ରଥଯାତ୍ରା ପରେ ହେବ ରତ୍ନଭଣ୍ଡାର ଅଳଙ୍କାର ଗଣନା, ସୂଚନା ଦେଲେ ଅରବିନ୍ଦ ପାଢ଼ୀ

ପୁରୀ,୧୪।୭: ଦୀର୍ଘ ଚାରି ଦଶନ୍ଧିର ଅପେକ୍ଷା ପରେ ଖୋଲିଛି ଶ୍ରୀମନ୍ଦିର ଚାରି ଦ୍ୱାର। ସରକାରଙ୍କ ଦ୍ୱାରା ଜାରି କରାଯାଇଥିବା ମାର୍ଗଦର୍ଶିକାକୁ ପାଳନ କରି ଜଷ୍ଟିସ ବିଶ୍ୱନାଥ ରଥଙ୍କ ଅଧ୍ୟକ୍ଷତାରେ ଗଠିତ କମିଟି ରତ୍ନଭଣ୍ଡାର ତାଲା ଖୋଲିଛନ୍ତି। କମିଟିର ୧୧ ସଦସ୍ୟ ପ୍ରଥମେ ବାହାର ଭଣ୍ଡାର ଅଳଙ୍କାରକୁ ସ୍ଥାନାନ୍ତରିତ କରିଥିଲେ।

ବାହାର ଭଣ୍ଡାର ଅଳଙ୍କାର ସବୁ ଚାଙ୍ଗଡ଼ା ଘର, ଫୁଲ ଘରେ ହୋଇଥିବା ଅସ୍ଥାୟୀ ଷ୍ଟ୍ରଙ୍ଗରୁମ୍‌କୁ ସ୍ଥାନାନ୍ତର କରାଯାଇଛି। ବାହାର ରତ୍ନଭଣ୍ଡାର ଅଳଙ୍କାର ସ୍ଥାନାନ୍ତରଣ ପରେ ତାକୁ ସିଲ୍‌ କରାଯାଇଛି। ଏହାପରେ ଟ୍ରେଜେରିରୁ ଯେଉଁ ଚାବି ଆସିଥିଲା ସେଥିରେ ତାଲା ଖୋଲିଲା ନାହିଁ, ତେଣୁ ମାର୍ଗଦର୍ଶିକା ଅନୁଯାୟୀ ଭିତର ରତ୍ନଭଣ୍ଡାର ତାଲା ଭଙ୍ଗାଯାଇଥିବା କହିଛନ୍ତି ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ।

ଭିତର ଭଣ୍ଡାର ତାଲା ଭାଙ୍ଗିବା ପରେ ମାର୍ଗଦର୍ଶିକା ଅନୁଯାୟୀ ୧୨ ଜଣିଆ ଟିମ୍ ଭିତରକୁ ଯାଇ ସ୍ଥିତି ଅନୁଧ୍ୟାନ କରିଥିଲେ । ଯେଉଁଠି ସୁନା ଅଳଙ୍କାର ସବୁ ସିନ୍ଧୁକ ଏବଂ ଆଲମାରୀରେ ରହିଛି। ତେବେ ସମୟ ଅଭାବରୁ କମିଟି ଆଜି ସେସବୁକୁ ଗଣନା କରିବା ଏବଂ ସ୍ଥାନାନ୍ତର ପାଇଁ ସମ୍ଭବ ନୁହେଁ। ଏହାବାଦ ଆସନ୍ତାକାଲି ବାହୁଡା ଯାତ୍ରା ଥିବାରୁ ଭିତରଭଣ୍ଡାର ଅଳଙ୍କାରକୁ ଆଉ ସ୍ଥାନାନ୍ତର କରାଯାଇ ନାହିଁ। ବାହୁଡା ଯାତ୍ରା ଏବଂ ସୁନା ବେଶ ସରିବା ପରେ କମିଟି ବୈଠକରେ ଦିନ ଧାର୍ଯ୍ୟ କରି ଭିତର ଭଣ୍ଡାର ଅଳଙ୍କାର ଗଣନା କରିବେ ବୋଲି ସୂଚନ ଦେଇଛନ୍ତି ଅରବିନ୍ଦ ପାଢ଼ୀ।


Enter your email to get our daily news in your inbox.

All Right Reserved By Dharitri.Com

କୋର୍ଟରୁମରେ ମହିଳା ବିଚାରପତିଙ୍କୁ ଧମକ

ନୂଆଦିଲ୍ଲୀ, ୨୧।୪:ଦିଲ୍ଲୀର ଏକ ଅଦାଲତର କୋର୍ଟରୁମରେ ଦୋଷୀ ସାବ୍ୟସ୍ତ ହୋଇଥିବା ଜଣେ ବ୍ୟକ୍ତି ଏବଂ ତାଙ୍କ ଓକିଲ ସର୍ବ ସମ୍ମୁଖରେ ମହିଳା ବିଚାରପତିଙ୍କୁ ଧମକ ଦେବା...

