Advertisement

ରାଜ୍ୟ ବଜେଟ: ମିଲେଟ ମିଶନକୁ ଗୁରୁତ୍ୱ

ଭୁବନେଶ୍ୱର,୨୪।୨(ବ୍ୟୁରୋ): ରାଜ୍ୟ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ଶୁକ୍ରବାର ବିଧାନସଭାରେ ୨୦୨୩-୨୪ ଆର୍ଥିକ ବର୍ଷ ପାଇଁ ରାଜ୍ୟ ବଜେଟ ଉପସ୍ଥାପନ କରିଛନ୍ତି। ମୋଟ୍‌ ୨ ଲକ୍ଷ ୩୦ହଚାର କୋଟିର ବଜେଟ ଉପସ୍ଥାପନ କରାଯାଇଛି। ଯାହା ଚଳିତ ବର୍ଷଠାରୁ ଆସନ୍ତା ଆର୍ଥିକ ବର୍ଷର ବ୍ୟୟବରାଦ ୧୫% ଅଧିକ। ବଜେଟରେ କୃଷି କ୍ଷେତ୍ରକୁ ଗୁରୁତ୍ୱ ଦିଆଯାଇଛି। ଏବର୍ଷ କୃଷିଙ୍କ ପାଇଁ ୨୪ ହଜାର ୮୨୯ କୋଟି ଟଙ୍କାର ବ୍ୟୟବରାଦ କରାଯାଇଥିବା ବେଳେ ଛତୁ ମିଶନ ଓ ଫୁଲ ଚାଷ ପାଇଁ ୧୦୦ କୋଟି ଟଙ୍କାର ବ୍ୟୟବରାଦ କରାଯାଇଛି। ବଜେଟରେ ମିଲେଟ ମିଶନକୁ ମଧ୍ୟ ପ୍ରାଧାନ୍ୟ ଦିଆଯାଇଛି। ସବୁ ଜିଲାରେ ମିଲେଟ ମିଶନ କାର୍ଯ୍ୟକାରୀ ହେବ। ଏଥିପାଇଁ ୪୯୭ କୋଟି ଟଙ୍କାର ବ୍ୟୟବରାଦ କରାଯାଇଥିବା ବେଳେ ପାର୍ବତୀ ଗିରି ବୃହତ ଉଠା ଜଳସେଚନ ପ୍ରକଳ୍ପ ପାଇଁ ୫ ଶହ କୋଟିର ବ୍ୟୟବରାଦ କରାଯାଇଛି। ୨୦୨୫-୨୬ ସୁଦ୍ଧା ଅତିରିକ୍ତ ୧ ଲକ୍ଷ ଗଭୀର ନଳକୂପ ପାଇଁ ୪୧୯୮ କୋଟିର ବ୍ୟୟବରାଦ ହୋଇଛି।

Share