ଲୁଟ୍‌ ଉଦ୍ଦେଶ୍ୟରେ ପେଟ୍ରୋଲ ପମ୍ପ ମାଲିକଙ୍କୁ ଛୁରା ମାଡ଼

ସୁନ୍ଦରଗଡ଼,୨୪ା୯(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ତଳସରା ଥାନା ଅଧୀନ ତୁମୁଲିଆ ସ୍ଥିତ ଏକ ପେଟ୍ରୋଲ ପମ୍ପରେ ରବିବାର ଲୁଟ୍‌ ଉଦ୍ଦେଶ୍ୟରେ ପେଟ୍ରୋଲ ପମ୍ପ ମାଲିକଙ୍କୁ ହତ୍ୟା ଉଦ୍ୟମ ହୋଇଛି।

ମିଳିଥିବା ସୂଚନା ମୁତାବକ, ଓମ ଶ୍ରୀ ମା’ ସନ୍ତୋଷୀ ପେଟ୍ରୋଲ ପମ୍ପ ମାଲିକ ଦେବପ୍ରସାଦ ନନ୍ଦ ପେଟ୍ରୋଲ ପମ୍ପରେ କାର୍ଯ୍ୟ କରୁଥିଲେ। ତାଙ୍କ ସ୍ତ୍ରୀ ମଧ୍ୟ ସେଠାରେ ଉପସ୍ଥିତ ଥିଲେ। ସେତିକିବେଳେ ଏକ ବାଇକ୍‌ରେ ୩ ଜଣ ମୁଖାପିନ୍ଧା ଯୁବକ ଟଙ୍କା ଲୁଟ୍‌ ଉଦ୍ଦେଶ୍ୟରେ ପହଞ୍ଚି ଦେବପ୍ରସାଦଙ୍କୁ ଛୁରିରେ ଆକ୍ରମଣ କରିଥିଲେ। ଫଳରେ ତାଙ୍କ ପେଟ ଓ ପିଠିରେ ଗଭୀର ଆଘାତ ଲାଗିଛି। ତାଙ୍କ ଚିତ୍କାର ଶୁଣି ଭିତରେ ଥିବା ସ୍ତ୍ରୀ ପୋଲିସକୁ ଖବର ଦେଇଥିଲେ। ଖବର ପାଇ ତଳସରା ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ଗୁରୁତର ଅବସ୍ଥାରେ ଦେବପ୍ରସାଦଙ୍କୁ ଉଦ୍ଧାର କରି ସବ୍‌ଡେଗା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ପଠାଇଥିଲା। ପୋଲିସ ଅଭିଯୁକ୍ତଙ୍କୁ ଧରିବା ପାଇଁ ଉଦ୍ୟମ ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତ ଛାଡିବେ ବଲିଉଡର ଏହି ଚର୍ଚ୍ଚିତ ପାକିସ୍ତାନୀ କଳାକାର! ଆଗକୁ ହେବ କ’ଣ…

ନୂଆଦିଲ୍ଲୀ,୨୬।୪: ଜମ୍ମୁ ଓ କଶ୍ମୀରର ପହଲଗାମରେ ହୋଇଥିବା ଆତଙ୍କବାଦୀ ଆକ୍ରମଣରେ ୨୬ ଜଣ ନାଗରିକ, ମୁଖ୍ୟତଃ ପର୍ଯ୍ୟଟକ, ପ୍ରାଣ ହରାଇଛନ୍ତି। ଏହି ଘଟଣା ଭାରତ ଓ...

ଖୋର୍ଦ୍ଧାରେ ମୁଖ୍ୟ ଶାସନ ସଚିବ: ସମୀକ୍ଷା କଲେ…

ଖୋର୍ଦ୍ଧା,୨୬।୪(ପ୍ରଭାତ ପାଣିଗ୍ରାହୀ): ମୁଖ୍ୟ ଶାସନ ସଚିବ ଶୁକ୍ରବାର ଖୋର୍ଦ୍ଧା ଗସ୍ତ କରିଛନ୍ତି। ଖୋର୍ଦ୍ଧା ତହସିଲ କାର୍ଯ୍ୟାଳୟର ମୁଖ୍ୟ ଶାସନସଚିବ ମନୋଜ ଆହୁଜା ପହଞ୍ଚି କୃଷି ବିଭାଗର...

