ଭୁବନେଶ୍ୱର,୧୯।୫(ବ୍ୟୁରୋ): ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଅଧ୍ୟକ୍ଷତାରେ ଆସନ୍ତା ୨୦ ତାରିଖରେ ଭାଜପାର ରାଜ୍ୟ କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ ହେବ। ବୈଠକରେ ମୋଦି ସରକାରଙ୍କ ୯ବର୍ଷ ପୂର୍ତ୍ତି ଓ ରାଜ୍ୟରେ କେନ୍ଦ୍ର ସରକାରଙ୍କ ବିଭିନ୍ନ ଯୋଜନାର କାର୍ଯ୍ୟକାରିତା ପ୍ରସଙ୍ଗରେ ଆଲୋଚନା ହେବ ବୋଲି ଜଣାପଡିଛି। ଏହି ଗୁରୁତ୍ୱପୂର୍ଣ୍ଣ ବୈଠକରେ କ୍ଷେତ୍ରୀୟ ପ୍ରଭାରୀ ସୁନୀଲ ବଂଶଲ, ରାଜ୍ୟ ପ୍ରଭାରୀ ଡି.ପୁରନ୍ଦେଶ୍ୱରୀଙ୍କ ସମେତ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଅଶ୍ୱିନୀ ବୈଷ୍ଣବ, ବିଶେଶ୍ୱର ଟୁଡୁ, ରାଷ୍ଟ୍ରୀୟ ପଦାଧିକାରୀ, ରାଜ୍ୟର ଦଳୀୟ ସାଂସଦ ଓ ବିଧାୟକ ଯୋଗ ଦେବେ।