ହୋଇ ନ ଥିବା ପ୍ରକଳ୍ପ କାମ ଶୀଘ୍ର ଆରମ୍ଭ କର

ଭବାନୀପାଟଣା,୧୭ା୧୦(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ଜିଲାପାଳଙ୍କ ସଦ୍‌ଭାବନା ସଭାଗୃହରେ ଗୁରୁବାର ପଞ୍ଚାୟତିରାଜ ଓ ପାନୀୟ ଜ ବିଭାଗର ପ୍ରମୁଖ ଶାସନ ସଚିବ ସୁଶୀଲ କୁମାର ଲୋହାନୀ ଜିଲାର ବିଭିନ୍ନ ଉନ୍ନୟନ କାମକୁ ନେଇ ଏକ ଜିଲାସ୍ତରୀୟ ସମୀକ୍ଷା ବୈଠକ କରିଥିଲେ।

ଏଥିରେ ଜିଲାର ବିଭିନ୍ନ ବିଭାଗରେ କାର୍ଯ୍ୟ ହୋଇ ନ ଥିବା ପ୍ରକଳ୍ପଗୁଡିକୁ ଶୀଘ୍ର ଆରମ୍ଭ କରିବା ପାଇଁ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଥିଲେ। ଏହାଦ୍ୱାରା ଲୋକମାନେ ସରକାରୀ ଯୋଜନାର ଫାଇଦା ଉଠାଇ ଉପକୃତ ହୋଇପାରିବେ ବୋଲି କହିଥିଲେ। ଦେଶାନ୍ତର (ରାଜ୍ୟ ବାହାରକୁ ଯାଉଥିବା ଶ୍ରମିକ) ରୋକିବା ପାଇଁ ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ରେ କୃଷି ସମନ୍ଧୀୟ ବିଭିନ୍ନ ପ୍ରକଳ୍ପ, ଦକ୍ଷତା ବିକାଶ, ଜୀବିକା ମିଶନକୁ ଅଗ୍ରାଧିକାର ଦେବାକୁ କହିଥିଲେ।

ସେହିପରି ୬୫୦ ବେଡ୍‌ ବିଶିଷ୍ଟ ଟିଚିଙ୍ଗ ହସ୍ପିଟାଲ ଓ ସରକାରୀ କ୍ୟାନସର ହସ୍ପିଟାଲ ଧାର୍ଯ୍ୟ ସମୟ ମଧ୍ୟରେ ଶେଷ କରିବା, ନୂଆ ଅମୃତ ସରୋବର ଯୋଜନା ପ୍ରକଳ୍ପ ଆରମ୍ଭ କରିବା ଓ ଜିଲାର ମାଓବାଦୀ ଅଧ୍ୟୁଷିତ ଅଞ୍ଚଳରେ ସରକାରଙ୍କ ସମସ୍ତ ଯୋଜନା ପହଞ୍ଚାଇବା ନେଇ ଜିଲାସ୍ତରୀୟ ଅଧିକାରୀଙ୍କ ସହ ଆଲୋଚନା କରିଥିଲେ।

ସ୍ବାସ୍ଥ୍ୟ ଓ ପୁଷ୍ଟିକୁ ଦୃଷ୍ଟିରେ ରଖି ପ୍ରତ୍ୟେକ ବ୍ଲକରେ ଏକ ମା’ ଗୃହ କାର୍ଯ୍ୟକ୍ଷମ କରିବା ଓ ଅଧାପନ୍ତରିଆ ହୋଇଥିବା ଅଙ୍ଗନୱାଡି କେନ୍ଦ୍ର ଶୀଘ୍ର ସମାପନ କରିବା ପାଇଁ ଜିଲା ପ୍ରଶାସନକୁ ନିର୍ଦ୍ଦେଶ ଦେଇଥିଲେ। ସେହିପରି ଜିଲାର କୃଷି ଓ ଜଳ ଯୋଗାଣର ଉନ୍ନତି ଉପରେ ଅଧିକାରୀଙ୍କ ସହ ଆଲୋଚନା କରିବା ସହ ବିଜୁଳି ସଂଯୋଗ ପାଇ ନ ଥିବା ହିତାଧିକାରୀଙ୍କୁ ଚିହ୍ନଟ କରି ସଂଯୋଗ ଦେବା ପାଇଁ ବିଭାଗୀୟ ଅଧିକାରୀଙ୍କୁ କହିଥିଲେ।