ଶ୍ରମିକ ଦିବସ ପାଳନ ନେଇ ବିଭିନ୍ନ ସଂଗଠନ ପକ୍ଷରୁ ଆଲୋଚନା

ଦିଗପହଣ୍ଡି,୨୬ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିରେ ବିଭିନ୍ନ ଶ୍ରମିକ ସଙ୍ଗଠନ ପକ୍ଷରୁ ମେ’ ୧ରେ ଅନ୍ତର୍ଜାତୀୟ ଶ୍ରମିକ ଦିବସ ପାଳନ ନିମନ୍ତେ ଏକ ପ୍ରସ୍ତୁତି...

ଏହି ମୁସଲିମ ଦେଶ PoKକୁ ଭାରତର ଅଂଶ ବୋଲି ମାନିଥାଏ: ନାଁ ଜାଣି ହୋଇଯିବେ ଆଶ୍ଚର୍ଯ୍ୟ

ଶ୍ରୀନଗର,୨୬।୪: ୨୨ ଏପ୍ରିଲରେ ଜମ୍ମୁ ଏବଂ କଶ୍ମୀରର ପହଲଗାମରେ ଏକ ଭୟଙ୍କର ଆତଙ୍କବାଦୀ ଆକ୍ରମଣ ଘଟିଥିଲା। ଏହି ଆତଙ୍କବାଦୀ ଆକ୍ରମଣରେ ୨୬ରୁ ଅଧିକ ଲୋକଙ୍କ ମୃତ୍ୟୁ...

କୁଲାଡ ବ୍ୟାଘ୍ରଦେବୀ ମନ୍ଦିରରୁ ଚୋରି: ସିସିଟିଭି ରୁ ….

ଭଞ୍ଜନଗର,୨୬।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅର୍ନ୍ତଗତ କୁଲାଡ ବ୍ୟାଘ୍ରଦେବୀ ମନ୍ଦିରରୁ ଶୁକ୍ରବାର ରାତିରେ ଚୋରି ହୋଇଛି। ଦେବୀଙ୍କ ୩୫ ଟି ରୂପା ଆଖି,...

ପହଲଗାମ ଆକ୍ରମଣରେ ପାକିସ୍ତାନୀ କ୍ରିକେଟରଙ୍କ ଲିଙ୍କ୍‌! ଚମକାଇଲା Fact Check

କଶ୍ମୀରର ପହଲଗାମରେ ହୋଇଥିବା ଆତଙ୍କବାଦୀ ଆକ୍ରମଣକୁ ନେଇ ସମଗ୍ର ଦେଶରେ କ୍ରୋଧର ବାତାବରଣ ରହିଛି। ଜମ୍ମୁ କାଶ୍ମୀରରେ ଭାରତୀୟ ସେନା ସର୍ଚ୍ଚ ଅପରେସନ୍ ଚଳାଇଛି। ଏହା...

ପହଲଗାମ ଆକ୍ରମଣ ପ୍ରତିବାଦରେ ଶୋଭାଯାତ୍ରା

ନୂଆପଡ଼ା,୨୬।୪ (ମକାରୁ ବେମାଲ): ଜମ୍ମୁ କଶ୍ମୀରର ପହଲଗାମଠାରେ ଆତଙ୍କବାଦୀ ଆକ୍ରମଣ ଘଟଣା ପ୍ରତିବାଦରେ ଶୁକ୍ରବାର ନୂଆପଡ଼ା ହିନ୍ଦୁ ଏକତା ମଞ୍ଚ ପକ୍ଷରୁ ଶୋଭାଯାତ୍ରା କରାଯାଇଥିଲା। ଗାୟତ୍ରୀ...

ଆତଙ୍କବାଦୀଙ୍କୁ ମାସକୁ ମିଳେ ୫୦ହଜାର ଯାଏ ଦରମା, ଜାଣନ୍ତି କି କେଉଁ ଯୋଗ୍ୟତାରେ ହୁଅନ୍ତି ନିଯୁକ୍ତି?

ଜମ୍ମୁ ଏବଂ କଶ୍ମୀରର ପହଲଗାମରେ ହୋଇଥିବା ସମ୍ପ୍ରତି ଆତଙ୍କବାଦୀ ଆକ୍ରମଣ ପୁଣି ଥରେ କଶ୍ମୀର ଉପତ୍ୟକାର ଶାନ୍ତି ଏବଂ ସୁରକ୍ଷାକୁ ଚ୍ୟାଲେଞ୍ଜ କରୁଥିବା ପରି ମନେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image