କନିଷ୍ଠ ଯନ୍ତ୍ରୀଙ୍କୁ ଛାଡୁନି ଚୌକି ମୋହ: ବଦଳି ଆଦେଶକୁ ବେଖାତିର୍‌

ବରଗଡ଼,୨୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାର ବିଭିନ୍ନ ବିଭାଗର ସରକାରୀ କାର୍ଯ୍ୟାଳୟରେ ଅନେକ ଅଧିକାରୀ, କର୍ମଚାରୀ ଦୀର୍ଘବର୍ଷ ଧରି ଅବସ୍ଥାପିତ ରହିଛି। ସମ୍ପୃକ୍ତ କାର୍ଯ୍ୟାଳୟରେ ସେମାନଙ୍କ ଚୌକି...

ଆନ୍ଧ୍ର ପୂର୍ବତନ ଉପ ମୁଖ୍ୟମନ୍ତ୍ରୀଙ୍କ ନିକଟରେ ପହଞ୍ଚି ଗୁହାରି ଜଣାଇଲେ କୋଟିଆ ପଞ୍ଚାୟତର ତିନି ଗ୍ରାମବାସୀ: ଆମକୁ ପରିଚୟ ଦିଅନ୍ତୁ

ପଟ୍ଟାଙ୍ଗୀ,୨୧।୦୪(ଶରତ କୁମାର ଧଳ): କୋରାପୁଟ ଜିଲ୍ଲା ପଟ୍ଟାଙ୍ଗୀ ବ୍ଲକ ଅନ୍ତର୍ଗତ କୋଟିଆ ପଞ୍ଚାୟତକୁ ନେଇ ପୁଣି ଦେଖା ଦେଇଛି ସଙ୍ଗିନୀ ପରିସ୍ଥିତି। ସୂଚନା ମୁତାବକ ଉକ୍ତ...

ଫାର୍ମପଣ୍ଡ ଖନନ ନାମରେ ଟଙ୍କା ଆତ୍ମସାତ୍‌ ଘଟଣା: ତଦନ୍ତର ୨ମାସ ବିତିଲା, କାର୍ଯ୍ୟାନୁଷ୍ଠାନ ଶୂନ

ନୂଆପଡ଼ା,୨୧ା୪ (ମକାରୁ ବେମାଲ): ନୂଆପଡ଼ା ଜିଲା କୋମନା ବ୍ଲକ୍‌ ଠିକପାଲି ପଞ୍ଚାୟତ ବାବୁପାଲି ଗାଁରେ ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ରେ ଫାର୍ମପଣ୍ଡ (ଚହଲା) ଖନନ କରାଯାଇଛି। ସେଥିରୁ ଗୋଟିଏ ଚହଲାକୁ...

ଟଙ୍କା ଭର୍ତ୍ତି ବ୍ୟାଗ ଝାମ୍ପିନେବାକୁ ଉଦ୍ୟମ ଧରାପଡ଼ିବା ଭୟରେ ବୋମା ପକାଇଲେ: ୫ ଗିରଫ

ଭବାନୀପାଟଣା,୨୧ା୪(ଉତ୍ତମ କୁମାର ଦାଶ)- କଳାହାଣ୍ଡି ଜିଲା ଭବାନୀପାଟଣା ସହରରେ ସୋମବାର ଦିନ ଦ୍ବିପ୍ରହରରେ ଲୁଟ୍‌ ଉଦ୍ୟମ ହୋଇଛି। ପୂର୍ବାହ୍ନ ୧୦ଟା ୧୦ରେ ବାହାଦୁର ବଗିଚାପଡାର ଶରତ...

ପରିବାରକୁ ମିସ୍‌ କରୁଛନ୍ତି ତହଉର: NIA ସ୍ବତନ୍ତ୍ର କୋର୍ଟରେ ଆବେଦନ

ମୁମ୍ବାଇ,୨୧।୪: ମୁମ୍ବାଇ ଆକ୍ରମଣର ମାଷ୍ଟରମାଇଣ୍ଡ ଆତଙ୍କବାଦୀ ତହଉର ରାଣା ଭାରତ ଆସିବା ପରେ ତାଙ୍କ ପରିବାରକୁ ମିସ କରିବା ଆରମ୍ଭ କରିଛି। ସେ ତାଙ୍କ ପରିବାର...

ବାଇକ୍‌ ଦୁର୍ଘଟଣା, ଛାତ୍ରଙ୍କ ମୃତ୍ୟୁ

କୋକସରା,୨୧ା୪ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ଅନ୍ତର୍ଗତ ବଙ୍ଗୋମୁଣ୍ଡା ଗ୍ରାମରୁ କୋକସରାକୁ ବାଇକ୍‌ରେ ଆସୁଥିବା ବେଳେ କେନାଲ ଛକ ନିକଟରେ ଦୁର୍ଘଟଣା...

ଦିଗପହଣ୍ଡିରେ ମିଳୁନି ପିଇବା ପାଣି : ତେଜୁଛି ଜନଅସନ୍ତୋଷ: ନିର୍ବାହୀ ଅଧିକାରୀଙ୍କୁ ସ୍ମାରକପତ୍ର

ଦିଗପହଣ୍ଡି,୨୧।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଯୋଗୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡୁଛି। ଏଭଳି ସମୟରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image