ରାଜ୍ୟ କ୍ୟାବିନେଟରେ ନିଷ୍ପତ୍ତି: ନିୟମିତ ହେବେ ଅଙ୍ଗନଓ୍ବାଡି ସୁପରଭାଇଜର

ଭୁବନେଶ୍ୱର,୨୯।୨: ୫୦୪ ଠିକା ଅଙ୍ଗନଓ୍ବାଡି ସୁପରଭାଇଜର ନିୟମିତ ହେବେ। ଏନେଇ ରାଜ୍ୟ କ୍ୟାବିନେଟରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଅନ୍ୟପଟେ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ରାଜ୍ୟର ଅଙ୍ଗନୱାଡି କର୍ମୀମାନଙ୍କର ମାସିକ ପାରିଶ୍ରମିକ ବୃଦ୍ଧି କରିଛନ୍ତି। ଏହା ସହିତ ଅଙ୍ଗନୱାଡି କର୍ମୀଙ୍କର ସେବା ବିରତି ପ୍ରୋତ୍ସାହନ ରାଶିରେ ବୃଦ୍ଧି ସହିତ ସାମାଜିକ ସୁରକ୍ଷା ଭାବରେ ସେମାନଙ୍କୁ ଅନୁକମ୍ପା ସହାୟତା ମିଳିବ ବୋଲି କ୍ୟାବିନେଟରେ ନିଷ୍ପତ୍ତି ନିଆଯାଇଛି। ଏହାଦ୍ବାରା ରାଜ୍ୟର ୧ ଲକ୍ଷ ୪୮ ହଜାର ଅଙ୍ଗନୱାଡ କର୍ମୀ, ମିନି ଅଙ୍ଗନୱାଡି କର୍ମୀ ଓ ଅଙ୍ଗନୱାଡି ସହାୟିକା ଉପକୃତ ହେବେ । ଏଥିପାଇଁ ରାଜ୍ୟ ସରକାର ବର୍ଷକୁ ଅତିରିକ୍ତ ୩୫୦ କୋଟି ଟଙ୍କା ଖର୍ଚ୍ଚ କରିବେ।

 

Share