧୫୩ ଭରି ପଥର ସହିତ ରୁପା ବାସନ, ପୂଜା ସାମଗ୍ରୀ ରହିଛି। ଗୋଟିଏ ଭରିର ଓଜନ ୧୧.୬୬ ଗ୍ରାମ ବୋଲି କୁହାଯାଉଥିବାରୁ ସେତେବେଳେ ସୁମାରି ହୋଇଥିବା ମୂଲ୍ୟବାନ ପଥର ସହିତ ସୱର୍ଣ୍ଣ ସାମଗ୍ରୀର ଓଜନ ୧୪୯ କିଲୋ ୬୦୯ ଗ୍ରାମରୁ ଅଧିକ ଥିଲା । ସେହିପରି ମୂଲ୍ୟବାନ ପଥର ସହିତ ରୁପା ସାମଗ୍ରୀର ଓଜନ ୨୫୮ କିଲୋ ୩୦୩ ଗ୍ରାମରୁ ଅଧିକ ରହିଥିବା ଜଣାପଡିଥିଲା ।

ତେବେ ଶ୍ରୀମନ୍ଦିର ପ୍ରଶାସନ ତରଫରୁ ଏହି ସୁନା ଓ ରୁପାକୁ କିଲୋଗ୍ରାମ ଆକାରରେ ୨୦୨୩ରେ ହାଇକୋର୍ଟରେ ସତ୍ୟପାଠରେ ଦର୍ଶାଯାଇଛି। ତେବେ ସତ୍ୟପାଠରେ ଦର୍ଶାଯାଇଥିବା ରିପୋର୍ଟରେ ୭୫ କିଲୋଗ୍ରାମ ରୁପା କମ ରହିଛି। ୧୨,୮୩୧ ଭରି ସୁନାର ସମୁଦାୟ ଓଜନ ହେଉଛି ୧୪୯ କିଲୋଗ୍ରାମ ୬୦୯ ଗ୍ରାମ। ସେହିପରି ୨୨୧୫୩ ଭରି ରୂପାର ଓଜନ ହେଉଛି ୨୫୮ କିଲୋଗ୍ରାମ ୩୦ ଗ୍ରାମ। ୨୦୧୮ ମସିହାରେ ବିଧାନସଭାରେ ଆଇନମନ୍ତ୍ରୀ ରତ୍ନଭଣ୍ଡାର ଅଳଙ୍କାର ନେଇ ସମାନ ଉତ୍ତର ରଖିଥିଲେ। କିନ୍ତୁ ଶ୍ରୀମନ୍ଦିର ପ୍ରଶାସନ ତରଫରୁ ସତ୍ୟପାଠରେ ଦର୍ଶାଯାଇଛି ଯେ, ରତ୍ନଭଣ୍ଡାର ଭିତରେ ୧୪୯ କିଲୋ ସୁନା ଓ ୧୮୩ କିଲୋ ରୂପା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରବଳ ଖରାରେ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ପକ୍ଷରୁ ଦହିପଣା ବଣ୍ଟନ

ଛତ୍ରପୁର,୨୨।୪,(ଦିଲ୍ଲୀପ ସାମଲ) : ଗ୍ରୀଷ୍ମ ପ୍ରବାହ ଯୋଗୁଁ ଚାରିଆଡେ ଜନ ଜୀବନ ଅସ୍ତ ବ୍ୟସ୍ତ ହୋଇପଡିଥିବା ବେଳେ ଗଞ୍ଜାମ ଜିଲାର ସଦର ମହକୁମା ଛତ୍ରପୁର ସହର...

ଅତି ସହଜରେ ଘରେ ପ୍ରସ୍ତୁତ କରନ୍ତୁ ମ୍ୟାଙ୍ଗୋ କୁଲ୍‌ଫି; ଜାଣନ୍ତୁ ପ୍ରସ୍ତୁତି ପ୍ରଣାଳୀ…

ଖରାଦିନ ଆସିଲେ ଥଣ୍ଡା ଖାଇବାକୁ ମନ ବଳିଥାଏ। ସେ ଆଇସକ୍ରିମ ହେଉ ଅବା ଲସି ଘରେ ଘରେ ଏହାର ଚାହିଦା ବଢ଼ିଯାଇଥାଏ। ହେଲେ ଆଜିର ସମୟରେ...

