ନିର୍ବନ୍ଧ ଭୋଜିରେ ଦାଦା-ପୁତୁରା ଲାଗିଗଲେ କଳି: ଚୋଟ ଖାଇଲେ ମଧ୍ୟସ୍ଥି

ଧରାକୋଟ,୧୪ା୧୧(ବିଷ୍ଣୁ କେଶରୀ ଆଚାର୍ଯ୍ୟ): ଗଞ୍ଜାମ ଜିଲା ଧରାକୋଟ ଥାନା ଅଧୀନ ଜଗମୋହନ ପଞ୍ଚାୟତ ନାରାୟଣପୁର ଶାସନ ଗ୍ରାମରେ ଏକ ନିର୍ବନ୍ଧ ଭୋଜିରେ ଛୁରାମାଡ଼ ହେବାରୁ ଜଣେ ଆହତ ହୋଇଛନ୍ତି। ସେ ହେଲେ ନାରାୟଣପୁର ଗ୍ରାମର ସନ୍ନ୍ୟାସୀ ବେହେରା। ଗତ ବୁଧବାର ଗ୍ରାମର ସୁଶାନ୍ତ ବେହେରାଙ୍କ ନିର୍ବନ୍ଧ ଭୋଜି ଚାଲିଥିଲା। ଏଥିରେ ସାମିଲ ହେବାକୁ ଆସିଥିବା ଗ୍ରାମର ଭଗବାନ ବେହେରା ନିଶାସକ୍ତ ହୋଇ ନିଜ ସମ୍ପର୍କୀୟ ପୁତୁରା ସୁଶାନ୍ତଙ୍କୁ କୌଣସି କାରଣକୁ ନେଇ ଗାଳିଗୁଲଜ କରିଥିଲେ।

ଗାଁ ସଭାପତି ସନ୍ନ୍ୟାସୀ ଘଟଣାସ୍ଥଳକୁ ବୁଝାଶୁଝା କରିବା ବେଳେ ଭଗବାନ ହଠାତ୍‌ ତାଙ୍କୁ ଛୁରାମାଡ଼ କରିଥିଲେ। ସେଠାରେ ଉପସ୍ଥିତ ଥିବା ଅନ୍ୟମାନେ ଭଗବାନଙ୍କୁ କାବୁ କରି ଧରାକୋଟ ଥାନାକୁ ଖବର ଦେଇଥିଲେ। ପୋଲିସ ପହଞ୍ଚି ସନ୍ନ୍ୟାସୀଙ୍କୁ ମେଡ଼ିକାଲ ନେଇଥିଲା। ତାଙ୍କ ଏତଲାକୁ ଭିତ୍ତି କରି ନଂ. ୩୭୬/୨୪ ରେ ମାମଲା ରୁଜୁ କରିବା ସହ ଅଭିଯୁକ୍ତଙ୍କୁ ଗିରଫ ପରେ କୋର୍ଟ ଚାଲାଣ କରାଯାଇଥିବା ତଦନ୍ତକାରୀ ଅଧିକାରୀ ସସ୍ମିତା ମଗର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବର୍ଷା ଯୋଗୁ ଗଞ୍ଜାମରେ ବଦଳିଲା ଧାନ ସଂଗ୍ରହ ତାରିଖ, ଜାଣନ୍ତୁ କେଉଁ ଦିନ ହେବ ଧାନ କିଣା…

ଗଞ୍ଜାମ,୨୧ା୧୨: ଲଘୁଚାପ ବର୍ଷା ଯୋଗୁ ଗଞ୍ଜାମରେ ବଦଳିଲା ଧାନ ସଂଗ୍ରହ ତାରିଖ। ଡିସେମ୍ବର ୨୩ରୁ ଗଞ୍ଜାମରେ ଧାନ ସଂଗ୍ରହ ନେଇ ତାରିଖ ଧାର୍ଯ୍ୟ ହୋଇଥିବା ବେଳେ...

ଚାଷୀଙ୍କ ମେରୁଦଣ୍ଡ ଭାଙ୍ଗିଲା ଅଦିନିଆ ବର୍ଷା: ପାଣିରେ ବୁଡିରହିଛି ପାଚିଲା ଧାନ

ଗଞ୍ଜାମ,୨୨।୧୨(ବିଦ୍ୟାଧର ସାହୁ): ଲଘୁଚାପ ଜନିତ ଅଦିନିଆ ବର୍ଷାରେ ଭାଙ୍ଗିଲା ଚାଷୀଙ୍କ ମେରୁଦଣ୍ଡ l ଦୁଇ ଦିନ ଧରି ଲଗାଣ ବର୍ଷା ଯୋଗୁ ଶହ ଶହ ଭରଣ...

