ପୁରୀ ଅଫିସ,୨୫।୫ : ଶ୍ରୀମନ୍ଦିରରେ ଜ୍ୟେଷ୍ଠ କୃଷ୍ଣ ଦଶମୀ ତିଥି ଅବସରରେ ବୁଧବାର ମହାପ୍ରଭୁଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । ସେଥିଲାଗି ଅପରାହ୍ନ ୪ଟାରୁ ରାତି ୮ଟା ପର୍ଯ୍ୟନ୍ତ ମହାପ୍ରଭୁଙ୍କ ସାଧାରଣ ଦର୍ଶନ ବନ୍ଦ ରହିବ। ଏ ନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।
ହିଙ୍ଗୁଳ, ହରିତାଳ, ଶଙ୍ଖ, କେଶର, କର୍ପୂର, କଇଁଥ ଅଠା, କସ୍ତୁରୀ ଓ କଳାରେ ଶ୍ରୀବିଗ୍ରହଙ୍କ ଶ୍ରୀଅଙ୍ଗ ଶୃଙ୍ଗାର କରାଯିବ। ମହାପ୍ରଭୁଙ୍କର ନୀତି ଗୁପ୍ତ ନୀତି ହୋଇଥିବାରୁ ୪ ଘଣ୍ଟା ସାଧାରଣ ଦର୍ଶନ ବନ୍ଦ ରହିବ। ଦ୍ୱିତୀୟ ଭୋଗମଣ୍ଡପ ନୀତି ସରିବା ପରେ ଦତ୍ତମହାପାତ୍ର ସେବକମାନେ ଶ୍ରୀବିଗ୍ରହଙ୍କ ଏହି ଗୁପ୍ତ ସେବା କରିବେ।