ବୈଠକରେ ଜଳ ଯୋଗାଣ ନିର୍ଦ୍ଦେଶକ ବିନୀତ ଭରଦ୍ୱାଜ, ଅତିରିକ୍ତ ଜିଲାପାଳ ତନ୍ମୟ କୁମାର ଦରୱାନ, ତ୍ରିଲୋଚନ ପାତ୍ର, ଜିଲା ମୁଖ୍ୟ ଉନ୍ନୟନ ଅଧିକାରୀ ଦୟାମୟ ପାଢୀ, ଡିପିଏମ୍‌ୟୁ ଉପନିର୍ଦ୍ଦେଶକ ଶ୍ରୀକାନ୍ତ ଦଳେଇ, ଜିଲା ବନଖଣ୍ଡ ଅଧିକାରୀ (ଉତ୍ତର) ଅନୁରାଗ ମିଶ୍ର, ଜିଲା ବନଖଣ୍ଡ ଅଧିକାରୀ (ଦକ୍ଷିଣ) ଆରକାଲଇ ଭାନନ୍‌, ଧର୍ମଗଡ ଉପଜିଲାପାଳ ଧିମାନ ଚକମାଙ୍କ ସମେତ ବିଭିନ୍ନ ବିଭାଗର ଜିଲାସ୍ତରୀୟ ଅଧିକାରୀ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୨୦ରୁ ଊର୍ଦ୍ଧ୍ୱ ଟ୍ରେନ ବାତିଲ

ରାଉରକେଲା,୧୭।୧୦(ସଙ୍ଗୀତା ଜେନା): ଦକ୍ଷିଣ ପୂର୍ବ ରେଳବାଇ ପକ୍ଷରୁ ମରାମତି ଓ ଅନ୍ୟ କାର୍ଯ୍ୟ ପାଇଁ ଗୁରୁବାର ଏବଂ ଶୁକ୍ରବାର ୨ ଦିନ ଧରି ୨୦ରୁ ଊର୍ଦ୍ଧ୍ୱ...

ଅକ୍ଟୋବର ୨୧, ୨୮ରେ ହେବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି: କରିବାକୁ ହେବ ଆଗୁଆ ପଞ୍ଜୀକରଣ

ଭୁବେନେଶ୍ୱର,୧୭।୧୦: ଅକ୍ଟୋବର ୨୧ ଏବଂ ୨୮ରେ ଅନୁଷ୍ଠିତ ହେବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି। ୧୮ତାରିଖ ପୂର୍ବାହ୍ନ ୧୧ରୁ ଆଗୁଆ ଅନ୍‌ଲାଇନ ପଞ୍ଜୀକରଣ ଆରମ୍ଭ ହେବ।...

କନ୍ୟା ସନ୍ତାନକୁ ଜନ୍ମ ଦେଲେ ଦଶମ ଶ୍ରେଣୀ ଛାତ୍ରୀ: ଅଭିଯୁକ୍ତ ଥାନାରେ ଅଟକ

ଥୁଆମୂଳ ରାମପୁର,୧୭।୧୦(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରୁ ଏକ ଅଭାବନୀୟ ଘଟଣା ସାମ୍‌ନାକୁ ଆସିଛି। ଜଣେ ଦଶମ ଶ୍ରେଣୀ ଛାତ୍ରୀ ମା’...

ସ୍ତ୍ରୀ, ଶାଶୁଙ୍କୁ ହତ୍ୟା କରି ଫିଙ୍ଗିଥିଲେ: ଖପୁରି ହାଡ଼ ଟାଣି ଖାଉଥିଲା କୁକୁର

ବାସୁଦେବପୁର,୧୭।୧୦(ନାରାୟଣ ପ୍ରସାଦ ବାରିକ୍‌):  ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ବାଲିମୁଣ୍ଡା ପଞ୍ଚାୟତର ପାଞ୍ଚଘେରିଆ ଗାଁରେ ଯୋର ନିକଟରୁ ଅଖା ବସ୍ତାରୁ ମଣିଷ ଖପୁରି ହାଡ଼...

ଦୁର୍ଗାପୂଜା କମିଟି ସଦସ୍ୟ ଆଶୁତୋଷ ମୃତ୍ୟୁ ମାମଲା: ହତ୍ୟା ଅଭିଯୋଗ ଆଣିଲେ ଭଉଣୀ 

ବାରିପଦା,୧୭ା୧୦(ନୀଳାଦ୍ରି ବିହାରୀ ଦଣ୍ଡପାଟ)- ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅଧୀନ ଖଇରବଣିଠାରେ ବେତନଟୀ ବସ୍‌ଷ୍ଟାଣ୍ଡ ଦୁର୍ଗାପୂଜା କମିଟି ସଦସ୍ୟ ଆଶୁତୋଷ ବେହେରାଙ୍କ ମୃତ୍ୟୁ ଘଟଣାରେ ପୋଲିସର...

ପ୍ରଣବ ବଳବନ୍ତରାୟଙ୍କ ଗାଡ଼ି ଉପରକୁ ଅଣ୍ଡାମାଡ଼

ଯାଜପୁର,୧୭ା୧୦(ହର୍ଷବର୍ଦ୍ଧନ ବେହେରା): ଯାଜପୁର ଜିଲା ଧର୍ମଶାଳା ନିର୍ବାଚନ ମଣ୍ଡଳିରେ ରାଜନୈତିକ ଆକ୍ରୋଶ କ୍ରମଶଃ ବଢିବାରେ ଲାଗିଛି। ବିଜେଡି, ଭାଜପା ଓ ସ୍ବାଧୀନ ବିଧାୟକ ସମର୍ଥକଙ୍କ ମଧ୍ୟରେ...

ନଷ୍ଟ କରାଗଲା ୧ କୁଇଣ୍ଟାଲ ଆଇସ୍‌କ୍ରିମ

ରାଉରକେଲା,୧୭।୧୦(ସଙ୍ଗୀତା ଜେନା): ବିନା ଲାଇସେନ୍ସ ଏବଂ ଅସ୍ବାସ୍ଥ୍ୟକର ପରିବେଶରେ ଆଇସ୍‌କ୍ରିମ୍‌ ପ୍ରସ୍ତୁତ କରି ମାର୍କେଟକୁ ବିକ୍ରି ପାଇଁ ପଠାଯାଉଥିଲା। ଆଇସ୍‌କ୍ରିମ୍‌ ପ୍ୟାକେଟ୍‌ ଉପରେ ବ୍ୟାଚ୍‌ ନମ୍ବର,...

ମାଡ଼ିଆସିଲା ସମୁଦ୍ର ଜୁଆର: ଭାସିଲା କୋଠାଘର

ଛତ୍ରପୁର, ୧୭।୧୦ (ଦିଲ୍ଲୀପ ସାମଲ): ସମୁଦ୍ରର ଉଚ୍ଚ ଜୁଆର ଯୋଗୁ ସମୁଦ୍ର ନିକଟରେ ଥିବା ଏକ କୋଠଘର ଭାସିଯାଇଛି। ଏଭଳି ଘଟଣା ଦେଖିବାକୁ ମିଳିଛି ଗଞ୍ଜାମ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri