Advertisement

ବୁଧବାର ବନକ ଲାଗି ନୀତି, ୫ ଘଣ୍ଟା ଦର୍ଶନ ବନ୍ଦ

ପୁରୀ,୨୯ା୧୦: ଆସନ୍ତାକାଲି ବୁଧବାର କାର୍ତ୍ତିକ କୃଷ୍ଣ ତ୍ରୟୋଦଶୀ ତିଥି ଶ୍ରୀବିଗ୍ରହମାନଙ୍କ ବନକ ଲାଗି ନୀତି ଅନୁଷ୍ଠିତ ହେବ। ଏଥିପାଇଁ ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଆପାତତଃ ଅପରାହ୍ନ ଘ.୫.୦୦ ଟିକା ଠାରୁ ରାତ୍ର ଘ.୧୦.୦୦ ଟିକା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ।

ବର୍ତମାନ କାର୍ତ୍ତିକ ମାସ ଚାଲିଥିବା ବେଳେ ବାତ୍ୟା ଦାନାକୁ ଦୃଷ୍ଟିରେ ରଖି ୨୪ ଓ ୨୫ରେ ହବିଷିଆଳି ମା’ମାନଙ୍କ ସୁରକ୍ଷା ଦୃଷ୍ଟିରୁ ଶ୍ରୀମନ୍ଦିର ଦର୍ଶନ ବନ୍ଦ ରଖାଯାଇଥିଲା। ଏହାପୂର୍ବରୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟର ବିଭିନ୍ନ ଜିଲାରୁ ପୁରୀରେ କାର୍ତ୍ତିକ ବ୍ରତ କରିବାକୁ ଆସିଥିବା ହବିଷ୍ୟାଳୀ ମା’ ମାନଙ୍କୁ ବ୍ରତ ସରଞ୍ଜାମ ପ୍ରଦାନ କରିଥିଲେ।

ଏଥିରେ ଶାଢୀ, ଚଦର, ଉତ୍ତରୀୟ, ରାଇ ଦାମୋଦର ବ୍ରତ ବହି, ଶୁଖିଲି ମହାପ୍ରସାଦ ପ୍ରଭୃତି ରହିଛି। ପ୍ରାୟ ୩୦୦୦ ହବିଷ୍ୟାଳୀ ମା’ଙ୍କ ପାଇଁ ରହିବାର ବ୍ୟବସ୍ଥା କରାଯାଇଛି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ହବିଷ୍ୟାଳୀ ମା’ ମାନଙ୍କୁ ଦଣ୍ଡବତ ହୋଇ ଆଶୀର୍ବାଦ କାମନା କରିଥିଲେ।

 

Subscribe to Dharitri WhatsApp ChannelSubscribe to Dharitri WhatsApp Channel

Share