IPL ରେ ଏହି ଟିମ ଉପରେ ଆସିଲା Match Fixing ଅଭିଯୋଗ, ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୨୨।୪: ଲକ୍ଷ୍ନୌ ସୁପରଜାଏଣ୍ଟସ ବିପକ୍ଷରେ ଜିତିଥିବା ମ୍ୟାଚ ହାରିବା ପରେ ରାଜସ୍ଥାନ ରୟାଲ୍ସ ଉପରେ Match Fixingର ଅଭିଯୋଗ ଆସିଛି। ଏହି ମ୍ୟାଚରେ ରାଜସ୍ଥାନକୁ ଜିତିବା...

ବିବାହ ବାର୍ଷିକୀରେ ମା’ ହେଲେ ଜ୍ୱାଲା ଗୁଟ୍ଟା: ଖୁସି ହେଲା ଦ୍ୱିଗୁଣିତ

ଚେନ୍ନାଇ,୨୨।୪: ପୂର୍ବତନ ଭାରତୀୟ ବ୍ୟାଡମିଣ୍ଟନ ତାରକା ଜ୍ୱାଲା ଗୁଟ୍ଟା ମା’ ହୋଇଛନ୍ତି। ସେ କନ୍ୟା ସନ୍ତାନ ଜନ୍ମ ଦେଇଛନ୍ତି। ଏହାସହ ଜ୍ୱାଲାଙ୍କ ଖୁସି ଦ୍ୱିଗୁଣିତ ହୋଇଛି।...

ଏମିତି ବି ଆସେ ମୃତ୍ୟୁ! ମା’ ବିଦ୍ୟୁତ ସଂସ୍ପର୍ଶରେ ଆସିବା ଦେଖି ଧାଇଁ ଯାଇଥିଲେ ପୁଅ, ଏକାଠି ଚାଲିଗଲା ଦୁହିଁଙ୍କ ଜୀବନ

ଭବାନୀପାଟଣା,୨୨।୪( ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଏମ୍‌.ରାମପୁର ଥାନା ଅନ୍ତର୍ଗତ ସାଇ ଦଲଙ୍ଗା ଗ୍ରାମ ପଞ୍ଚାୟତର ଟୁର୍ଚି (ଡଙ୍ଗର ପଡ଼ା)ରୁ ମଙ୍ଗଳବାର ସକାଳୁ ଏକ...

ଫସିଗଲେ ବାବା ରାମଦେବ, ଭର୍ତ୍ସନା କଲେ Delhi High Court

ନୂଆଦିଲ୍ଲୀ,୨୨।୪: ଦିଲ୍ଲୀ ହାଇକୋର୍ଟ ହମଦର୍ଦ କମ୍ପାନୀ ଏବଂ ଏହାର ଲୋକପ୍ରିୟ ଉତ୍ପାଦ ରୁହ ଅଫଜା ବିରୁଦ୍ଧରେ ଆପତ୍ତିଜନକ ମନ୍ତବ୍ୟ ପାଇଁ ଯୋଗଗୁରୁ ବାବା ରାମଦେବଙ୍କୁ ଭର୍ତ୍ସନା...

ନବୀନଙ୍କୁ ପରାମର୍ଶ: ନିର୍ଦ୍ଦିଷ୍ଟ ବରିଷ୍ଠ ନେତାଙ୍କୁ ଜାଣିକି ଦଳରୁ ଦୂରାଅନି

ଭୁବନେଶ୍ୱର, ୨୨ା୪(ସୁନିତ୍‌ ମିଶ୍ର): ବିଜେଡି ସଭାପତି ଭାବେ ନବୀନ ପଟ୍ଟନାୟକ ୯ମ ଥର ଲାଗି ଦାୟିତ୍ୱ ନେବା ପରେ ଦଳର ରାଜ୍ୟ କମିଟିଗୁଡ଼ିକର ରୂପରେଖ କିପରି...

ସ୍ତ୍ରୀଙ୍କୁ ମାଡ଼ ମାରୁଥିଲେ ପ୍ରସିଦ୍ଧ କ୍ରିକେଟର୍‌: ଥାନାରେ ପହଞ୍ଚିଲା ମାମଲା

ନୂଆଦିଲ୍ଲୀ,୨୨।୪: ପୂର୍ବତନ ଭାରତୀୟ କ୍ରିକେଟର ଅମିତ ମିଶ୍ରଙ୍କ ନାଁରେ ତାଙ୍କ ପତ୍ନୀ ଗରିମା ମିଶ୍ର ଯୌତୁକ ନିର୍ଯାତନା ଅଭିଯୋଗ ଆଣିଛନ୍ତି। ଅମିତ ତାଙ୍କୁ ଯୌତୁକ ପାଇଁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image