ଅଦିନିଆ ବର୍ଷାରେ ଉଜୁଡ଼ିଲା ଧାନ ଚାଷ: କ୍ଷତିଗ୍ରସ୍ତ ଚାଷଜମି ବୁଲି ଦେଖିଲେ ମନ୍ତ୍ରୀ

ଗୋପାଳପୁର,୨୨ା୧୨(ନବୀନ ରାଜ ଆଚାରୀ): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ଗତ ଶୁକ୍ରବାର, ଶନିବାର ଜିଲାର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଥିଲା। ଫଳରେ ଖରିଫ...

ଜିଜ୍ଞାସା ବାର୍ଷିକୋତ୍ସବରେ କୃତି ଛାତ୍ରୀଛାତ୍ର ପୁରସ୍କୃତ

ଥୁଆମୂଳ ରାମପୁର,୨୨।୧୨ (ଦୁର୍ଗା କୀର୍ତ୍ତି):କଳାହାଣ୍ଡି ଜିଲା ଥୁଆମୂଳ ରାମପୁରସ୍ଥିତ ଓଡ଼ିଶା ଆଦର୍ଶ ବିଦ୍ୟାଳୟଠାରେ ୭ତମ ଜିଜ୍ଞାସା ବାର୍ଷିକ ଉତ୍ସବ ଶୁକ୍ରବାର ପାଳିତ ହୋଇଯାଇଛି। ବିଦ୍ୟାଳୟର ଅଧକ୍ଷ...

ଲଗାଣ ବର୍ଷାରେ ଧାନ ଫସଲ ନଷ୍ଟ:କ୍ଷୟକ୍ଷତି ଆକଳନ କଲେ ବିଧାୟକ

ପୁରୁଷୋତ୍ତମପୁର,୨୨।୧୨(ସିମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଭଲ ଧାନଫସଲ ହୋଇଥିବା ବେଳେ ଦୁଇଦିନଧରି ଚାଲିଥିବା ଲଗାଣ ବର୍ଷାରେ ଧାନ ଫସଲ ମାନ ଭଜୁଡିଯାଇଛି। ଫଳରେ...

ହୀରାକୁଦ ଜଳଭଣ୍ଡାରରେ ବିଦେଶାଗତ ପକ୍ଷୀଙ୍କ ସମାଗମ

ସମ୍ବଲପୁର,୨୨।୧୨(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରରେ ବିଦେଶାଗତ ପକ୍ଷୀଙ୍କ ସମାଗମ ଆରମ୍ଭ ହୋଇଛି। ସୁବିସ୍ତୀର୍ଣ୍ଣ ଆର୍ଦ୍ରଭୂମିର ଅନୁକୂଳ ପରିବେଶ ପ୍ରତି ଆକର୍ଷିତ ହୋଇ ସୁଦୂର ୟୁରୋପ, ଆମେରିକା...

ଆହାର ଉପରେ ପାହାର ଦେଲା ଅଦିନିଆ ବର୍ଷା, କ୍ଷେତରେ ଜଳମଗ୍ନ ହୋଇ ପଡ଼ିଥିବା ପାଚିଲା ଧାନର ସମୀକ୍ଷା କଲେ ଛତ୍ରପୁର ବିଧାୟକ

ଛତ୍ରପୁର,୨୨।୧୨(ଦିଲ୍ଲୀପ ସାମଲ): ଅଦିନିଆ ବର୍ଷା ଉଜାଡ଼ି ଦେଇଛି ଚାଷୀର ବର୍ଷକର ଦାନାପାଣି। କଟା ହୋଇଥିବା ଧାନ ନା ମଣ୍ଡିକୁ ଯାଇପାରିଛି ନା ଖଳାକୁ। କ୍ଷେତ ମଝିରେ...

ମାରାଥନବେଳେ ଫୁଟିଲା ଗୁଳି, ଯୁବକ ଗୁରୁତର

ରାଉରକେଲା,୨୨ା୧୨: ରବିବାର ମାରାଥନ କାର୍ଯ୍ୟକ୍ରମ ଚାଲିଥିବାବେଳେ ଗୁଳି ଫୁଟିଛି। ଫଳରେ ଏହି ଗୁଳିମାଡ଼ରେ ଜଣେ ଯୁବକ ଗୁରୁତର ହୋଇଛନ୍ତି। ଗୁରୁତର ଯୁବକ ଜଣଙ୍କ ହେଲେ ସଲିଳ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri